ଛାତ୍ରୀଛାତ୍ରଙ୍କୁ ନିମ୍ନମାନର ମଧ୍ୟାହ୍ନ ଭୋଜନ ଦିଆଯିବା ଘଟଣା: ଜିଲା ଷ୍ଟାଣ୍ଡିଂ କମିଟି ସୁପାରିସ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ

ଗୋପ, ୨୩।୧୧(ଡ.ଏନ୍‌.ଏ.): ପୁରୀ ଜିଲା ଷ୍ଟାଣ୍ଡିଂ କମିଟି ଗୋପ ବ୍ଲକ୍‌ର କେତେକ ସ୍କୁଲର ଗତ ୧୮ ତାରିଖରେ ଭିିତ୍ତିଭୂମି ଓ ମଧ୍ୟାହ୍ନ ଭୋଜନ ଯାଞ୍ଚ କରୁଥିବାବେଳେ ଗଣେଶ୍ୱରପୁର ସ୍କୁଲରେ ଛାତ୍ରୀଛାତ୍ରଙ୍କୁ ନିମ୍ନମାନର ମଧ୍ୟାହ୍ନ ଭୋଜନ ଦିଆଯାଉଥିବା ଜାଣିବାକୁ ପାଇଥିଲେ। ଫଳରେ କମିଟି ଏନେଇ ଅସନ୍ତୋଷ ବ୍ୟକ୍ତ କରି ଜିଲାପାଳଙ୍କୁ ତଦନ୍ତ ରିପୋର୍ଟ ପ୍ରଦାନ କରିବା ସହ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ କରିଥିଲେ। ମାତ୍ର ଏହି ଘଟଣାର ୬ ଦିନ ବିତିଥିଲେ ମଧ୍ୟ ଜିଲା ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନ ନିଆଯିବା ଯୋଗୁ ସାଧାରଣରେ ଅସନ୍ତୋଷ ଦେଖାଦେଇଛି।
ଜିଲା ଷ୍ଟାଣ୍ଡିଂ କମିଟିର ୭ ଜଣିଆ ଟିମ୍‌ ଧ୍ରୁବଚରଣ ଦାଶଙ୍କ ନେତୃତ୍ୱରେ ଗୋପ ବ୍ଲକ୍‌ର ୧୦ଟି ସ୍କୁଲ ବୁଲି ବିଭିନ୍ନ ସ୍କୁଲର ଭିତ୍ତିଭୂମି, କାଗଜପତ୍ର ଓ ମଧ୍ୟାହ୍ନ ଭୋଜନ କିପରି ଚାଲିଛି ଦେଖିଥିଲେ। ଏହି ଗସ୍ତ ସମୟରେ ବନ୍ତଳୀଗ୍ରାମ ଉଚ୍ଚ ବିଦ୍ୟାଳୟରେ ସ୍କୁଲ କର୍ତ୍ତୃପକ୍ଷ ଏହି କମିଟିକୁ ସ୍କୁଲର ନଥିପତ୍ର ଦେଖାଇପାରି ନ ଥିଲେ। ପରେ ଷ୍ଟାଣ୍ଡିଂ କମିଟି ଗଣେଶ୍ୱରପୁର ସ୍କୁଲରେ ପିଲାମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନ ଭୋଜନ ଦେଖିବା ସହ ପିଲାମାନଙ୍କ ସହିତ ମଧ୍ୟାହ୍ନ ଭୋଜନ ଖାଇଥିଲେ। କିନ୍ତୁ ଅତ୍ୟନ୍ତ ନିମ୍ନମାନର ହୋଇଥିବା ନେଇ ଷ୍ଟାଣ୍ଡିଂ କମିଟି ଅସନ୍ତୋଷ ବ୍ୟକ୍ତ କରିବା ସହ ୨୪ ଘଣ୍ଟା ମଧ୍ୟରେ ସ୍କୁଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଗଣମାଧ୍ୟମକୁ ସୂଚନା ଦେଇଥିଲେ। ଗୋପ ବ୍ଲକ୍‌ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମୁଖ୍ୟତଃ ମନିଟରିଂ ଅଭାବକୁ ଦାୟୀ କରିଥିବାବେଳେ ନିଶ୍ଚିତ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଥିଲେ ବି ବର୍ତ୍ତମାନ ପର୍ଯ୍ୟନ୍ତ ଏହା ହୋଇଛି। ସେହିପରି ବ୍ଲକ୍‌ର ବିଭିନ୍ନ ସ୍କୁଲରେ ଏବେବି ମଧ୍ୟାହ୍ନ ଭୋଜନ ବଦଳରେ ବିସ୍କୁଟ, ଅଣ୍ଡା ତରକାରୀ ବଦଳରେ ଅଣ୍ଡା ଭୁଜିଆ ଦିଆଯାଉଥିବା ଅଭିଯୋଗ ରହିଛି। ଏହି ଅଭିଯୋଗକୁ ନେଇ ଷ୍ଟାଣ୍ଡିଂ କମିଟିର ସଭ୍ୟ ଦାଶଙ୍କୁ ପଚାରିବାରେ ନିମ୍ନମାନର ମଧ୍ୟାହ୍ନ ଭୋଜନ ତଦନ୍ତ ରିପୋର୍ଟ ଜିଲାପାଳଙ୍କୁ ପ୍ରଦାନ କରାଯାଇଛି। କାର୍ଯ୍ୟାନୁଷ୍ଠାନ ଜିଲା ପ୍ରଶାସନ ନେବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri