‘ଛାତ୍ରୀଛାତ୍ରଙ୍କୁ ହସିବାର ସୁଯୋଗ ଦେବା ଆମ କର୍ତ୍ତବ୍ୟ’

ବେଗୁନିଆପଡ଼ା,୨୦ା୧୨(ଡି.ଏନ.ଏ.)- ବେଗୁନିଆପଡା ବ୍ଲକ ସାଙ୍କୁଡା ସ୍ଥିତ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶତବାର୍ଷିକୀ ସମାରୋହ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗ ଦେଇ କହିଥିଲେ, ନାରୀମାନଙ୍କୁ ସମ୍ମାନ ଦେବା ହେଉଛି ଆମର ଧର୍ମ। ବିଶ୍ୱର ବିଭିନ୍ନ ରାଷ୍ଟ୍ର ଓ ମହାନ ବ୍ୟକ୍ତିତ୍ୱ ଜଗନ୍ନାଥ ସଂସ୍କୃତିକୁ ପାଥେୟ କରିଛନ୍ତି। ଓଡ଼ିଶାରେ ଏପରି ଠାକୁର ଆମ ପାଇଁ ଗର୍ବ। ଛାତ୍ରୀଛାତ୍ରମାନଙ୍କୁ ହସିବାର ସୁଯୋଗ ଦେବା ପ୍ରତ୍ୟେକ ପିତାମାତା ଓ ଶିକ୍ଷୟିତ୍ରୀ ଶିକ୍ଷକଙ୍କ କର୍ତ୍ତବ୍ୟ ବୋଲି କହିଥିଲେ। ଏହି ଅନୁଷ୍ଠାନର ଶତବାର୍ଷିକୀ ପାଇଁ ସେ ତାଙ୍କର ଶ୍ରଦ୍ଧା ଓ ଶୁଭେଚ୍ଛା ଜଣାଇଥିଲେ। କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାବେଶରେ ଅନ୍ୟତମ ଅତିଥି ଭାବେ ଓଡିଶାର ଆଇନ ଓ ପଞ୍ଚାୟତିରାଜ ବିଭାଗ ମନ୍ତ୍ରୀ ପ୍ରତାପ ଜେନା ଯୋଗଦେଇ ଶିଶୁ ପାଇଁ ଶିକ୍ଷା ଓ ସଂସ୍କାରର ଆବଶ୍ୟକତା ରହିଛି ବୋଲି କହିଥିଲେ। ବିଧାୟିକା ପ୍ରଧାନ ତାଙ୍କ ବକ୍ତବ୍ୟରେ ପ୍ରାକ୍ତନ ବିଧାୟିକା ସୁଜ୍ଞାନୀ କୁମାରୀ ଦେଓଙ୍କୁ ମନେପକାଇ ଶିକ୍ଷା ପ୍ରତି ତାଙ୍କର ଅବଦାନକୁ ପ୍ରଶଂସା କରିଥିଲେ। ଅନ୍ୟତମ ଅତିଥି ଭାବେ ଆସିକା ଏମ୍‌ପି ପ୍ରମିଳା ବିଶୋୟୀ ଯୋଗ ଦେଇଥିଲେ। ଦେବେନ୍ଦ୍ର କୁମାର ମହାରଣାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସମାବେଶରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲକ୍ଷ୍ମୀନାରାୟଣ ପାତ୍ର ବିବରଣୀ ପାଠ କରିବା ସହ ପରିଚାଳନା କମିଟି ଅଧ୍ୟକ୍ଷ ଦିଲ୍ଲୀପ କୁମାର ମୁଦ୍ରା ସାମଗ୍ରିକ ବକ୍ତବ୍ୟ ପ୍ରଦାନ କରିଥିଲେ। ବିଧାୟିକା ପ୍ରଧାନଙ୍କ ଦ୍ୱାରା ରାଜ୍ୟପାଳଙ୍କ ସମେତ ସମସ୍ତ ଅତିଥିଙ୍କୁ ଉପଢୌକନ ପ୍ରଦାନ କରାଯିବା ସହ ଶତବାର୍ଷିକୀ ମୁଖପତ୍ର ‘ଶୁଦ୍ଧ ସର୍ଜନା’କୁ ରାଜ୍ୟପାଳ ଉନ୍ମୋଚନ କରିଥିଲେ। ସୁନାମ ଅର୍ଜନ କରିଥିବା ପୁରାତନ ଛାତ୍ରୀଛାତ୍ରଙ୍କୁ ରାଜ୍ୟପାଳ ସମ୍ମାନିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri