ଛାତ୍ରୀଛାତ୍ରଙ୍କ ଅଭିନବ ପ୍ରୟାସ:କାଦୁଅ ରାସ୍ତାରେ ଧାନ ତଳି ରୋଇ ଜଣାଇଲେ ପ୍ରତିବାଦ

ମାଲକାନଗିରି,୧୪ା୭(ଡି.ଏନ.ଏ./ସ୍ବ.ପ୍ର.)-ସତୀଗୁଡା କ୍ଷୁଦ୍ର ଜଳସେଚନ ବିଭାଗ ଅଧୀନରେ ଥିବା ୫ କିଲୋମିଟର ରାସ୍ତା ବିଭାଗ ମରାମତି ନ କରିବାରୁ ଗ୍ରାମବାସୀମାନେ ରାସ୍ତା ଉପରେ ଧାନ ତଳି ରୋଇ ଏହାର ପ୍ରତିବାଦରେ ଜଣାଇଥିଲେ। ପରେ ପ୍ରଶାସନ ଏ ଦିଗରେ ପଦକ୍ଷେପ ନେଇଥିଲା। ପ୍ରଶାସନିକ ଅଧିକାରୀମାନେ ଘଟଣା ସ୍ଥଳ ପରିଦର୍ଶନ କରିଥିଲେ। ଏହାର ମାତ୍ର ଗୋଟିଏ ସପ୍ତାହ ପରେ ଏବେ ଛାତ୍ରୀଛାତ୍ରମାନେ ଏପରି ପନ୍ଥା ଆପଣାଇଛନ୍ତି। ସେମାନେ ଚାଲି ଚାଲି ସ୍କୁଲକୁ ଯାଉଥିବା ନିତିଦିନିଆ ରାସ୍ତା ମରାମତି ହେଉ ନ ଥିବାରୁ ହଇରାଣ ହେଉଛନ୍ତି। ବିଶେଷ କରି ବର୍ଷା ଦିନେ ସେମାନେ କାଦୁଅ ଭିତରେ ପଶି ଯାତାୟାତ କରୁଛନ୍ତି। ଏବେ ସେମାନେ ଏହି କାଦୁଅ ରାସ୍ତାରେ ଧାନତଳି ରୋଇ ପ୍ରଶାସନ ନିଷ୍କ୍ରିୟତାର ପ୍ରତିବାଦ କରିଛନ୍ତି। ଏପରି ଘଟଣା ଘଟିଛି ମାଲକାନଗିରି ଜିଲା ଖଇରପୁଟ ବ୍ଲକର ମାଡ଼କାପଦର ପଞ୍ଚାୟତରେ।
ଖବରୁ ଜଣାପଡିଛି ମାଡକାପଦର ପଞ୍ଚାୟତ ସ୍କୁଲରେ କନ୍ଧଗୁଡା, ଧଉଡାକୁଟ, ବାଘଖଦ୍ରା ଗ୍ରାମର ଛାତ୍ରୀଛାତ୍ରମାନେ ପଢନ୍ତି। ବର୍ଷା ଦିନ ଆସିଲେ ସେମାନଙ୍କ ଚିନ୍ତା ବଢେ। ସ୍କୁଲ ଯିବା ରାସ୍ତା ମରାମତି ହୋଇ ନ ଥିବାରୁ ବର୍ଷା ହେଲେ ଏହି ରାସ୍ତା କାଦୁଅ ହୋଇଯାଏ। ସେମାନଙ୍କୁ କାଦୁଅ ଭିତରେ ପଶି ଯାତାୟାତ କରିବାକୁ ପଡେ। ଏବେ ଛାତ୍ରୀଛାତ୍ରମାନେ ଅଭିନବ ଉପାୟରେ ପ୍ରତିବାଦ କରିଛନ୍ତି। ଏହି କାଦୁଅ ରାସ୍ତାରେ ସେମାନେ ଧାନ ତଳି ରୋଇ ନିଜ ଅସନ୍ତୋଷ ପ୍ରକାଶ କରିଛନ୍ତି। ଛାତ୍ରୀଛାତ୍ରଙ୍କ ଏପରି କାର୍ଯ୍ୟକୁ ଗ୍ରାମବାସୀ ଏବଂ ଅଭିଭାବକ ସମର୍ଥନ ଜଣାଇଛନ୍ତି। ସୂଚନାଯୋଗ୍ୟ ଯେ, ଏହି ରାସ୍ତା ମରାମତି ଲାଗି କାର୍ଯ୍ୟ ଆରମ୍ଭ ହୋଇଥିଲେ ମଧ୍ୟ ବର୍ଷା ଆସିଯିବାରୁ କାର୍ଯ୍ୟ ହୋଇପାରି ନ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

ଭିଆର୍‌ଏସ୍‌ ନେଲେ ଆଇପିଏସ୍‌ ସଞ୍ଜୟ ସିଂ

ଭୁବନେଶ୍ୱର,୧୮।୪: ଓଡ଼ିଶା କ୍ୟାଡର ଆଇପିଏସ୍‌ ସଞ୍ଜୟ ସିଂ ଭିଆରଏସ୍‌ ଘୋଷଣା କରିଛନ୍ତି। ୧୯୯୬ ବ୍ୟାଚ୍‌ ଆଇପିଏସ୍‌ ସଞ୍ଜୟ ସିଂଙ୍କୁ ଭିଆରଏସ୍‌ ଆବେଦନକୁ ରାଜ୍ୟ ଗୃହ ବିଭାଗ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ୍‌, କଲେ ଏଭଳି ଅପିଲ୍‌

ଭୁବନେଶ୍ୱର୧୮।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇବ। ଏହା ର୍ପୂବରୁ ଲୋକଙ୍କ ମତାମତ ଲୋଡିଛି ବିଜେଡି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ...

ଓଡ଼ିଶାରେ ୩୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଦେଲା ଏଏପି, ଜାଣନ୍ତୁ କେଉଁଠୁ କିଏ ପାଇଲେ…

ଭୁବନେଶ୍ୱର,୧୮।୪: ଓଡ଼ିଶାରେ ଆମ ଆଦମୀ ପାର୍ଟି(ଏଏପି) ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ ବିଧାନସଭା ଆସନ ଲାଗି ପ୍ରାର୍ଥୀ...

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

ବିଜେଡିରେ ବର୍ଷା-ଭାଜପାରେ ଅନୁଭବ; ରୋଚକ ହେଉଛି ଓଡ଼ିଶାର ରାଜନୀତି

ଭୁବନେଶ୍ୱର,୧୮।୪: ବିଧାନସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ଦୈନଦିନ ଅନେକ ରୋଚକ ଘଟଣା ସବୁ ଦେଖିବାକୁ ମିଳୁଛି। ଏହି କ୍ରମରେ ଗୁରୁବାର ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri