ଛାତ୍ରୀଛାତ୍ରଙ୍କ ଅହିଂସା ପଦଯାତ୍ରାକୁ ଅଟକାଇଲା ପ୍ରଶାସନ

ବାରିପଦା ଅଫିସ,୬ା୧୧- ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟରେ ଦୀର୍ଘଦିନ ହେବ ଛାତ୍ର ଅଶାନ୍ତି ଲାଗି ରହିଛି। ଏଠାରେ ସମନ୍ବିତ ବିଏଡ୍‌, ଏମଏଡ୍‌ ପାଠ୍ୟକ୍ରମରେ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ରମାନଙ୍କୁ କେବଳ ଏମଏଡ୍‌ ପାଠ୍ୟକ୍ରମ ପରୀକ୍ଷା ଦେବା ପାଇଁ ଅନୁମତି ମିଳୁଛି। ତେବେ ସେମାନେ ବିଏଡ୍‌ ପାଠ୍ୟକ୍ରମ ସମ୍ବନ୍ଧୀୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା ଯଥା ଓଟିଇଟି, ଓଏସଏସଟିଇଟି ଏବଂ ସିଟିଇଟିରୁ ବଞ୍ଚିତ ହେଉଛନ୍ତି। ଏନେଇ ଛାତ୍ରୀଛାତ୍ରମାନେ ବିଶ୍ୱ ବିଦ୍ୟାଳୟ କର୍ତ୍ତୃପକ୍ଷ, ଜିଲା ପ୍ରଶାସନ, ଉଚ୍ଚ ଶିକ୍ଷା ବିଭାଗକୁ ଲିଖିତ ଭାବେ ଜଣାଇଥିଲେ ମଧ୍ୟ କିଛି ସୁଫଳ ପାଇପାରି ନାହିଁ। ଏହାର ପ୍ରତିବାଦରେ ଛାତ୍ରନେତା ଦୁର୍ଯ୍ୟୋଧନ ବେହେରାଙ୍କ ନେତୃତ୍ୱରେ ପ୍ରାୟ ୧୨୦ ଜଣ ଛାତ୍ରୀଛାତ୍ର ମଙ୍ଗଳବାର ବିଶ୍ୱବିଦ୍ୟାଳୟଠାରୁ ଭୁବନେଶ୍ୱରକୁ ଅହିଂସା ପଦଯାତ୍ରାରେ ବାହାରିଥିଲେ। ଏମପିସି ଅଟୋନମସ୍‌ କଲେଜ ନିକଟରେ ବାରିପଦା ଉପଜିଲାପାଳ ଦିବ୍ୟଜ୍ୟୋତି ପରିଡା ଓ ଏସପି ପରମାର ସ୍ମିଥ ପୁରୁଷୋତ୍ତମଦାସ ଛାତ୍ରୀଛାତ୍ରମାନଙ୍କୁ ଅଟକାଇ ଆଲୋଚନା କରିଥିଲେ। ଜିଦ୍‌ରେ ଅଟଳ ଥିବା ଛାତ୍ରୀଛାତ୍ରମାନେ ପ୍ରଶାସନିକ ଅଧିକାରୀଙ୍କ କଥା ନ ଶୁଣି ପଦଯାତ୍ରା ଜାରି ରଖିଥିଲେ। ପୁନର୍ବାର ପ୍ରଶାସନ ପକ୍ଷରୁ ସେମାନଙ୍କୁ ଆଇନ ମହାବିଦ୍ୟାଳୟ ନିକଟରେ ଅଟକା ଯାଇଥିଲା। ପରେ ଜିଲାପାଳ ବିନୀତ ଭରଦ୍ୱାଜ, ପତ୍ର ସଂଖ୍ୟା.୨୦୧୮ ତା ୫ା୪ା୧୯ରିଖରେ ଲିଖିତ ଭାବେ ୩ ଦିନ ମଧ୍ୟରେ ଏହି ସମସ୍ୟାର ସମାଧାନ କରାଯିବା ନେଇ ପ୍ରତିଶ୍ରୁତି ଦେବାରୁ ଛାତ୍ରୀଛାତ୍ରମାନେ ସେମାନଙ୍କ ପଦଯାତ୍ରା ବନ୍ଦ କରିଥିଲେ। ଛାତ୍ରୀଛାତ୍ରମାନଙ୍କ ଅଭିଯୋଗ ସମ୍ପର୍କରେ ଉଚ୍ଚ ଶିକ୍ଷା ବିଭାଗକୁ ଅବଗତ କରାଯାଇଥିବା ଜିଲାପାଳ ଏହି ଚିଠିରେ ଦର୍ଶାଇଛନ୍ତି।
ଛାତ୍ରନେତା ବେହେରାଙ୍କ କହିବା ମୁତାବକ ଦୀର୍ଘଦିନ ହେବ ଏହି ଦାବି ନେଇ ସେମାନେ ବିଶ୍ୱବିଦ୍ୟାଳୟ କର୍ତ୍ତୃୃପକ୍ଷ, ଗଣଶିକ୍ଷା ସଚିବ, ଜାତୀୟ ଶିକ୍ଷକ ଶିକ୍ଷଣ ପରିଷଦର ଆଞ୍ଚଳିକ ସମିତି, ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ.ଅରୁଣ ସାହୁ, ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଓ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଅବଗତ କରାଇଥିଲେ ମଧ୍ୟ କିଛି ସୁଫଳ ପାଇ ନ ଥିଲେ। ପରେ ଛାତ୍ରୀଛାତ୍ରମାନେ ପଦଯାତ୍ରା ସମ୍ପର୍କରେ ଜିଲା ପ୍ରଶାସନକୁ ଗତ ୨୯ ତାରିଖରେ ଅବଗତ କରାଇଥିଲେ ବୋଲି କହିଛନ୍ତି। ତେବେ ୩ ଦିନ ମଧ୍ୟରେ ଦାବି ପୂରଣ ନ ହେଲେ ପୁନର୍ବାର ପଦଯାତ୍ରା କରାଯିବ ବୋଲି ସେ କହିଛନ୍ତି। ଭକ୍ତହରି ମିଶ୍ର, ରାହୁଲ ନନ୍ଦି, ଦିବ୍ୟସିଂହ ବେହେରା, ଉଜ୍ଜ୍ୱଳ ନାୟକ, ପ୍ରିୟରଞ୍ଜନ ବେହେରା, ହିମାଂଶୁ ତରେଇ, ସୁଜେନ୍ଦୁ ଦାସ, ସଂଗ୍ରାମ କେଶରୀ ପଣ୍ଡା, ଦୁଷ୍ମନ୍ତ ବେହେରା ପ୍ରମୁଖ ଛାତ୍ରମାନେ ଏହି ପଦଯାତ୍ରାରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?