ଛାତ୍ରୀଛାତ୍ରଙ୍କ ଘରେ ବହି ପହଞ୍ଚିଲା

ସୁନ୍ଦରଗଡ଼,୧୭ା୪(ଡି.ଏନ୍‌.ଏ.)-ଲକ୍‌ଡାଉନ ଯୋଗୁ ଛାତ୍ରୀଛାତ୍ରଙ୍କ ଶିକ୍ଷାଦାନ ବ୍ୟବସ୍ଥା ପ୍ରଭାବିତ ହୋଇଛି। ଏଭଳି ସ୍ଥିତିରେ ପିଲାଙ୍କ ଭବିଷ୍ୟତ ନେଇ ଉଭୟ ଅଭିଭାବକ ଓ ଶିକ୍ଷୟିତ୍ରୀ ଶିକ୍ଷକମାନେ ଚିନ୍ତିତ ଥିବା ବେଳେ ଘରୋଇ ବିଦ୍ୟାଳୟଗୁଡିକ ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ ମାଧ୍ୟମରେ ଶିକ୍ଷାଦାନ ଆରମ୍ଭ କରିଛନ୍ତି। ଏଭଳି ସ୍ଥିତିରେ ସୁନ୍ଦରଗଡ଼ ଜିଲା ଶିକ୍ଷା ବିଭାଗ ପକ୍ଷରୁ ସରକାରୀ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ପାଠ୍ୟ ପୁସ୍ତକ ଯୋଗାଣ ଆରମ୍ଭ ହୋଇଛି ା ଶିକ୍ଷୟିତ୍ରୀ,ଶିକ୍ଷକମାନେ ପିଲାମାନଙ୍କ ଘରେ ପହଞ୍ଚତ୍ ଏହି ବହି ପ୍ରଦାନ କରୁଥିବା ଦେଖିବାକୁ ମିଳିଛି ା
ଶିକ୍ଷୟିତ୍ରୀ ଶିକ୍ଷକମାନେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ସେମାନଙ୍କ ଘରକୁ ଯାଇ ବହି ଦେବା ପାଇଁ ନିର୍ଦ୍ଦେଶ ରହିଛି । ଜିଲାପାଳଙ୍କ ନିର୍ଦ୍ଦେଶ ମୁତାବକ ଜିଲା ଶିକ୍ଷା ଅଧିକାରୀ ଗତ ୧୪ ତାରିଖରେ ଚିଠି ନଂ. ୫୫୯ରେ ଜିଲାର ସମସ୍ତ ବ୍ଲକ ଶିକ୍ଷାଧିକାରୀ ମାନଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏପ୍ରିଲ ୨୫ସୁଦ୍ଧା ବ୍ଲକ ଶିକ୍ଷାଅଧିକାରୀମାନେ ଜିଲା ମୁଖ୍ୟ କାର୍ଯ୍ୟାଳୟରୁ ବହି ସଂଗ୍ରହ କରି ପ୍ରତି କ୍ଲ୍‌ଷ୍ଟରକୁ ପହଞ୍ଚାଇବେ । ଏହାପରେ କ୍ଲଷ୍ଟରର ସିଆରସିସିମାନେ ପ୍ରତ୍ୟେକ ସ୍କୁଲରେ ଯାଇ ଆବଶ୍ୟକତା ଅନୁଯାୟୀ ଏହି ପାଠ୍ୟ ପୁସ୍ତକ ବିତରଣ କରିବେ । ଏହାପରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ,ଶିକ୍ଷକମାନେ ସହକାରୀ ଶିକ୍ଷୟିତ୍ରୀ,ଶିକ୍ଷକମାନଙ୍କ ସହାୟତାରେ ବିଦ୍ୟାଳୟର ସମସ୍ତ ଛାତ୍ରୀଛାତ୍ରମାନଙ୍କ ଘରକୁ ଯାଇ ଏହି ପାଠ୍ୟ ପୁସ୍ତକ ପ୍ରଦାନ କରିବେ। ପାଠ୍ୟ ପୁସ୍ତକ ବଣ୍ଟନ ପ୍ରକ୍ରିୟା ବେଳେ ସାମାଜିକ ଦୂରତ୍ୱକୁ କଡାକଡି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲାର ୨.୭ଲକ୍ଷ ଛାତ୍ରୀଛାତ୍ରଙ୍କୁ ଏହି ପୁସ୍ତକ ଯୋଗାଇ ଦେବା ପାଇଁ ବ୍ୟବସ୍ଥା ହୋଇଛି ା ଏହାକୁ ନେଇ ଶିକ୍ଷୟିତ୍ରୀ,ଶିକ୍ଷକ ଚିନ୍ତାରେ ପଡିଛନ୍ତି। ଏ ସମ୍ପର୍କରେ ଜିଲା ଶିକ୍ଷାଧିକାରୀ ରଞ୍ଜନ କୁମାର ଗିରି କହିଛନ୍ତି, ଛାତ୍ରୀଛାତ୍ରଙ୍କ ଘରେ ପାଠ୍ୟପୁସ୍ତକ ଯୋଗାଇବା ପ୍ରକ୍ରିୟା ଚାଲିଛି । ଏହି ପ୍ରକ୍ରିୟା କେନ୍ଦ୍ରିକଳା ବିଦ୍ୟାଳୟରୁ ଆରମ୍ଭ ହୋଇଛି ା ଜିଲାର ପ୍ରତ୍ୟେକ ସରକାରୀ ବିଦ୍ୟାଳୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ବର୍ଗର ୨ଲକ୍ଷ ୭ହଜାର ୬୯ ଜଣ ଛାତ୍ରୀଛାତ୍ରଙ୍କୁ ପାଠ୍ୟପୁସ୍ତକ ଯୋଗାଇ ଦିଆଯିବ । ଗତ ମାର୍ଚ୍ଚ ପ୍ରଥମସପ୍ତାହରେ ଜିଲାରେ ୯୫ ପ୍ରତିଶତ ପାଠ୍ୟପୁସ୍ତକ ପହଞ୍ଚତ୍ ସାରିଥିଲା । ମାତ୍ର କରୋନା ଯୋଗୁ ମାର୍ଚ୍ଚ୧୬ରୁ ସ୍କୁଲଗୁଡିକ ବନ୍ଦ ରହିଥିବାରୁ ଛାତ୍ରୀଛାତ୍ରମାନଙ୍କୁ ଏହି ପାଠ୍ୟପୁସ୍ତକ ବଣ୍ଟନ କରାଯାଇପାରି ନ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri