ଛାତ୍ରୀଛାତ୍ରଙ୍କ ଘରେ ବହି ପହଞ୍ଚିଲା

ସୁନ୍ଦରଗଡ଼,୧୭ା୪(ଡି.ଏନ୍‌.ଏ.)-ଲକ୍‌ଡାଉନ ଯୋଗୁ ଛାତ୍ରୀଛାତ୍ରଙ୍କ ଶିକ୍ଷାଦାନ ବ୍ୟବସ୍ଥା ପ୍ରଭାବିତ ହୋଇଛି। ଏଭଳି ସ୍ଥିତିରେ ପିଲାଙ୍କ ଭବିଷ୍ୟତ ନେଇ ଉଭୟ ଅଭିଭାବକ ଓ ଶିକ୍ଷୟିତ୍ରୀ ଶିକ୍ଷକମାନେ ଚିନ୍ତିତ ଥିବା ବେଳେ ଘରୋଇ ବିଦ୍ୟାଳୟଗୁଡିକ ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ ମାଧ୍ୟମରେ ଶିକ୍ଷାଦାନ ଆରମ୍ଭ କରିଛନ୍ତି। ଏଭଳି ସ୍ଥିତିରେ ସୁନ୍ଦରଗଡ଼ ଜିଲା ଶିକ୍ଷା ବିଭାଗ ପକ୍ଷରୁ ସରକାରୀ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ପାଠ୍ୟ ପୁସ୍ତକ ଯୋଗାଣ ଆରମ୍ଭ ହୋଇଛି ା ଶିକ୍ଷୟିତ୍ରୀ,ଶିକ୍ଷକମାନେ ପିଲାମାନଙ୍କ ଘରେ ପହଞ୍ଚତ୍ ଏହି ବହି ପ୍ରଦାନ କରୁଥିବା ଦେଖିବାକୁ ମିଳିଛି ା
ଶିକ୍ଷୟିତ୍ରୀ ଶିକ୍ଷକମାନେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ସେମାନଙ୍କ ଘରକୁ ଯାଇ ବହି ଦେବା ପାଇଁ ନିର୍ଦ୍ଦେଶ ରହିଛି । ଜିଲାପାଳଙ୍କ ନିର୍ଦ୍ଦେଶ ମୁତାବକ ଜିଲା ଶିକ୍ଷା ଅଧିକାରୀ ଗତ ୧୪ ତାରିଖରେ ଚିଠି ନଂ. ୫୫୯ରେ ଜିଲାର ସମସ୍ତ ବ୍ଲକ ଶିକ୍ଷାଧିକାରୀ ମାନଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏପ୍ରିଲ ୨୫ସୁଦ୍ଧା ବ୍ଲକ ଶିକ୍ଷାଅଧିକାରୀମାନେ ଜିଲା ମୁଖ୍ୟ କାର୍ଯ୍ୟାଳୟରୁ ବହି ସଂଗ୍ରହ କରି ପ୍ରତି କ୍ଲ୍‌ଷ୍ଟରକୁ ପହଞ୍ଚାଇବେ । ଏହାପରେ କ୍ଲଷ୍ଟରର ସିଆରସିସିମାନେ ପ୍ରତ୍ୟେକ ସ୍କୁଲରେ ଯାଇ ଆବଶ୍ୟକତା ଅନୁଯାୟୀ ଏହି ପାଠ୍ୟ ପୁସ୍ତକ ବିତରଣ କରିବେ । ଏହାପରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ,ଶିକ୍ଷକମାନେ ସହକାରୀ ଶିକ୍ଷୟିତ୍ରୀ,ଶିକ୍ଷକମାନଙ୍କ ସହାୟତାରେ ବିଦ୍ୟାଳୟର ସମସ୍ତ ଛାତ୍ରୀଛାତ୍ରମାନଙ୍କ ଘରକୁ ଯାଇ ଏହି ପାଠ୍ୟ ପୁସ୍ତକ ପ୍ରଦାନ କରିବେ। ପାଠ୍ୟ ପୁସ୍ତକ ବଣ୍ଟନ ପ୍ରକ୍ରିୟା ବେଳେ ସାମାଜିକ ଦୂରତ୍ୱକୁ କଡାକଡି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲାର ୨.୭ଲକ୍ଷ ଛାତ୍ରୀଛାତ୍ରଙ୍କୁ ଏହି ପୁସ୍ତକ ଯୋଗାଇ ଦେବା ପାଇଁ ବ୍ୟବସ୍ଥା ହୋଇଛି ା ଏହାକୁ ନେଇ ଶିକ୍ଷୟିତ୍ରୀ,ଶିକ୍ଷକ ଚିନ୍ତାରେ ପଡିଛନ୍ତି। ଏ ସମ୍ପର୍କରେ ଜିଲା ଶିକ୍ଷାଧିକାରୀ ରଞ୍ଜନ କୁମାର ଗିରି କହିଛନ୍ତି, ଛାତ୍ରୀଛାତ୍ରଙ୍କ ଘରେ ପାଠ୍ୟପୁସ୍ତକ ଯୋଗାଇବା ପ୍ରକ୍ରିୟା ଚାଲିଛି । ଏହି ପ୍ରକ୍ରିୟା କେନ୍ଦ୍ରିକଳା ବିଦ୍ୟାଳୟରୁ ଆରମ୍ଭ ହୋଇଛି ା ଜିଲାର ପ୍ରତ୍ୟେକ ସରକାରୀ ବିଦ୍ୟାଳୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ବର୍ଗର ୨ଲକ୍ଷ ୭ହଜାର ୬୯ ଜଣ ଛାତ୍ରୀଛାତ୍ରଙ୍କୁ ପାଠ୍ୟପୁସ୍ତକ ଯୋଗାଇ ଦିଆଯିବ । ଗତ ମାର୍ଚ୍ଚ ପ୍ରଥମସପ୍ତାହରେ ଜିଲାରେ ୯୫ ପ୍ରତିଶତ ପାଠ୍ୟପୁସ୍ତକ ପହଞ୍ଚତ୍ ସାରିଥିଲା । ମାତ୍ର କରୋନା ଯୋଗୁ ମାର୍ଚ୍ଚ୧୬ରୁ ସ୍କୁଲଗୁଡିକ ବନ୍ଦ ରହିଥିବାରୁ ଛାତ୍ରୀଛାତ୍ରମାନଙ୍କୁ ଏହି ପାଠ୍ୟପୁସ୍ତକ ବଣ୍ଟନ କରାଯାଇପାରି ନ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri