ଛାତ୍ରୀଛାତ୍ରଙ୍କ ସହ ମଧ୍ୟାହ୍ନ ଭୋଜନ ଖାଇଲେ ବିଡିଓ

ବନ୍ତ, ୨୬ା୧୧(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବିଡିଓ ରେବିକା ବିଲୁଙ୍ଗ ମଙ୍ଗଳବାର ବଡ ବର୍ଚ୍ଚିକୟାଁ ପଞ୍ଚାୟତ ପରିଦର୍ଶନରେ ଯାଇ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବା ସହିତ ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟର ତଦାରଖ କରିଥିଲେ। ଏହି ଅବସରରେ ସେ ସରପଞ୍ଚ ବିଷ୍ଣୁ ମୋହନ ଜେନା, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସଙ୍ଗୀତାରାଣୀ ପାଣିଗ୍ରାହୀଙ୍କ ସହିତ ଆପ୍ତିରା ଉନ୍ନୀତ ମଧ୍ୟ ଇଂରାଜୀ ବିଦ୍ୟାଳୟ ପରିଦର୍ଶନ କରିଥିଲେ। ସେଠାରେ ଛାତ୍ରୀଛାତ୍ରଙ୍କ ସହ ମିଶଇ ମଧ୍ୟାହ୍ନ ଭୋଜନ ଖାଇ ଏହାର ମାନ ପରଖି ଥିଲେ। ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ସୁରେଶ ଭାରତୀ, ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ସୁଷମା ଜେନାଙ୍କ ସମେତ ସମସ୍ତ ଶିକ୍ଷୟତ୍ରୀ ଶିକ୍ଷକ ଓ କମିଟି ସଦସ୍ୟଙ୍କ ସହିତ ସେ ବିଦ୍ୟାଳୟର ଉନ୍ନୟନ କାର୍ଯ୍ୟ ବିଷୟରେ ଆଲୋଚନା କରି ଅସମ୍ପୂର୍ଣ୍ଣ କାର୍ଯ୍ୟ ସାରିିବାକୁ କହିଥିଲେ। ଏହା ପୂର୍ବରୁ ବିଡିଓ ବିଲୁଙ୍ଗ ପଞ୍ଚାୟତ ଅଧୀନ ବିଶଲକଣା, ବଡବର୍ଚ୍ଚିକୟାଁ, ଆପ୍ତିରାଷଡଙ୍ଗୀ ଗ୍ରାମକୁ ଯାଇ ପ୍ରଧାନମନ୍ତ୍ରୀ ଆବାସ ହିତାଧିକାରୀଙ୍କୁ ଭେଟି ଗୃହ ନିର୍ମାଣ ଶୀଘ୍ର ଶେଷ କରିବାକୁ ମଧ୍ୟ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୭ ଜିଲାରେ ଝଡ଼ବର୍ଷା, ସତର୍କତା ଜାରି କରି ପାଣିପାଗ ବିଶେଷଜ୍ଞ କହିଲେ ଜୁନ୍‌ ୩୦ ବେଳକୁ…

ଭୁବନେଶ୍ୱର,୨୯ା୬(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାବେଳେ ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ହେଉଛି। ତେବେ ଜୁନ୍‌ ୩୦ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି…

ମାଛ ମାରିବାକୁ ଯାଇ ପାଣିରେ ବୁଡ଼ି ଜୀବନ ଗଲା

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ମାଛ ମାରିବାକୁ ଯାଇଥିବାବେଳେ ରବିବାର  ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣକ ହେଲେ, ଭଟଲି ଥାନା…

୫ମ ଶ୍ରେଣୀ ଛାତ୍ରଙ୍କୁ ଧକ୍କା ଦେଇ ଫେରାର ହୋଇଗଲା କାର୍‌, ଡାହାଣ ଗୋଡ଼ରେ ଚକା ଚଢ଼ିଯିବାରୁ…

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ଗ୍ରାମର ସୁବାସ ନାଇକଙ୍କ ପୁଅ ୫ମ ଶ୍ରେଣୀରେ ପଢୁଥିବା ଛାତ୍ର…

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି: ୧୦୮ ଗରା ସୁବାସିତ ଜଳରେ କରିବେ ସ୍ନାନ

ପୁରୀ,୨୯ା୬: ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀରୁ ଆସି ସ୍ନାନବେଦୀରେ ବିରାଜମାନ କରିଛନ୍ତି ପ୍ରଭୁ ଶ୍ରୀସୁଦର୍ଶନ, ବଡ଼ଠାକୁର ବଳଭଦ୍ର, କାଳିଆ…

କ୍ରିକେଟ ଟୁର୍ନାମେଣ୍ଟ, ସୋମପେଣ୍ଠା ବିଜୟୀ, ଖେଳାଳିଙ୍କୁ ଉତ୍ସାହିତ କଲେ ବିଧାୟକ

ଛତ୍ରପୁର,୨୮।୬(ଦିଲ୍ଲୀପି ସାମଲ): ଛତ୍ରପୁର ନିକଟସ୍ଥ ଟି. ନୂଆଁଗାଁ ପଡ଼ିଆରେ ଚାଲିଥିବା ଶ୍ରୀଶ୍ରୀ ବାବା ଅଗସ୍ତିଶ୍ୱର କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ରଙ୍ଗେଈଲୁଣ୍ଡା ଏବଂ…

ସରକାରୀ ଚାକିରି ଦେବା ନାମରେ ୨୩ ଲକ୍ଷ ଠକେଇ

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ପୋଲିସ ଚାକିରି ଦେବା ନାମରେ ଠକେଇ ମାମଲାର ପର୍ଦ୍ଦାଫାଶ କରିଛି। ଘଟଣାରେ ଜଡ଼ିତ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ…

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ…

ଚେନ୍ନାଇରୁ ଘରକୁ ଫେରିବା ବାଟରେ ଶ୍ରମିକ ନିଖୋଜ, ଖୋଜିବା ପାଇଁ ସ୍ତ୍ରୀଙ୍କ ନିବେଦନ

ଦେବଗଡ,୨୮ା୬(ଶଶାଙ୍କ ଶେଖର ଝାଙ୍କର): ଚେନ୍ନାଇରୁ ଘରକୁ ଫେରୁଥିବା ସମୟରେ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳର ପୁରମୁଣ୍ଡା ଗ୍ରାମର ଜଣେ ଶ୍ରମିକ ନିଖୋଜ ହୋଇଯାଇଥିବା ଜଣାପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri