ଛାତ୍ରୀଛାତ୍ରଙ୍କ ସହ ମଧ୍ୟାହ୍ନଭୋଜନ କଲେ ଗଣଶିକ୍ଷା ମନ୍ତ୍ରୀ

ବଲାଙ୍ଗୀର ଅଫିସ, ୧୨ା୨ – ବଲାଙ୍ଗୀର ଜିଲା ଗସ୍ତରେ ଆସିଥିବା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମଙ୍ଗଳବାର ସ୍ଥାନୀୟ ଡିଇଓ ଅଫିସରେ ଅନୁଷ୍ଠିତ ପ୍ରଧାନଶିକ୍ଷକ ସମ୍ମିଳନୀରେ ଯୋଗଦେବା ପରେ ହଠାତ୍‌ ନିକଟସ୍ଥ ସରକାରୀ ପ୍ରାକ୍ଟିସିଂ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନରେ ଯାଇଥିଲେ ା ମନ୍ତ୍ରୀ ପହଞ୍ଚତ୍ବା ବେଳେ ଛାତ୍ରୀଛାତ୍ରମାନେ ମଧ୍ୟାହ୍ନଭୋଜନ କରିବାକୁ ବାରଣ୍ଡାରେ ବସିଥିଲେ ା ଦିନ ପ୍ରାୟ ୧ଟା ୩୦ ମିନିଟ୍‌ ହୋଇଯାଇଥିଲେ ମଧ୍ୟ କାହିଁକି ଛାତ୍ରୀଛାତ୍ରଙ୍କୁ ଖାଇବାକୁ ଦିଆଯାଇନାହିଁ ବୋଲି ଶିକ୍ଷୟିତ୍ରୀଙ୍କୁ ପ୍ରଶ୍ନ କରିଥିଲେ ା ସ୍କୁଲ ଭିତର ରୋଷେଇ ଘରେ ପଶି କ’ଣ ରନ୍ଧା ଯାଇଛି ଦେଖିବା ସହ ପାଚିକା ସହ ଆଲୋଚନା କରିଥିଲେ ା ଏହାପରେ ବାରଣ୍ଡାରେ ଖାଇବାକୁ ବସିଥିବା ଛାତ୍ରୀଛାତ୍ରଙ୍କ ସହ ତଳେ ବସି ଏଠାରେ ମଧ୍ୟାହ୍ନ ଭୋଜନ କରିବା ବୋଲି କହିଥିଲେ ା ମନ୍ତ୍ରୀ ଦାଶଙ୍କ ସହ ଜିଲାପାଳ ଅରିନ୍ଦମ୍‌ ଡାକୁଆ ଓ ଡିଇଓ ଧ୍ରୁବଚରଣ ବେହେରା ମଧ୍ୟ ବସି ଛାତ୍ରୀଛାତ୍ରଙ୍କ ସହ ମଧ୍ୟାହ୍ନଭୋଜନ କରିଥିଲେ ା ଭାତ ସହ ସୋୟାବିନ୍‌ ଆଳୁ ତରକାରୀ ଖାଇ ଏହାର ମାନ ଠିକ୍‌ ଥିବା ଓ ସୁସ୍ବାଦୁ ହୋଇଥିବା କହିଥିଲେ ା ଖାଦ୍ୟର ଏଭଳି ମାନ ସବୁଦିନ ବଜାୟ ରଖିବାକୁ ମନ୍ତ୍ରୀ ଦାଶ ଶିକ୍ଷୟିତ୍ରୀ ଓ ପାଚିକାଙ୍କୁ କହିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡଜାମିନ ରଖି ପୁତୁରାକୁ ମାରିଲେ କକା

ଟିଟିଲାଗଡ଼,୨୧ା୪(ଶରତ ମିଶ୍ର)ଟଙ୍କା ପାଇଁ ମଣିଷ କେତେ କ୍ରୂର ହୋଇଯାଏ ତାହାର ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ବେଲପଡ଼ା ଗ୍ରାମରେ। ୧୪...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

ନବୀନ ଖେଳିଲେ ପଶ୍ଚିମ ଓଡ଼ିଶା କାର୍ଡ

ବଲାଙ୍ଗୀର, ୧୮ା୪(ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ହୋଇଛନ୍ତି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଶ୍ଚିମ ଓଡ଼ିଶାରେ...

୩ଦିନ ହେଲା ଜଳଯୋଗାଣ ବନ୍ଦ: ପାଣି ପାଇଁ ଭରସା ନଦୀଜଳ

ସଇଁତଳା, ୧୪ା୪ (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ଡ଼େଙ୍ଗ ପଞ୍ଚାୟତବାସୀ ଏବେ ଘୋର ପାନୀୟ ଜଳକଷ୍ଟରେ ରହିଛନ୍ତି। ପାଇପ୍‌ ଫାଟି ଯାଇଥିବାରୁ...

ସୋନିଆଙ୍କୁ ଭେଟିଲେ ନରସିଂହ

ବଲାଙ୍ଗୀର,୧୪ା୪(ବୀରେନ୍ଦ୍ର କୁମାର ଝାଙ୍କର)କଂଗ୍ରେସ ଦଳର ସର୍ବୋଚ୍ଚ ନେତ୍ରୀ ସୋନିଆ ଗାନ୍ଧୀଙ୍କୁ ଶନିବାର ବଲାଙ୍ଗୀର ବିଧାୟକ ତଥା ବିଧାନ ସଭାରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ...

ଏଭଳି ନେତା ଦଳ ଛାଡିଲେ ପ୍ରଭାବ ପଡିବନି- ଶିବାଜୀ 

ବଲାଙ୍ଗୀର,୧୧ା୪ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଭାଜପାର ପୂର୍ବତନ  ଜିଲା ସଭାପତି ପ୍ରଭାସ ପାଣିଗ୍ରାହୀ ଭାଜପାରୁ ଇସ୍ତଫା ଦେଇ ବିଜେଡିରେ ଯୋଗ  ଦେଇଛନ୍ତି। ଭୁବନେଶ୍ୱରଠାରେ ବିଜେଡି...

ବିଦ୍ୟାଳୟ ଆସୁନାହାନ୍ତି ପ୍ରଧାନଶିକ୍ଷକ

ଲାଠୋର, ୧୧ା୪(ଭୁବନେଶ୍ୱର ବାରିକ)ବଲାଙ୍ଗୀର ଜିଲା ତୁରେକେଲା ବ୍ଳକ ହଲନଭଟା ପଞ୍ଚାୟତ ଅଧିନ ବିଜମାଲପଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟ ଏବେ ନାନା ଅବ୍ୟବସ୍ଥାରେ ଚାଲିଛି। ପ୍ରଧାନ ଶିକ୍ଷକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri