ଭଞ୍ଜନଗର,୨୨।୮(ଡି.ଏନ.ଏ)- ଉଚ୍ଚଶିକ୍ଷାରେ ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ସରକାର କେତେକ ନୂତନ ପଦକ୍ଷେପ ନେଇଛନ୍ତି। ଚଳିତ ଶିକ୍ଷା ବର୍ଷଠାରୁ କଲେଜରେ ଛାତ୍ରୀଛାତ୍ରଙ୍କ ୭୫ ପ୍ରତିଶତ ଉପସ୍ଥାନ ପାଇଁ ବାଧ୍ୟ କରାଯାଇଛି। ଯଦି ତାଠାରୁ ଉପସ୍ଥାନ କମେ ତେବେ ସମ୍ପୃକ୍ତ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଦେବାରୁ ବଞ୍ଚତ୍ତ କରିବା ପାଇଁ ସରକାର ପରାମର୍ଶ ଦେଇଛନ୍ତି। ଏହି ନିର୍ଦ୍ଦେଶନାମା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ କଲେଜରେ କଡ଼ାକଡ଼ି ଭାବେ ପାଳନ କରାଯିବା ପରେ ଶ୍ରେଣୀରେ ଉପସ୍ଥାନ ବୃଦ୍ଧି ପାଇଛି। ଯେଉଁଠି ଛାତ୍ରୀଛାତ୍ରଙ୍କ ଉପସ୍ଥାନ କମୁଛି ସେମାନଙ୍କ ଅଭିଭାବକଙ୍କୁ ଅଧ୍ୟାପକ ଜଣାଇବେ। ଗୁରୁବାର କଲେଜରେ ଅନୁଷ୍ଠିତ ଏକ ବୈଠକରେ ତାହା ନିଷ୍ପତି ନିଆଯାଇଛି। ଅଧ୍ୟକ୍ଷ ଡ. ନୀଳାଞ୍ଚଳ ମୁନି ବୈଠକରେ ସଭାପତିତ୍ୱ କରିଥିଲେ। ପ୍ରାଧ୍ୟାପକ ଡ. ସୁବାସ ଚନ୍ଦ୍ର ପ୍ରଧାନ, ଡ. ରବୀନ୍ଦ୍ର ନାଥ ପାଳ, ଏସ୍. କେ. ମିଶ୍ର, ଡ଼. ବିନୋଦ ଚନ୍ଦ୍ର ଦାସ ପ୍ରମୁଖ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ। ଅଧ୍ୟାପକ ଦାମୋଦର ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ଗଜପତି ଜିଲାର ନୂଆ ଜିଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ
ଗଜପତି(ଗିରିଧାରୀ ପରିଛା):୦୨/୦୧- ଗଜପତି ଜିଲ୍ଲାର ନୂଆ ଜିଲ୍ଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ । ନୂଆବର୍ଷରେ ନିଯୁକ୍ତି ଦେଇଛନ୍ତି ସରକାର । ଗତ କିଛି ଦିନ...
ଅସହାୟଙ୍କୁ ସାହା ‘ୟୁସେ ସଂଗଠନ’: ବୁଦ୍ଧିଜୀବୀଙ୍କ ପ୍ରଶଂସା
ପରଜଙ୍ଗ,୨।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ବସ୍ତି,ସାହି ମାନଙ୍କରେ ନୂତନ ବର୍ଷର ପ୍ରଥମ ଦିବସରେ ୟୁଥ ୟୁନାଇଟେଡ଼ ଫୋର୍ ସଷ୍ଟେନେବ୍ଲ୍ୟୁ ଏନଭର୍ଣ୍ଣମେଣ୍ଟ ଟ୍ରଷ୍ଟ...
ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ
ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...
ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ
ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...
କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ
ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...
ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…
କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...
ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା
ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...
ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…
ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ...
Archives


