ଛାତ୍ରୀଛାତ୍ର ଦୃଢ଼ ଇଚ୍ଛାଶକ୍ତି, ସଂକଳ୍ପ ବଜାୟ ରଖନ୍ତୁ

ଭୁବନେଶ୍ୱର, ୮ା୧୨(ବ୍ୟୁରୋ)

ପଟିଆସ୍ଥିତ ଓଡିଏମ୍‌ ପବ୍ଲିକ୍‌ ସ୍କୁଲ ପରିସରରେ ବାର୍ଷିକ ସାମାଜିକ ବିଜ୍ଞାନ ସମ୍ମିଳନୀ ‘ସୋ-ସାଇଟି-୨୦୧୯’ ଶନିବାର ଅନୁଷ୍ଠିତ ହୋଇଯାଇଛି। ଓଡିଏମ୍‌ ଶିକ୍ଷାନୁଷ୍ଠାନ ସମୂହର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଡ. ସତ୍ୟବ୍ରତ ମୀନକେତନଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରାଧ୍ୟାପକ ଡ.ଗୋପାଳକୃଷ୍ଣ ପଣ୍ଡା ଯୋଗଦେଇଥିଲେ। ସେ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିବା ସହିତ ପିଲାମାନଙ୍କ ଅନ୍ତର୍ନିହିତ ପ୍ରତିଭା ଏବଂ ଦକ୍ଷତାର ବିକାଶ ନିମନ୍ତେ ସମାଜ ବିଜ୍ଞାନର ଉପାଦେୟତା ସମ୍ପର୍କରେ ଉଦ୍‌ବୋଧନ ଦେବା ସହ ଉଚ୍ଚତର ଗବେଷଣା ନିମନ୍ତେ ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ କରିଥିଲେ। ଅଧ୍ୟକ୍ଷ ଡ. ମୀନକେତନ ଦୃଢ଼ ଇଚ୍ଛାଶକ୍ତି ଓ ସଂକଳ୍ପ ବଜାୟ ରଖିବା ସହିତ ବିଶ୍ୱ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ଅନୁଧ୍ୟାନକରି ଏହାର ସମାଧାନ କରିପାରିଲେ ଭବିଷ୍ୟତରେ ନୂତନ ଭାରତବର୍ଷ ଗଠନ ହୋଇପାରିବ ବୋଲି ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇଥିଲେ। ବିଦ୍ୟାଳୟର ନିର୍ଦ୍ଦେଶିକା ଇନ୍ଦୁମତୀ ରାୟ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରିଥିବାବେଳେ ବରିଷ୍ଠ ପରାମର୍ଶଦାତା ବ୍ରହ୍ମାନନ୍ଦ ରାଉତ ଅତିଥି ପରିଚୟ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମର ଦ୍ୱିତୀୟ ପର୍ଯ୍ୟାୟରେ ଷଷ୍ଠରୁ ଦଶମଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ଦ୍ୱାରା ୨୦୦ରୁ ଊର୍ଦ୍ଧ୍ୱ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ଏହି ପରିପ୍ରେକ୍ଷୀରେ ପିଲାମାନଙ୍କ ଦ୍ୱାରା ପ୍ରସ୍ତୁତ ପାୱାର ପଏଣ୍ଟ, ଚାର୍ଟ, ମଡେଲ ପ୍ରଭୃତି ପ୍ରକଳ୍ପ ଅଭିଜ୍ଞ ବିଶେଷଜ୍ଞ ମଣ୍ଡଳୀଦ୍ୱାରା ବିଚାର କରାଯାଇ ମୂଲ୍ୟାଙ୍କନ କରାଯିବା ସହିତ ଶ୍ରେଷ୍ଠ ବିବେଚିତ ପ୍ରକଳ୍ପଗୁଡିକୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଶିକ୍ଷୟିତ୍ରୀ ସୁଲତାରାଣୀ ସାହା ଏବଂ ସାମାଜିକ ବିଜ୍ଞାନର ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri