ଛାତ୍ରୀ ନିବାସ ପରିସରରେ ୨୦୦ ଚାରା ରୋପଣ

ଭଟଲି,୧୫ା୭(ଡି.ଏନ.ଏ) ଭଟଲି ଦଧିବାମନ ଡିଗ୍ରୀ ମହାବିଦ୍ୟାଳୟର ୟୁଜିସି ଛାତ୍ରୀ ନିବାସ ପରିସରରେ ରବିବାର ବନ ମହୋତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ଅଧ୍ୟାପକ ଶ୍ୟାମଲାଲ ନାୟକଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଛାତ୍ରୀ ନିବାସରେ ହୋଇଥିଲା । ପ୍ରତ୍ୟେକ ବର୍ଷ ଅତି କମ୍‌ରେ ଜଣେ ମଣିଷ ୫ଟି ଗଛ ଲଗାଇବା ଏବଂ ସେଗୁଡିକର ଉପଯୁକ୍ତ ଯତ୍ନ ନେବା ଉଚିତ ବୋଲି ମତପ୍ରକାଶ ପାଇଥିଲା । ଭଟଲି ରେଞ୍ଜର ଫରେଷ୍ଟର ସୁଦାମ ଜଗଦଲା ଯୋଗଦେଇ ସମସ୍ତେ ବ୍ୟାପକ ଜଙ୍ଗଲ ସୃଷ୍ଟି ଦିଗରେ ମନ ବଳାଇବାକୁ ଅନୁରୋଧ କରିଥିଲେ । ଏହି ଅବସରରେ ଅନ୍ୟତମ ଅତିଥି ଭାବେ ଅଧ୍ୟାପକ ରବି ପଣ୍ଡା, ଲାଇବ୍ରେରିଆନ୍‌ ରସାନନ୍ଦ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ା ପରେ ଛାତ୍ରୀ, ଅଧ୍ୟାପକ ଏବଂ ଅତିଥିମାନେ ମିଶି ଛାତ୍ରୀ ନିବାସ ପରିସରରେ ବିଭିନ୍ନ ପ୍ରକାରର ୨୦୦ ଚାରା ରୋପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଜଳଭଣ୍ଡାରରେ ବଢୁଛି ବନ୍ୟାଜଳ ପରିମାଣ, ପୁଣି ଖୋଲିଲା ୫ ଗେଟ୍‌, ଜଳସ୍ତର ରହିଛି…

ସମ୍ବଲପୁର,୧୭ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ଅତ୍ୟଧକ ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର…

ବନ୍ୟାପାଣିରେ ବୁଡ଼ିଲା ଶିବମନ୍ଦିର, ଫସିଲେ ପୂଜକ ଦମ୍ପତି, ୮ ଘଣ୍ଟା ପରେ…

କୁଚିଣ୍ଡା,୧୬ା୮(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକରେ ପ୍ରବାହିତ ଖର୍ଲା ନଦୀରେ ବନ୍ୟା ଆସିଛି। ବନ୍ୟାପାଣି ମାଡ଼ି ଆସିବାରୁ ଚକଦରହ ଶିବମନ୍ଦିରଟି ପାଣିରେ ଅଧା ବୁଡ଼ି ଯାଇଥିଲା।…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri