ଛାତ୍ରୀ ମୃତ୍ୟୁକୁ ନେଇ ସ୍କୁଲରେ ତାଲା: ପ୍ରଧାନ ଶିକ୍ଷକ ଓ ମାଟ୍ରନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ବାରିପଦା ଅଫିସ/ବଡ଼ସାହି,୧୨ା୯(ଡି.ଏନ.ଏ.)- ମୟୂଭରଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ବୀରେଶ୍ୱରପୁର ଉଚ୍ଚ ବିଦ୍ୟାଳୟରେ ଥିବା ଅନୁସୂଚୀତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଛାତ୍ରୀ ନିବାସର ଜଣେ ଅନ୍ତେବାସୀଙ୍କ ମୃତ୍ୟୁକୁ ନେଇ ସୋମବାର ଉତ୍ତେଜନା ପ୍ରକାଶ ପାଇଛି। ପରିବାର ଲୋକଙ୍କ ସହ ଅଞ୍ଚଳବାସୀ ସ୍କୁଲ ଫାଟକରେ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଦାୟିତ୍ୱରେ ଥିବା କର୍ମଚାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ଘଟଣାସ୍ଥଳରେ ପୋଲିସ ଓ ବିଭାଗୀୟ ଅଧିକାରୀ ପହଞ୍ଚି ବୁଝାଶୁଝା କରିବା ପରେ ମଧ୍ୟ ବିକ୍ଷୋଭକାରୀମାନେ ଜିଦରେ ଅଡ଼ି ବସିଛନ୍ତି। ପ୍ରଧାନ ଶିକ୍ଷକ ଓ ମାଟ୍ରନଙ୍କୁ ଦାୟୀ କରି ମୃତକଙ୍କ ମାଆ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତ କରି ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।
ସୂଚନା ଅନୁଯାୟୀ, ୩ଶହ ଶଯ୍ୟା ବିଶିଷ୍ଟ ଉକ୍ତ ବାଳିକା ଆଶ୍ରମରେ ୨୭୦ଛାତ୍ରୀ ରହିଆସୁଛନ୍ତି।ରବିବାର ଅପରାହ୍ନରେ ଅଷ୍ଟମ ଶ୍ରେଣୀର ଛାତ୍ରୀ ଅଞ୍ଜଳି ପାତ୍ର(୧୪) ହଠାତ ଅସୁସ୍ଥ ହୋଇପଡ଼ିଥିଲେ। ଛାତ୍ରୀ ନିବାସ ପରିଚାଳନା ଦାୟିତ୍ୱରେ ଥିବା ମାଟ୍ରନ ତାଙ୍କୁ ଡୁକୁରା ଡାକ୍ତରଖାନାରେ ଭର୍ର୍ତ୍ତିି କରିଥିଲେ। ମାତ୍ର ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ପରିବାର ଲୋକେ ଡାକ୍ତରଖାନାରେ ପହଞ୍ଚି ଝିଅର ମୃତ୍ୟୁକୁ ସହଜରେ ଗ୍ରହଣ କରିପାରି ନ ଥିଲେ। ବଡ଼ସାହି ପୋଲିସ ବୁଝାଶୁଝା କରିବା ପରେ ଶବ ବ୍ୟବଚ୍ଛେଦ ପାଇଁ ବାରିପଦା ପିଆରଏମ୍‌ ମେଡିକାଲକୁ ଆଣିଥିଲେ। ସୋମବାର ସନ୍ଧ୍ୟାରେ ବୈଦ୍ୟପୁର ଛକରେ ଉତ୍ତ୍ୟକ୍ତ ଲୋକେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ଫଳରେ ଉକ୍ତ ରାସ୍ତା ଦେଇ ଉଦଳା-ବାରିପଦା-ବଡ଼ସାହି ଓ ପ୍ରତାପପୁରକୁ ଚଳପ୍ରଚଳ କରୁଥିବା ଯାନବାହାନ ଅଟକି ରହିଥିଲା। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ତଦନ୍ତକାରୀ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri