ବାରିପଦା ଅଫିସ/ବଡ଼ସାହି,୧୨ା୯(ଡି.ଏନ.ଏ.)- ମୟୂଭରଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ବୀରେଶ୍ୱରପୁର ଉଚ୍ଚ ବିଦ୍ୟାଳୟରେ ଥିବା ଅନୁସୂଚୀତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଛାତ୍ରୀ ନିବାସର ଜଣେ ଅନ୍ତେବାସୀଙ୍କ ମୃତ୍ୟୁକୁ ନେଇ ସୋମବାର ଉତ୍ତେଜନା ପ୍ରକାଶ ପାଇଛି। ପରିବାର ଲୋକଙ୍କ ସହ ଅଞ୍ଚଳବାସୀ ସ୍କୁଲ ଫାଟକରେ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଦାୟିତ୍ୱରେ ଥିବା କର୍ମଚାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ଘଟଣାସ୍ଥଳରେ ପୋଲିସ ଓ ବିଭାଗୀୟ ଅଧିକାରୀ ପହଞ୍ଚି ବୁଝାଶୁଝା କରିବା ପରେ ମଧ୍ୟ ବିକ୍ଷୋଭକାରୀମାନେ ଜିଦରେ ଅଡ଼ି ବସିଛନ୍ତି। ପ୍ରଧାନ ଶିକ୍ଷକ ଓ ମାଟ୍ରନଙ୍କୁ ଦାୟୀ କରି ମୃତକଙ୍କ ମାଆ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତ କରି ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।
ସୂଚନା ଅନୁଯାୟୀ, ୩ଶହ ଶଯ୍ୟା ବିଶିଷ୍ଟ ଉକ୍ତ ବାଳିକା ଆଶ୍ରମରେ ୨୭୦ଛାତ୍ରୀ ରହିଆସୁଛନ୍ତି।ରବିବାର ଅପରାହ୍ନରେ ଅଷ୍ଟମ ଶ୍ରେଣୀର ଛାତ୍ରୀ ଅଞ୍ଜଳି ପାତ୍ର(୧୪) ହଠାତ ଅସୁସ୍ଥ ହୋଇପଡ଼ିଥିଲେ। ଛାତ୍ରୀ ନିବାସ ପରିଚାଳନା ଦାୟିତ୍ୱରେ ଥିବା ମାଟ୍ରନ ତାଙ୍କୁ ଡୁକୁରା ଡାକ୍ତରଖାନାରେ ଭର୍ର୍ତ୍ତିି କରିଥିଲେ। ମାତ୍ର ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ପରିବାର ଲୋକେ ଡାକ୍ତରଖାନାରେ ପହଞ୍ଚି ଝିଅର ମୃତ୍ୟୁକୁ ସହଜରେ ଗ୍ରହଣ କରିପାରି ନ ଥିଲେ। ବଡ଼ସାହି ପୋଲିସ ବୁଝାଶୁଝା କରିବା ପରେ ଶବ ବ୍ୟବଚ୍ଛେଦ ପାଇଁ ବାରିପଦା ପିଆରଏମ୍ ମେଡିକାଲକୁ ଆଣିଥିଲେ। ସୋମବାର ସନ୍ଧ୍ୟାରେ ବୈଦ୍ୟପୁର ଛକରେ ଉତ୍ତ୍ୟକ୍ତ ଲୋକେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ଫଳରେ ଉକ୍ତ ରାସ୍ତା ଦେଇ ଉଦଳା-ବାରିପଦା-ବଡ଼ସାହି ଓ ପ୍ରତାପପୁରକୁ ଚଳପ୍ରଚଳ କରୁଥିବା ଯାନବାହାନ ଅଟକି ରହିଥିଲା। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ତଦନ୍ତକାରୀ ଅଧିକାରୀ କହିଛନ୍ତି।
ଛାତ୍ରୀ ମୃତ୍ୟୁକୁ ନେଇ ସ୍କୁଲରେ ତାଲା: ପ୍ରଧାନ ଶିକ୍ଷକ ଓ ମାଟ୍ରନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ
ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…
ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ
ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…
ବେଲଗୁଣ୍ଠା ଏନ୍ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…
ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…
କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ
ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…
ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ
ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…
ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ
ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…
ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…
ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…
୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…
ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…

