ଛାତ୍ର ଆନ୍ଦୋଳନ ଜାରି: ବସିଲା ବୈଠକ, ତୁଟିଲାନି ବିବାଦ

କୁଆମରା,୫ା୧୧(ଡି.ଏନ୍‌.ଏ.)- ଗୋପବନ୍ଧୁ ନଗର ବ୍ଲକ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ଛାତ୍ରୀଛାତ୍ରଙ୍କ ବିବାଦ ଜଟିଳ ହେବାରେ ଲାଗିଛି। ଏଥିନେଇ କଲେଜରେ ଦିନକୁ ଦିନ ଅଶାନ୍ତି ବଢିବାରେ ଲାଗିଛି। ଘଟଣାର୧୮ ଦିନ ପରେ ବି ଅଦ୍ୟାବଧି କୌଣସି ସମାଧାନର ରାସ୍ତା ବାହାରୁ ନାହିଁ। ଅଧ୍ୟକ୍ଷଙ୍କ ଇସ୍ତଫା ଦାବି କରି ଛାତ୍ରୀଛାତ୍ରମାନେ କଲେଜ ଗେଟରେ ତାଲା ପକାଇ ପ୍ରତିଦିନ ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଧାରଣାରେ ବସୁଛନ୍ତି। ଅନ୍ୟପକ୍ଷେ ପରିଚାଳନା କମିଟି ଛାତ୍ରୀଛାତ୍ରମାନଙ୍କୁ ବୁଝାସୁଝା କରିବାରେ ମଧ୍ୟ ବିଫଳ ହୋଇଛନ୍ତି। ଅଧ୍ୟକ୍ଷ କଲେଜ ନ ଆସି ଛୁଟିରେ ରହିବା ଯୋଗୁଁ ଅଧିକ ଉତ୍ତେଜନା ବଢିବାରେ ଲାଗିଛି। କଲେଜ ଭିତରକୁ ଅଧ୍ୟାପକ ଓ ଅଧ୍ୟାପିକାମାନେ ପଶି ନ ପାରି ନିକଟସ୍ଥ ଗଛ ମୂଳେ ବସି ସମୟ କାଟୁଛନ୍ତି। ତେବେ ଘଟଣାର ୧୮ ଦିନ ପରେ ସୋମବାର କଲେଜ ପରିଚାଳନା କମିଟିର ସଭାପତି ଗୋଲକ ବିହାରୀ ନାୟକ ପହଞ୍ଚି ଦିନ ତମାମ ଛାତ୍ରୀଛାତ୍ର ଓ ଅଭିବାବକମାନଙ୍କ ସହ ଆଲୋଚନା କରିଥିଲେ ମଧ୍ୟ ସମାଧାନର ରାସ୍ତା ବାହାରି ପାରି ନାହିଁ। ମଙ୍ଗଳବାର ପୁଣି ବୈଠକ ବସିବ ଓ ଆଲୋଚନା ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

ବିମାନବନ୍ଦରକୁ ଘେରି ରହିଛି କୁହୁଡ଼ି: ରନ୍‌ଓ୍ବେରେ ଫସିଲା ଅନେକ ବିମାନ

ଭୁବନେଶ୍ୱର,୧ା୧: ଗୁରୁବାର ସକାଳେ ଇଂରାଜୀ ନବବର୍ଷ ୨୦୨୬ର ପ୍ରଥମ ଦିନ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘନ କୁହୁଡ଼ି ଯୋଗୁ ବିମାନ ଚଳାଚଳ ଗୁରୁତର...

ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟ ଶାସନ ସଚିବ: କହିଲେ ରାଜ୍ୟ ପାଇଁ ଜଗନ୍ନାଥଙ୍କ ନିକଟରେ…

ଭୁବନେଶ୍ୱର,୧ା୧: କାର୍ଯ୍ୟ ଆରମ୍ଭ କରିଛନ୍ତି ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। ଲୋକସେବା ଭବନରେ ପ୍ରଥମ ପ୍ରତିକ୍ରିୟାରେ ସେ ସମଗ୍ର ଓଡ଼ିଶାବାସୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri