ଛାତ୍ର ଆନ୍ଦୋଳନ ଜାରି: ବସିଲା ବୈଠକ, ତୁଟିଲାନି ବିବାଦ

କୁଆମରା,୫ା୧୧(ଡି.ଏନ୍‌.ଏ.)- ଗୋପବନ୍ଧୁ ନଗର ବ୍ଲକ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ଛାତ୍ରୀଛାତ୍ରଙ୍କ ବିବାଦ ଜଟିଳ ହେବାରେ ଲାଗିଛି। ଏଥିନେଇ କଲେଜରେ ଦିନକୁ ଦିନ ଅଶାନ୍ତି ବଢିବାରେ ଲାଗିଛି। ଘଟଣାର୧୮ ଦିନ ପରେ ବି ଅଦ୍ୟାବଧି କୌଣସି ସମାଧାନର ରାସ୍ତା ବାହାରୁ ନାହିଁ। ଅଧ୍ୟକ୍ଷଙ୍କ ଇସ୍ତଫା ଦାବି କରି ଛାତ୍ରୀଛାତ୍ରମାନେ କଲେଜ ଗେଟରେ ତାଲା ପକାଇ ପ୍ରତିଦିନ ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଧାରଣାରେ ବସୁଛନ୍ତି। ଅନ୍ୟପକ୍ଷେ ପରିଚାଳନା କମିଟି ଛାତ୍ରୀଛାତ୍ରମାନଙ୍କୁ ବୁଝାସୁଝା କରିବାରେ ମଧ୍ୟ ବିଫଳ ହୋଇଛନ୍ତି। ଅଧ୍ୟକ୍ଷ କଲେଜ ନ ଆସି ଛୁଟିରେ ରହିବା ଯୋଗୁଁ ଅଧିକ ଉତ୍ତେଜନା ବଢିବାରେ ଲାଗିଛି। କଲେଜ ଭିତରକୁ ଅଧ୍ୟାପକ ଓ ଅଧ୍ୟାପିକାମାନେ ପଶି ନ ପାରି ନିକଟସ୍ଥ ଗଛ ମୂଳେ ବସି ସମୟ କାଟୁଛନ୍ତି। ତେବେ ଘଟଣାର ୧୮ ଦିନ ପରେ ସୋମବାର କଲେଜ ପରିଚାଳନା କମିଟିର ସଭାପତି ଗୋଲକ ବିହାରୀ ନାୟକ ପହଞ୍ଚି ଦିନ ତମାମ ଛାତ୍ରୀଛାତ୍ର ଓ ଅଭିବାବକମାନଙ୍କ ସହ ଆଲୋଚନା କରିଥିଲେ ମଧ୍ୟ ସମାଧାନର ରାସ୍ତା ବାହାରି ପାରି ନାହିଁ। ମଙ୍ଗଳବାର ପୁଣି ବୈଠକ ବସିବ ଓ ଆଲୋଚନା ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

ଅସୁରକ୍ଷିତ ରାଜଧାନୀ ଭୁବନେଶ୍ୱର: ୨୪ଘଣ୍ଟାରେ ୩ ଘଟଣାରେ ଆତଙ୍କିତ ସହରବାସୀ

ଅସୁରକ୍ଷିତ ହୋଇପଡ଼ିିଛି ରାଜଧାନୀ ଭୁବନେଶ୍ୱର। କଥା କଥାରେ ବୁଲୁଛି ଖଣ୍ଡା, ଭୁଜାଲି। ଦିନ ହେଉ ଅବା ରାତି ମହିଳାଙ୍କଠାରୁ ଆରମ୍ଭ କରି ପୁରୁଷ କେହି ସୁରକ୍ଷିତ ନାହାନ୍ତି।…

ପୁଣି ଅଶାନ୍ତ ବରଗଡ଼: ବୁଲିଲା ଛୁରି-ଭୁଜାଲି, ଯୁବକ ଆହତ

ବରଗଡ଼,୧୮ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଏଠାରେ ଦିନ ଦ୍ବିପ୍ରହରରେ ଭୁଜାଲି ମାଡ, ଛୁରାମାଡ଼ ହେଉଛି। ଗତ କିଛିଦିନ ତଳେ ବରଗ ହାଟପଦାରେ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

ମୌଳିକ ସୁବିଧାରୁ ବଞ୍ଚିତ ଡଙ୍ଗରିଆ କନ୍ଧ, ଟଙ୍କିକିଆ ଚାଉଳ ପାଇଁ ଯିବାକୁ ପଡ଼ୁଛି ୧୫ କି.ମି.

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ଦେଶ ସ୍ବାଧୀନତାର ୭୮ବର୍ଷ ପୂରିଥିଲେ ମଧ୍ୟ ଏବେ ସୁଦ୍ଧା ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ପହଞ୍ଚିପାରିନାହିଁ ମୌଳିକ ସୁବିଧା। ବିଶେଷକରି…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ: ପ୍ରେସ୍‌ ନୋଟ ଜାରି

ଭୁବନେଶ୍ୱର,୧୮।୨: ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ନେଇ ପ୍ରେସ୍‌ ନୋଟ ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ୧୦ ରାଜ୍ୟର ୩୭…

କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଉଛନ୍ତି…

ଭବାନୀପାଟଣା ସହରରେ ଫୁଟିଲା ଗୁଳି

ଭବାନୀପାଟଣା,୧୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri