ଛାତ୍ର ସଂସଦ ନିର୍ବାଚନ ବାତିଲକୁ ତୀବ୍ର ବିରୋଧ : ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ବ୍ରହ୍ମପୁର ଅଫିସ,୨୫ା୮-ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ବାତିଲ ଘୋଷଣା ପରେ ଏବେ ବିଭିନ୍ନ ଛାତ୍ର ସଂଗଠନ ଓ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏହାକୁ ବିରୋଧ କରି ଛାତ୍ରୀଛାତ୍ର ଓ ଛାତ୍ର ସଂଗଠନ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଶନିବାର ଅଖିଳ ଭାରତ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ପକ୍ଷରୁ ଏହାକୁ ତୀବ୍ର ବିରୋଧ କରାଯାଇଛି ା ଏବିଭିପି ଛାତ୍ରୀଛାତ୍ରମାନେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକ ଆଗରେ ଛାତ୍ର ସଂସଦ ନିର୍ବାଚନ ବାତିଲକୁ ବିରୋଧ କରି ବିକ୍ଷୋଭ ପ୍ରଦର୍ଶନ କରିବା ସହ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ କୁଶପୁତ୍ତଳିକା ଦାହ କରିଥିଲେ ା ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗର ଏଭଳି ନିଷ୍ପତ୍ତି ଦ୍ୱାରା ଛାତ୍ରୀଛାତ୍ରଙ୍କ ଗଣତାନ୍ତ୍ରିକ ଅଧିକାର କ୍ଷୁଣ୍ଣ ହୋଇଥିବା ସଂଗଠନ ଅଭିଯୋଗ କରିଛି ା ନିର୍ବାଚନ ଦ୍ୱାରା ଛାତ୍ରୀଛାତ୍ରଙ୍କ ମଧ୍ୟରେ ନେତୃତ୍ୱ ବିକାଶ ହେବା ସହ ନୂତନ ଛାତ୍ରନେତା ସୃଷ୍ଟି ହେଉଥିବାର ବହୁ ଉଦାହରଣ ରହିଛି ା ନିର୍ବାଚନକୁ ବାତିଲ କରି ଛାତ୍ରୀଛାତ୍ରଙ୍କ ଅଧିକାର ଓ ନେତୃତ୍ୱକୁ ସଙ୍କୁଚିତ କରିବାକୁ ରାଜ୍ୟ ସରକାର ପ୍ରୟାସ କରୁଥିବା ସେମାନେ କହିଛନ୍ତି ା ନିର୍ବାଚନ ପାଇଁ ଶୈକ୍ଷିକ ବାତାବରଣ ନଷ୍ଟ ହେଉଥିବା ଦର୍ଶାଇ ଏହାକୁ ବାତିଲ କରିବା ଅତ୍ୟନ୍ତ ନିନ୍ଦନୀୟ ବୋଲି ସଂଗଠନ ପକ୍ଷରୁ କୁହାଯାଇଛି ା ଏବେ ଅନେକ କଲେଜ ନାମରେ ଜମି ନ ଥିବା ବେଳେ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଏବେ ଶିକ୍ଷକ ମରୁଡି ଦେଖାଦେଉଛି ା
ଯାହା ରାଜ୍ୟର ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ଶୈକ୍ଷିକ ବାତାବରଣକୁ ପ୍ରଭାବିତ କରୁଛି ା କିନ୍ତୁ ସରକାର ଏଥିପ୍ରତି ଗୁରୁତ୍ୱ ନ ଦେଇ ଛାତ୍ରଙ୍କ ସ୍ବରକୁ ରୁଦ୍ଧ କରିବାକୁ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଥିବା ସେମାନେ ଅଭିଯୋଗ କରିଛନ୍ତି ା
ନିଜ ଦଳର ଗୋଷ୍ଠୀ କନ୍ଦଳକୁ ଲୁଚେଇବା ଓ ନେତାଙ୍କୁ ତୁଷ୍ଟୀକରଣ କରିବା ପାଇଁ ଏହା ଏକ ଚକ୍ରାନ୍ତ ବୋଲି ସଂଗଠନ ଦାବି କରିଛି ା ଆଗାମୀ ଦିନରେ ସରକାର ଏହାର ପୁନଃ ବିଚାର କରି ନିର୍ବାଚନ କରାଇବା ଦିଗରେ ପଦକ୍ଷେପ ଗ୍ରହଣ ନ କଲେ ରାଜ୍ୟ ବ୍ୟାପୀ ଛାତ୍ର ଆନ୍ଦୋଳନ ହେବ ବୋଲି ଚେତାବନୀ ଦିଆଯାଇଥିଲା ା
ଏହି ବିକ୍ଷୋଭ ସମାବେଶରେ ସଂଗଠନ ରାଜ୍ୟ ସମ୍ପାଦକ ଶାଶିକାନ୍ତ ମିଶ୍ର, ତୁତୁନ ପାତ୍ର, ରଞ୍ଜନ ସେଠୀ, ସୋମନାଥ ପାତ୍ର, ଅକ୍ଷୟ ପ୍ରଧାନ, ଅନନ୍ତ ପ୍ରଧାନ, ମାତାପ୍ରସାଦ ନାୟକ, ଦିନେଶ ମିଶାଲ ପ୍ରମୁଖ ସାମିଲ ହୋଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri