ଗଞ୍ଜାମ,୧୮।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ସନ୍ତୋଷପୁର ପଞ୍ଚାୟତ ସାନ ଗୋପାଳପୁର ଗ୍ରାମର ଲଳିତ ତରାଇଙ୍କ ଘର ଛାତରୁ ପଲସ୍ତରା ଖସି ଜଣେ ଶିଶୁ ଗୁରୁତର ହୋଇଥିବା ବେଳେ ୨ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନେ ହେଲେ ଲଳିତଙ୍କ ତିନି ନାତୁଣୀ ତପସ୍ବିନୀ(୯), ଲିପ୍ସା (୫) ଏବଂ ଶ୍ରାବଣୀ। ସେମାନଙ୍କ ମଧ୍ୟରୁ ତପସ୍ବିନୀଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ପ୍ରଥମେ ସେମାନଙ୍କୁ ଖଣ୍ଡଦେଉଳୀ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତପସ୍ବିନୀଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ତାଙ୍କୁ ରବିବାର ବ୍ରହ୍ମପୁର ମେଡିକାଲ ନିଆଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଶନିବାର ରାତିରେ ଘରେ ସମସ୍ତେ ଖାଉଥିବା ସମୟରେ ହଠାତ୍ ଛାତର ପଲସ୍ତରା ଖସି ପଡ଼ିଥିଲା। ଫଳରେ ତପସ୍ବିନୀଙ୍କ ମୁଣ୍ଡ ଉପରେ କଂକ୍ରିଟ୍ ପଡ଼ି ଗଭୀର କ୍ଷତି ସୃଷ୍ଟି ହୋଇଥିଲା। ଖବର ପାଇ ସନ୍ତୋଷପୁର ସରପଞ୍ଚ ନିରଞ୍ଜନ ରେଡ୍ଡୀ ଉକ୍ତ ଗ୍ରାମରେ ପହଞ୍ଚି ଆହତ ଶିଶୁଙ୍କ ପରିବାରଙ୍କୁ ଭେଟିବା ସହ ଗଞ୍ଜାମ ତହସିଲଦାର ଓ ବିଡିଓଙ୍କୁ ଅବଗତ କରାଇଥିଲେ। ଅଭିଯୋଗ ପାଇବା ପରେ ଉକ୍ତ ପରିବାରକୁ ଇନ୍ଦିରା ଆବାସ ଯୋଗାଇ ଦିଆଯିବ ବୋଲି ବିଡିଓ ଜ୍ୟୋତିଶଙ୍କର ରାଏ ସୂଚନା ଦେଇଛନ୍ତି।
Posted inHome, Home Left, ଆମ ଜିଲା ଖବର, ଗଞ୍ଜାମ View All
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…
ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...
ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...
ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…
ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...
ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...
ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ
୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...
ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର
ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...
ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…
ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...
ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି
ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍ରେ ସ୍ଥାନୀୟ ଏମ୍ପି ପ୍ରଦୀପ କୁମାର...
Archives


