ଛାନୁଆ ଗାଁ ରାସ୍ତାରେ ଆଣ୍ଠୁଏ ପାଣି: ଦୁର୍ଦ୍ଦଶା ଭୋଗୁଛନ୍ତି ଶହେ ପରିବାର

ରୂପ୍‌ସା, ୨।୯(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଛାନୁଆ ପଞ୍ଚାୟତର ୧୧ନଂ. ୱାର୍ଡ଼ ଛାନୁଆ ଗାଁ ରାସ୍ତାରେ ବର୍ଷା ଜଳ ଜମି ରହିବା ଯୋଗୁ ପରିସ୍ଥିତି ବେହାଲ ହୋଇପଡ଼ିଛି। ଏହି ଓ୍ବାର୍ଡ଼ର ଶହେ ପରିବାରର ୬ଶହରୁ ଊର୍ଦ୍ଧ୍ୱ ଲୋକ ପାଣି ଭିତରେ ପଶି ଯିବା ଆସିବା କରିବା ସହ ଦୁର୍ଦ୍ଦିନରେ ଜୀବନ ବିତାଉଛନ୍ତି। ଜଳ ନିଷ୍କାସନ ବ୍ୟବସ୍ଥା ନ ଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ପଞ୍ଚାୟତର ସୁଜିତ କୁମାର ପଣ୍ଡା ନାମକ ସାମାଜିକ କର୍ମୀ ଶନିବାର ଘଟଣା ସମ୍ପର୍କରେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଜିଲାପାଳ ସଙ୍ଗେ ସଙ୍ଗେ ଜିଲା ପ୍ରକଳ୍ପ ନିଦ୍ଦେର୍ର୍ଶକ ଓ ବିଡ଼ିଓଙ୍କୁ ସମସ୍ୟାର ସମାଧାନ ପାଇଁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି।
ବର୍ଷା ଆରମ୍ଭରୁ ପ୍ରାୟ ୧୫ଦିନ ଧରି ଏହି ଗାଁ ରାସ୍ତାରେ ଆଣ୍ଠୁଏ ପାଣି ଜମି ରହିଛି। ଏହାଛଡ଼ା ଗୃହପାଳିତ ପ୍ରାଣୀ ଗୋରୁଗାଈ, ଛେଳିକୁ ଗୁହାଳରେ ବାନ୍ଧି ରଖିବାକୁ ପଡୁଛି। ଗ୍ରାମବାସୀ ଚନ୍ଦ୍ରକାନ୍ତ ଜେନା ଓ ପୂର୍ଣ୍ଣଚନ୍ଦ୍ର ପାତ୍ରଙ୍କ ଘରେ ବର୍ଷା ଜଳ ପଶି ଯାଇଛି। ସ୍ଥାୟୀ ଜଳ ନିଷ୍କାସନ ବ୍ୟବସ୍ଥା ପାଇଁ ସରକାରୀ ପଦକ୍ଷେପ ଗ୍ରହଣ କରିବାକୁ ଗ୍ରାମର ପୂର୍ଣ୍ଣଚନ୍ଦ୍ର ଦାସ, ଦାମୋଦର ଦାସ, ଗୌରାଙ୍ଗ ଦଳେଇ, କରୁଣାକର ପାଣିଗ୍ରାହୀଙ୍କ ସମେତ ୱାର୍ଡ଼ବାସୀ ଦାବି କରିଛନ୍ତି। ଅଭିଯୋଗ ପରେ ବ୍ଲକ ପକ୍ଷରୁ ହୋମପାଇପ୍‌ର ବ୍ୟବସ୍ଥା ମୁତାବକ ଜଳ ନିଷ୍କାସନ ଦିଗରେ ପ୍ରଶାସନ ଗୁରୁତ୍ୱ ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ,, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri