ଛିନ୍‌ତାଇ ବେଳେ ବାଇକ୍‌ରୁ ପଡି ଯୁବତୀ ମୃତ

ଖୋର୍ଦ୍ଧା ଅଫିସ/ ବାଲୁଗାଁ, ୨୪।୮(ଡି.ଏନ.ଏ.): ଖୋର୍ଦ୍ଧା ଜିଲା କୋଲକତା-ମାଡ୍ରାସ ୧୬ ନଂ. ଜାତୀୟ ରାଜପଥର ବାଲୁଗାଁ ଥାନା ନାଭାଲ ଫାଣ୍ଡି ନିକଟ ନୂଆଗଡ ଓଭର ବ୍ରିଜ ପାଖରେ ଶନିବାର ସନ୍ଧ୍ୟାରେ ଛିନ୍‌ତାଇ ବେଳେ ବାଇକରୁ ପଡି ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ମଞ୍ଜୁଲତା ମହାନ୍ତି। ଘର ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଚିକିଲି ଗାଁରେ। ମଞ୍ଜୁଲତା ବାଇକ୍‌ରେ ବସି ଯାଉଥିବାବେଳେ ପଛ ପାଖରୁ ୨ ଜଣ ଲୁଟେରା କଳା ପଲସରରେ ପିଛା କରି ଯୁବତୀଙ୍କଠାରୁ ବ୍ୟାଗ୍‌ ଛଡାଇଥିଲେ। ଏହି ସମୟରେ ଲୁଟେରା ଦ୍ୱୟ ବ୍ୟାଗ ଛଡାଇବା ପାଇଁ ପେଲି ଦେଇଥିବାବେଳେ ଚାଳକଙ୍କ ସହ ମଞ୍ଜୁଲତା ତଳେ ପଡି ଯାଇଥିଲେ। ଲୁଟେରା ଦ୍ୱୟ ଲୁଟ୍‌ କରି ନ ପାରି ପଳାଇ ଯାଇଥିବାବେଳେ ସ୍ଥାନୀୟ ଲୋକ ଆହତ ଦ୍ୱୟଙ୍କୁ ବାଣପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ମଞ୍ଜୁଲତାଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି। ତେବେ ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ବାଣପୁର ଥାନା ପୋଲିସ ପହଞ୍ଚତ୍ ଦୁର୍ଘଟଣାର ତଦନ୍ତ କରିିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନବ ବିକାଶ ମେଳାରେ ଚରମ ଅବ୍ୟବସ୍ଥା: ପ୍ରକୃତ ହିତାଧିକାରୀ ବଞ୍ଚିତ, ଅଧାରୁ ସଭା ଛାଡ଼ିଲେ…

ଥୁଆମୂଳ ରାମପୁର, ୨୫।୬ (ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ “ବିକାଶର ଧାରା ଓଡ଼ିଶା ସାରା” ଅଭିଯାନର ବ୍ଲକ ସ୍ତରୀୟ ସମ୍ବୀଳନୀ ଗୁରୁବାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ଇଚ୍ଛାମୃତ୍ୟୁ ଆବେଦନ ପରେ ଚେତିଲା ପ୍ରଶାସନ: ଯୁବଚାଷୀ ଗୋପାଳକୃଷ୍ଣଙ୍କ ପରିବାରକୁ ୨୦ ହଜାର ଟଙ୍କାର ଚିକିତ୍ସା ସହାୟତା

ବରଗଡ଼,୨୫।୬(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରି ଟୋକନ ପାଇବାରୁ ବଞ୍ଚିତ ହେବା ପରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଗ୍ରାମର ଯୁବଚାଷୀ ଗୋପାଳକୃଷ୍ଣ ସାହୁ ଇଚ୍ଛାମୃତ୍ୟୁ ପାଇଁ ଆବେଦନ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ପାଣି ଦେବାକୁ ଯାଇଥିଲେ, ଛାତରୁ ଖସି ପଡ଼ି ଚାଲିଗଲା ସୁଜାତାଙ୍କ ଜୀବନ; କାନ୍ଦବୋବାଳିରେ…

ଛତ୍ରପୁର,୨୫|୬(ଦିଲ୍ଲୀପ ସାମଲ): ଘର ଛାତ ଉପରେ କାମ କରୁଥିବା ସମୟରେ ଅସାବଧାନତା ଯୋଗୁଁ ତଳକୁ ଖସି ପଡ଼ି ଜଣେ ମହିଳାଙ୍କର ଅକାଳ ମୃତ୍ୟୁ ଘଟିଛି। ଏହି ଦୁଃଖଦ…

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ…

ବାଣ ବିସ୍ଫୋରଣରେ ଯୁବକ ମୃତ୍ୟୁ ଘଟଣା: ପୋଲିସ ଅଧିକାରୀ ଦେଲେ ଏତଲା, ତଦନ୍ତ କରୁଛି…

ଦିଗପହଣ୍ଡି, ୨୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ଘଟିଥିବା ଭୟାବହ ବାଣ ବିସ୍ଫୋରଣ ଘଟଣାରେ ପୋଲିସ ପକ୍ଷରୁ ମାମଲା ରୁଜୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri