ଛୁଇଁଲେ, ଅନୁଭବ କଲେ…

ଭୁବନେଶ୍ୱର,୨୩୭(ବ୍ୟୁରୋ) : କୋଣାର୍କ ସୂର୍ଯ୍ୟ ମନ୍ଦିରର ପଥରର ଭାଷାକୁ ବୁଝିବାକୁ ଦେଶ ବିଦେଶରୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଥିବାବେଳେ ପ୍ରଥମଥର ପାଇଁ କୋଣାର୍କର ସୌନ୍ଦର୍ଯ୍ୟକୁ ଉପଭୋଗ କରିଛନ୍ତି କୁନି କୁନି ଦୃଷ୍ଟିବାଧିତ ପିଲା। ନିଜ ଆଖିରେ ଏହି ବିଶ୍ୱ ଐତିହ୍ୟର କାରୁକାର୍ଯ୍ୟକୁ ନ ଦେଖିପାରିଲେ ମଧ୍ୟ ହାତମାରି ଏହାକୁ ଅନୁଭବ କରିଛନ୍ତି। ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)ର ସ୍ବତନ୍ତ୍ର ଅନୁମତିକ୍ରମେ ନିମାପଡ଼ାସ୍ଥିତ ପିଙ୍ଗଳାକ୍ଷୀ ପବ୍ଲିକ ୱେଲଫେୟାର ସଂସ୍ଥାର ୩୫ ଜଣ ଦୃଷ୍ଟିବାଧିତ ଛାତ୍ରୀଛାତ୍ର ରବିବାର ପ୍ରଥମଥର ଲାଗି କୋଣାର୍କକୁ ପଢାବହି ବାହାରେ ଜାଣିବାର ସୁଯୋଗ ପାଇଥିଲେ। ଏହି ପିଲାମାନଙ୍କ ପାଇଁ କୋଣାର୍କ ଓ ଏହାର ଅପରୂପ କାରୁକାର୍ଯ୍ୟ କେବଳ ପାଠ୍ୟପୁସ୍ତକରେ ସୀମିତ ଥିଲା। ଜାଣିବାକୁ ଇଛା ଓ ପ୍ରବଳ ଆଗ୍ରହ ଥିଲେ ମଧ୍ୟ ଦେଖିବାରେ ଅସମର୍ଥ ଯୋଗୁ ସେମାନେ ଏଥିରୁ ବଞ୍ଚତ୍ତ ଥିଲେ। ଏଭଳିସ୍ଥଳେ ଏହି ପିଲାମାନଙ୍କ ଇଚ୍ଛାକୁ ହୃଦୟଙ୍ଗମ କରି ଆନ୍ଥ୍ରୋପୋଲୋଜିଷ୍ଟ ନିତୁରଞ୍ଜନ ଦାଶ ଏଏସ୍‌ଆଇ ଏବଂ ବୈଷୟିକ ସହାୟତା ପାଇଁ ଇଣ୍ଡିଆ ହେରିଟେଜ ୱାକ୍‌ ସଂସ୍ଥା ସହ ଆଲୋଚନା କରିଥିଲେ। ଏଏସ୍‌ଆଇ ପକ୍ଷରୁ କଳାକୃତିଗୁଡ଼ିକୁ ସ୍ପର୍ଶ କରିବାକୁ ସ୍ବତନ୍ତ୍ର ଅନୁମତି ମିଳିବା ପରେ ଉଭୟ ସଂସ୍ଥା ସମସ୍ତ ସହଯୋଗ ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଥିଲେ। ତେବେ ଦୃଷ୍ଟିବାଧିତଙ୍କ ପାଇଁ ଐତିହ୍ୟସ୍ଥଳୀ କିପରି ସୁଗମ ଓ ଶିକ୍ଷଣୀୟ ହୋଇପାରିବ ସେଥିପାଇଁ ନିତୁରଞ୍ଜନ ନିଜସ୍ବ ଉଦ୍ୟମରେ ବ୍ରେଲି ଲିପିରେ ମନ୍ଦିର ସମ୍ବନ୍ଧୀୟ ପାଠ୍ୟ ସୂଚନା ଓ କାରୁକାର୍ଯ୍ୟର ରେଖାଚିତ୍ର ପ୍ରସ୍ତୁତ କରିଥିଲେ। ରବିବାର ଏଏସ୍‌ଆଇର ସ୍ବତନ୍ତ୍ର ଗାଇଡ୍‌ଙ୍କ ନେତୃତ୍ୱରେ ପିଲାମାନେ କୋଣାର୍କ ବୁଲିବା ସହ ମନ୍ଦିରର କାରୁକାର୍ଯ୍ୟ ସ୍ପର୍ଶ କରି କଳା, ଭାସ୍କର୍ଯ୍ୟକୁ ଅନୁଭବ କରିଥିଲେ। ଏହି ଅବସରରେ ଗାଇଡ୍‌ମାନେ ପିଲାମାନଙ୍କୁ ବିସ୍ତୃତଭାବେ ସମସ୍ତ ବିଷୟରେ ବୁଝାଇଥିଲେ। ଛାତ୍ରୀଛାତ୍ରମାନେ କୋଣାର୍କ ପ୍ରତ୍ନତତ୍ତ୍ୱ ସଂଗ୍ରହାଳୟ ମଧ୍ୟ ବୁଲି ଦେଖିଥିଲେ। ମନ୍ଦିରର ଇତିହାସ ଓ ସୂକ୍ଷ୍ମ କାରୁକାର୍ଯ୍ୟକୁ ସ୍ପର୍ଶ କରିବା ସହ ବ୍ରେଲି ଲିପି ମାଧ୍ୟମରେ ଜ୍ଞାନ ଆହରଣ କରିଥିଲେ। ଏଭଳି ଭ୍ରମଣ କାର୍ଯ୍ୟକ୍ରମ ଦିବ୍ୟାଙ୍ଗମାନଙ୍କୁ ଓଡ଼ିଶାର ଅନନ୍ୟ କଳା, ସଂସ୍କୃତି ଓ ଐତିହ୍ୟ ସମ୍ପର୍କରେ ଅବଗତ କରାଇପାରିବ ବୋଲି ନିତୁରଞ୍ଜନ କହିଛନ୍ତି। ସେହିପରି ଏହି କାର୍ଯ୍ୟକ୍ରମରେ କିଭଳି ଅଧିକରୁ ଅଧିକ ପିଲା ଯୋଡ଼ି ହୋଇପାରିବେ ସେଥିଲାଗି ପଦକ୍ଷେପ ନିଆଯିବ ବୋଲି ଭାରତୀୟ ପ୍ରତ୍ନତାତ୍ତ୍ୱିକ ସଂଗ୍ରହାଳୟର ଡେପୁଟି ସୁପରିଟେଣ୍ଡେଣ୍ଟ ପ୍ରତାପ କୁମାର ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri