ଛୁଞ୍ଚି ଭାଙ୍ଗି ଅଣ୍ଟାରେ ଅଟକିବା ଘଟଣା: ଜିଲା ଚିକିତ୍ସାଳୟରେ ଶିଶୁର ଚିକିତ୍ସା

ଅନୁଗୋଳ ଅଫିସ, ୩।୧୦ – ଇଞ୍ଜେକସନ ନେବାବେଳେ ଅଣ୍ଟାରେ ଛୁଞ୍ଚି ଭାଙ୍ଗି ରହିଯାଇଥିବା ତାଳଚେର କଣ୍ଢାଳ ପଞ୍ଚାୟତ ବାଲୁଗଁ। ର ଜଣେ ୫ ବର୍ଷିୟା ଶିଶୁ କନ୍ୟା ବୁଧବାର ସକାଳେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଥିଲେ। ସର୍ଜରୀ ସ୍ପେଶାଲିଷ୍ଟ ତଥା ଏଡିଏମ୍‌ଓ (ମେଡ଼ିକାଲ) ଲକ୍ଷ୍ମୀ ନାରାୟଣ ବିଶୋଇ ତାଙ୍କ ଚିକିତ୍ସା କରିଥିଲେ। ଏପରି କି ଅନୁଗୋଳ ଓ କଟକରେ ଥିବା ଘରୋଇ ମେଡିକାଲରେ ଶିଶୁ କନ୍ୟାର ଅଣ୍ଟାରେ ଅସ୍ତ୍ରୋପଚାର କରାଯାଇଥିବା ବେଳେ ସେହି ସ୍ଥାନରେ କ୍ଷତ ଶୁଖି ନ ଥିବା ଦେଖିଥିଲେ। ତେବେ ଶିଶୁଙ୍କ ଦେହରେ ଜ୍ୱର ଥିବାରୁ ୭ ଦିନ ପାଇଁ ବିଶ୍ରାମ ଦେବା ସହ ଔଷଧ ଲେଖିଥିଲେ। ପୁରୁଣା କ୍ଷତ ଶୁଖିବା ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିବାକୁ ଶିଶୁଙ୍କ ବାପା ନିରଞ୍ଜନ ବେହେରାଙ୍କୁ ଏଡିଏମଓ କହିଛନ୍ତି। ଆସନ୍ତା ମଙ୍ଗଳବାର ଝିଅକୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିବା ପରେ କଟକ ବଡ଼ ମେଡିକାଲକୁ ପଠାଯାଇ ସେଠାରେ ଛୁଞ୍ଚି କଢାଯିବାକୁ ଚିଠି ଲେଖାଯିବ ବୋଲି ଏଡିଏମ୍‌ଓ କହିଛନ୍ତି। ଯଦି କ୍ଷତ ନ ଶୁଖେ କି ଜ୍ୱର ନ ଛାଡ଼େ ତେବେ ବିକଳ୍ପ ବ୍ୟବସ୍ଥା କରାଯିବ ବୋଲି ଏଡିଏମ୍‌ଓ ବିଶୋଇ କହିଛନ୍ତି। ସୂଚନାଯୋଗ୍ୟ, ଦେଢ଼ ମାସ ତଳେ ବଳରାମପ୍ରସାଦ ସ୍ଥିତ ମାମୁ ଘରକୁ ଶିଶୁ କନ୍ୟା ଜଣକ ଆସିଥିବାବେଳେ ଜ୍ୱର ହୋଇଥିଲା। ନିକଟରେ ଥିବା କ୍ଲିନିକ୍‌ର ଫାର୍ମାସିଷ୍ଟ ଝିଅକୁ ଇଞ୍ଜେକସନ୍‌ ଦେବାବେଳେ ଛୁଞ୍ଚି ଭାଙ୍ଗି ଅଣ୍ଟାରେ ରହିଯାଇଥିଲା। ପ୍ରଥମେ ଅନୁଗୋଳର ଏକ ଘରୋଇ ମେଡିକାଲ ଓ କଟକ ଏକ ଘରୋଇ ମେଡ଼ିକାଲରେ ଦୁଇଥର ଅସ୍ତ୍ରୋପଚାର ବିଫଳ ହେବା ପରେ ଅର୍ଥ ଅଭାବରୁ ଚିକିତ୍ସା କରି ନ ପାରି ପରିବାର ଲୋକ ଝିଅକୁ ଘରକୁ ଧରି ଚାଲିଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri