ଛୁଟିଦିନରେ ବିଦ୍ୟାଳୟ ପରିଦର୍ଶନ କଲେ ବିଡିଓ

ପଦ୍ମପୁର, ୮।୧୨ (ଡି.ଏନ.ଏ.)- ବାସୁଦେବପୁର ବ୍ଲକ ଅଧୀନ ବାଲିମେଦ ପଞ୍ଚାୟତ ପୁରୁଷୋତ୍ତମପୁର ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ର ବିପଦସଙ୍କୁଳ ଶ୍ରେଣୀଗୃହରେ ପାଠ ପଢୁଛନ୍ତି। ଶନିବାର ଏ ସମ୍ପର୍କରେ ଖବର ଧରିତ୍ରୀରେ ପ୍ରକାଶ ପାଇବା ପରେ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଜିଲା ପ୍ରଶାସନ ନିର୍ଦ୍ଦେଶକ୍ରମେ ରବିବାର ତାଲିମରୁ ଫେରିଥିବା ବିଡିଓ ପ୍ରଣବ କୁମାର ବେହେରା ଅପରାହ୍ନରେ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ଅମିୟ ପାଣିଗ୍ରାହୀଙ୍କ ସହ ପୁରୁଷୋତ୍ତମପୁର ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି। ବିଦ୍ୟାଳୟରେ ପହଞ୍ଚି ଭଙ୍ଗା ଛାତ, ଝରକା, କବାଟ, ଖୁଣ୍ଟ ଓ ରୋଷେଇ ଘର କାନ୍ଥ ଭାଙ୍ଗି ଯାଇଥିବା ଦେଖି ବିଡିଓ ଅସନ୍ତୋଷ ପ୍ରକାଶ କରିଥିଲେ। ସେଠାରେ ଉପସ୍ଥିତ ସରପଞ୍ଚ ପ୍ରଫୁଲ୍ଲ କୁମାର ପଳିତା, ପ୍ରଧାନ ଶିକ୍ଷୟିତ୍ରୀ ସ୍ନେହଲତା ସାହୁ, ପରିଚାଳନା କମିଟି ସଭାପତି ରମାକାନ୍ତ ବିଶ୍ୱାଳ, ସାମାଜିକ କର୍ମୀ ସିଦ୍ଧାର୍ଥ ପଟ୍ଟନାୟକ ଓ ଗ୍ରାମବାସୀଙ୍କ ସହ ସେ ଆଲୋଚନା କରିଥିଲେ। ବିଦ୍ୟାଳୟର ନୂତନ ଶ୍ରେଣୀଗୃହ ନିର୍ମାଣ ପର୍ଯ୍ୟନ୍ତ ଗ୍ରାମର ସପ୍ତା ଘରେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବା ପାଇଁ ଗ୍ରାମବାସୀ ପ୍ରସ୍ତାବ ଦେଇଥିଲେ। ଏଥିରେ ବିଡିଓ ବେହେରା ସହମତି ପ୍ରକାଶ କରିବା ସହ ବ୍ଲକ ଶିକ୍ଷାଧିକାରୀଙ୍କୁ ଏ ନେଇ ନିର୍ଦ୍ଦେଶ ଦେବେ ବୋଲି କହିଥିଲେ। ଏହାଛଡ଼ା ଏହି ବିଦ୍ୟାଳୟକୁ ବିପଦପୂର୍ଣ୍ଣ ଘୋଷଣା କରିବା ସହ ସୋମବାରଠାରୁ ଛାତ୍ରୀଛାତ୍ରଙ୍କୁ ବିପଦସଙ୍କୁଳ ଶ୍ରେଣୀଗୃହରେ ନ ବସାଇବା ପାଇଁ ସେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ଓ ମଧ୍ୟାହ୍ନ ଭୋଜନରେ କୌଣସି ବ୍ୟତିକ୍ରମ ନ ହେବା ଲାଗି ସେ ଗ୍ରାମବାସୀଙ୍କ ସହଯୋଗ ଲୋଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ପାନୀୟ ଜଳ, ଶୋଷ ମେଣ୍ଟାଉଛି ପରିତ୍ୟକ୍ତ କୁଣ୍ଡ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା ସୁଙ୍କି ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ଓଡ଼ିଶାର ଅନ୍ୟତମ ଗ୍ରାମ ବାନ୍ଧା। ଉକ୍ତ…

ରାସ୍ତା ସାଜିଛି ବାଧକ, ଭାରରେ ବୁହା ହେଲେ ମହିଳା ରୋଗୀ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): ପ୍ରତ୍ୟେକ ଗ୍ରାମରେ ପହଞ୍ଚିବ ରାସ୍ତା, ଆଉ କୌଣସି ସମସ୍ୟାର ସମ୍ମୁଖିନ ହେବେନି ଗ୍ରାମବାସୀ । ଏହି ନାରା ଦେଇ ଚାଲିଛନ୍ତି ସରକାରୀ ଦଳ…

ସମୟରେ ପହଞ୍ଚିଲା ଆମ୍ବୁଲାନ୍ସ, ହେଲେ ୩ କିଲୋମିଟର ଖଟିଆରେ ବୁହାହେଲେ ଗର୍ଭବତୀ

ଗୁଡାରି,୧୨।୯,(ପ୍ରମୋଦ କୁମାର ପତି): ଗୁଡାରି ବ୍ଲକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳା ଚାମି ମାମ୍ବାଲାକା ସ୍ବାମୀ ଲାଜାରା କାଡ୍ରାକାଙ୍କୁ ପ୍ରସବ ବେଦନା ହେବା…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

୮ ଫୌଜଦାରୀ ମାମଲାର ଫଇସଲା: ଋଣ ବାବଦରେ ୧ ଲକ୍ଷ ଟଙ୍କା ଆଦାୟ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ…

୨ ଦିନ ପରେ ନବପଞ୍ଚମ ଯୋଗ: ମିଥୁନ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ! ବୃହସ୍ପତିଙ୍କ କୃପାରୁ ବର୍ଷିିବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ଓ ସେମାନଙ୍କର ପରସ୍ପର ସ୍ଥିତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଗ୍ରହ ନିର୍ଦ୍ଦିଷ୍ଟ ସ୍ଥିତିରେ ଆସିଲେ ବିଭିନ୍ନ ଯୋଗ ସୃଷ୍ଟି…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?