ଛୁଟିରେ ଆର୍‌ଆଇ: ହୋଇପାରୁନି କ୍ଷୟକ୍ଷତି ଆକଳନ

ଅନୁଗୋଳ ଅଫିସ, ୫।୬- କାଳବୈଶାଖୀ ଯୋଗୁ କ୍ଷତିଗ୍ରସ୍ତ ହୋଇଥିଲେ ବି ଏଯାଏ ସରକାରଙ୍କ ପକ୍ଷରୁ କ୍ଷୟକ୍ଷତି ଆକଳନ କରାଯାଇ ନାହିଁ କି ସହାୟତା ଯୋଗାଇ ଦିଆଯାଇ ନାହିଁ। ଅନୁଗୋଳ ବ୍ଲକ ବାରସିଂହା ଗାଁର କବିନ୍ଦ୍ର ଦାସଙ୍କ ପରିବାର ପକ୍ଷରୁ ପ୍ରଶାସନ ନିକଟରେ ଏପରି ଅଭିଯୋଗ କରାଯାଇଛି।
ସମ୍ପୃକ୍ତ ପରିବାର ଦର୍ଶାଇଛନ୍ତି ଯେ, କାଳବୈଶାଖୀରେ ତାଙ୍କ ଘରର ଆଜବେଷ୍ଟସ ଛପର ଉଡ଼ିଯାଇଛି। ଫଳରେ ପରିବାରର ସମସ୍ତ ସଦସ୍ୟ ଖୋଲା ଆକାଶ ତଳେ ରହୁଛନ୍ତି। କିନ୍ତୁ ପ୍ରଶାସନ ପକ୍ଷରୁ ତାଙ୍କର କ୍ଷୟକ୍ଷତି ଏଯାଏ ଆକଳନ କରାଯାଇ ନାହିଁ। ଏ ନେଇ କବିନ୍ଦ୍ର ଜିଲାପାଳଙ୍କୁ ଭେଟି ସମସ୍ୟା ସମ୍ପର୍କରେ ଅବଗତ କରାଇବା ପରେ ଜିଲାପାଳ ତହସିଲଦାରଙ୍କୁ ଘଟଣା ସମ୍ପର୍କରେ ତଦନ୍ତ କରି ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ନିୟମ ମୁତାବକ ସ୍ଥାନୀୟ ଆରଆଇ କ୍ଷୟକ୍ଷତି ଆକଳନ କରି ରିପୋର୍ଟ ଦେବା ପରେ ସରକାରୀ ସହାୟତା ମିଳିଥାଏ। ହେଲେ ଆର୍‌ଆଇ ଛୁଟିରେ ଥିବାରୁ ଆଜିଯାଏ କବିନ୍ଦ୍ରଙ୍କ କ୍ଷୟକ୍ଷତିର ଆକଳନ କରାଯାଇ ନ ଥିବା ସେ ଅଭିଯୋଗ କରିଛନ୍ତି। ଏ ନେଇ ଅନୁଗୋଳ ତହସିଲଦାର ବିଚିତ୍ରାନନ୍ଦ ନାୟକ କହିଛନ୍ତି, ଆରଆଇଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେବେ ସେ ଛୁଟିରେ ଥିବା ଜାଣି ନ ଥିଲି। ଲୋକଙ୍କୁ କିପରି ସହାୟତା ପ୍ରଦାନ କରାଯିବ ସେଥିପ୍ରତି ଗୁରୁତ୍ୱ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

୧୨ ଘଣ୍ଟିଆ ଧର୍ମଘଟ: ସ୍କୁଲ, କଲେଜ, ବ୍ୟାଙ୍କ, ପେଟ୍ରୋଲ ପମ୍ପ , ପରିବହନ ସେବା ବାଧାପ୍ରାପ୍ତ

ଅନୁଗୋଳ, ୧୨।୨ (ମାନସ ବିଶ୍ୱାଳ): ଅନୁଗୋଳ ସହର ତଥା ଉପକଣ୍ଠ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ପିକେଟିଂ ସହ ଡେଲି ମାର୍କେଟ, ଦୋକାନ…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri