ଛୁରାମାଡ଼ କରି ଲୁଟ୍‌ ଉଦ୍ୟମ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୫ା୮(ବ୍ୟୁରୋ): ରାଜମହଲ ଛକରେ ଜଣେ ବ୍ୟକ୍ତିଙ୍କ ଗୋଡକୁ ଛୁରାମାଡ କରି ଲୁଟ ଉଦ୍ୟମ କରୁଥିବା ଅଭିଯୁକ୍ତଙ୍କୁ କ୍ୟାପିଟାଲ ଥାନା ପୋଲିସ ରବିବାର ଗିରଫ କରିଥିବାବେଳେ ୨ଜଣ ଫେରାର ଅଛନ୍ତି। ସେ ହେଲେ ଅଶୋକ ନଗର ଅଞ୍ଚଳର ରାକେଶ ବେହେରା। ସୂଚନା ମୁତାବକ, ଏହି ଥାନା ଅଞ୍ଚଳରେ ରହୁଥିବା କେ ବିକ୍ରମ ଶନିବାର ରାତି ୮ଟା ୩୦ବେଳେ ବୋଲବମ ସାମଗ୍ରୀ କିଣିବାକୁ ୟୁନିଟ ୧ ମାର୍କେଟ ଯାଉଥିଲେ। ରାଜମହଲ ଛକ ନିକଟରେ ଅଭିଯୁକ୍ତ ରାକେଶ ଏବଂ ତାଙ୍କ ଦୁଇ ସହଯୋଗୀ ବିକ୍ରମଙ୍କୁ ପଛରୁ ଆକ୍ରମଣ କରିଥିଲେ। ଉଭୟଙ୍କ ମଧ୍ୟରେ ଧସ୍ତାଧସ୍ତି ବେଳେ ଏକ ଛୁରିରେ ଅଭିଯୁକ୍ତ ବିକ୍ରମଙ୍କ ଗୋଡକୁ ଆକ୍ରମଣ କରିଥିଲେ। ସେ ଦୌଡି ଯାଇ ଥାନାର ଦ୍ୱାରସ୍ଥ ହୋଇଥିଲେ। ଏ ନେଇ ପୋଲିସ ନଂ ୨୮୧/୧୯ରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଫେରାର ଅଭିଯୁକ୍ତଙ୍କୁ ଧରିବା ନେଇ ଚଢାଉ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri