ଛୁରାମାଡ଼ କରି ଲୁଟ୍‌ ଉଦ୍ୟମ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୫ା୮(ବ୍ୟୁରୋ): ରାଜମହଲ ଛକରେ ଜଣେ ବ୍ୟକ୍ତିଙ୍କ ଗୋଡକୁ ଛୁରାମାଡ କରି ଲୁଟ ଉଦ୍ୟମ କରୁଥିବା ଅଭିଯୁକ୍ତଙ୍କୁ କ୍ୟାପିଟାଲ ଥାନା ପୋଲିସ ରବିବାର ଗିରଫ କରିଥିବାବେଳେ ୨ଜଣ ଫେରାର ଅଛନ୍ତି। ସେ ହେଲେ ଅଶୋକ ନଗର ଅଞ୍ଚଳର ରାକେଶ ବେହେରା। ସୂଚନା ମୁତାବକ, ଏହି ଥାନା ଅଞ୍ଚଳରେ ରହୁଥିବା କେ ବିକ୍ରମ ଶନିବାର ରାତି ୮ଟା ୩୦ବେଳେ ବୋଲବମ ସାମଗ୍ରୀ କିଣିବାକୁ ୟୁନିଟ ୧ ମାର୍କେଟ ଯାଉଥିଲେ। ରାଜମହଲ ଛକ ନିକଟରେ ଅଭିଯୁକ୍ତ ରାକେଶ ଏବଂ ତାଙ୍କ ଦୁଇ ସହଯୋଗୀ ବିକ୍ରମଙ୍କୁ ପଛରୁ ଆକ୍ରମଣ କରିଥିଲେ। ଉଭୟଙ୍କ ମଧ୍ୟରେ ଧସ୍ତାଧସ୍ତି ବେଳେ ଏକ ଛୁରିରେ ଅଭିଯୁକ୍ତ ବିକ୍ରମଙ୍କ ଗୋଡକୁ ଆକ୍ରମଣ କରିଥିଲେ। ସେ ଦୌଡି ଯାଇ ଥାନାର ଦ୍ୱାରସ୍ଥ ହୋଇଥିଲେ। ଏ ନେଇ ପୋଲିସ ନଂ ୨୮୧/୧୯ରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଫେରାର ଅଭିଯୁକ୍ତଙ୍କୁ ଧରିବା ନେଇ ଚଢାଉ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଖୁବ୍‌ଶୀଘ୍ର ନୋ ପାର୍କିଂ ଜୋନ୍‌ ଚିହ୍ନଟ କରିବ ବିଏମ୍‌ସି

ଭୁବନେଶ୍ୱର, ୨୭।୪ (ବନ୍ଦନା ସେଠୀ): ସହରସାରା ଏବେ ବେଆଇନ ପାର୍କିଂ। ଗଳିକନ୍ଦିଠାରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଯିଏ ଯେଉଁଠି ପାରୁଛି ଗାଡ଼ି ରଖି ଦେଉଛି।...

୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri