ଛୁରାମାଡ଼ ଘଟଣା: ଜେଲ ଗଲେ ଦୁଇ ଅଭିଯୁକ୍ତ, ନୟାପଲ୍ଲୀ ଥାନାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ନୟାପଲ୍ଲୀ ଥାନା ଅନ୍ତର୍ଗତ ପାସ୍‌ପୋର୍ଟ ଅଫିସ ନିକଟରେ ବୁଧବାର ଅଭୟ ନାୟକ ନାମକ ଜଣେ ଯୁବକଙ୍କୁ ଛୁରାମାଡ଼ ହେଉଥିଲା। ଏହି ସମୟରେ ଥାନା ଅଧିକାରୀ ଅରୁଣ ସ୍ବାଇଁ ଏକାକୀ ଅଭିଯୁକ୍ତଙ୍କୁ ମାଡ଼ି ବସିବା ସହ ଆକ୍ରମଣର ଶିକାର ଯୁବକଙ୍କୁ ଉଦ୍ଧାର କରି ହସ୍ପିଟାଲ ପଠାଇଥିଲେ। ଏ ଘଟଣାକୁ ନେଇ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ ମାଧ୍ୟମରେ ଥାନା ଅଧିକାରୀଙ୍କ ସାହସିକତାକୁ ପ୍ରଶଂସା କରିଛନ୍ତି। ଅନ୍ୟପକ୍ଷରେ ଗିରଫ ହୋଇଥିବା ଦୁଇ ଅଭିଯୁକ୍ତ ସ୍ମୃତିରଞ୍ଜନ ସେଠୀ ଓ ବଡ଼ ଭାଇ ବିଜୟଙ୍କୁ ପଚରାଉଚରା ପରେ ଗୁରୁବାର କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବା ପରେ ସେମାନଙ୍କୁ ବିଚାର ବିଭାଗୀୟ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।
ସୂଚନାନୁସାରେ, ପାସ୍‌ପୋର୍ଟ ଅଫିସ ନିକଟରେ ଅଭୟଙ୍କ ଦାଦା ରବୀନ୍ଦ୍ର ନାୟକ କ୍ୟାବିନ ପକାଇ ବ୍ୟବସାୟ କରନ୍ତି। ମଙ୍ଗଳବାର ରାତିରେ କେହି ଦୁର୍ବୃତ୍ତ ତାଙ୍କ କ୍ୟାବିନକୁ ଓଲଟାଇ ଦେଇଥିଲେ। ସ୍ମୃତି ରଞ୍ଜନ ହିଁ ଏପରି କାଣ୍ଡ କରିଥିବା ସନ୍ଦେହ କରି ଅଭୟ ତାଙ୍କୁ ପଚାରିବାକୁ ଯାଇଥିବାବେଳେ ଉଭୟଙ୍କ ମଧ୍ୟରେ ମାର୍‌ପିଟ୍‌ ହୋଇଥିଲା। ଏ ନେଇ ସ୍ମୃତି ଥାନାରେ ଅଭିଯୋଗ କରି ଫେରିବା ସମୟରେ ପାସ୍‌ପୋର୍ଟ ଛକ ନିକଟରେ ଅଭୟ ଥିବା ଦେଖି ତାଙ୍କୁ ଆକ୍ରମଣ ପାଇଁ ଯୋଜନା କରି ବଡ଼ଭାଇ ବିଜୟଙ୍କୁ ଡକାଇଥିଲେ। ସେ ପହଞ୍ଚତ୍ବା ପରେ ଉଭୟ ମିଶି ଅଭୟ ଓ ଦାଦା ରବୀନ୍ଦ୍ରଙ୍କୁ ଛୁରି ଧରି ଗୋଡ଼ାଇଥିଲେ। ତେବେ ରବୀନ୍ଦ୍ର ଖସି ପଳାଇଥିବାବେଳେ ଅଭୟଙ୍କୁ ଛୁରିରେ ଚୋଟ ପରେ ଚୋଟ ମାରିଥିଲେ। ଚିତ୍କାର ଶୁଣି ସେହି ବାଟ ଦେଇ ଯାଉଥିବା ନୟାପଲ୍ଲୀ ଥାନା ଅଧିକାରୀ ସ୍ବାଇଁ ତୁରନ୍ତ ସେଠାରେ ପହଞ୍ଚତ୍ ସ୍ମୃତିରଞ୍ଜନଙ୍କୁ ମାଡ଼ିବସିବା ସହ ଅଭୟଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଥାନା ଗାଡ଼ିରେ କ୍ୟାପିଟାଲ ହସ୍ପିଟାଲ ପଠାଇଥିଲେ। ପରେ ଅନ୍ୟତମ ଅଭିଯୁକ୍ତ ବିଜୟଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri