Posted inଖେଳ

ଛୁରା ମାଡ଼ରୁ ବର୍ତ୍ତିଲେ ଷ୍ଟାର ଫୁଟବଲ ଖେଳାଳି

ଲଣ୍ଡନ,୨୬।୭(ଏଏଫ୍‌ପି)- ଉତ୍ତର ଲଣ୍ଡନରେ ଆର୍ସେନାଲ ଫୁଟବଲର ମେସୁଟ ଓଜିଲ ଓ ସଇଦ କୋଲାସିନାକ ଛୁରା ମାଡ଼ରୁ ବର୍ତ୍ତି ଯାଇଛନ୍ତି। ସେଠାରେ ଗୁରୁବାର ସନ୍ଧ୍ୟାରେ ଦୁଇ ଜଣ ଦୁର୍ବୃତ୍ତ ସେମାନଙ୍କୁ ଛୁରିରେ ଆକ୍ରମଣ କରିବାକୁ ଉଦ୍ୟମ କରିଥିଲେ। କିନ୍ତୁ କୋଲାସିନାକ ଦୁର୍ବୃତ୍ତଙ୍କ ସହ ଲଢ଼େଇ କରିଥିଲେ। ସିସିଟିଭିରେ କଏଦ ହୋଇଥିବା ଫୁଟେଜ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇସାରିଛି। ଉକ୍ତ ଭିଡିଓରେ ଦୁଇ ଦୁର୍ବୃତ୍ତ ବୋସନିଆନ ଡିଫେଣ୍ଡର କୋଲାସିନାକଙ୍କୁ ଛୁରି ଦେଖାଇଥିଲେ। ଏହାପରେ ୨୬ ବର୍ଷୀୟ ଖେଳାଳି ହେଲମେଟ ପିନ୍ଧିଥିବା ଦୁର୍ବୃତ୍ତଙ୍କ ସହ ଫାଇଟ୍‌ କରୁଥିବାର ଭିଡିଓରେ ଦେଖିବାକୁ ମିଳୁଛି। ତେବେ ଦୁର୍ବୃତ୍ତମାନେ ଲୁଟ୍‌ କରିବା ପାଇଁ ଆକ୍ରମଣ କରିଥିବା ସ୍ଥାନୀୟ ପୋଲିସ କହିଛି। ଏହି ଘଟଣାରେ ଏପର୍ଯ୍ୟନ୍ତ କାହାକୁ ଗିରଫ କରାଯାଇ ନାହିଁ। ତଦନ୍ତ ଚାଲିଛି। ତେବେ ଫୁଟବଲରଙ୍କୁ ଆକ୍ରମଣ କରାଯିବାର ଏହା ପ୍ରଥମ ଘଟଣା ନୁହେଁ। ୨୦୧୬ରେ ପୂର୍ବତନ ଓ୍ବେଷ୍ଟହାମ ଖେଳାଳି ଆଣ୍ଡି କାରୋଲଙ୍କୁ ବନ୍ଧୁକ ମୁନରେ ଧମକ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

ସୃଷ୍ଟି ହେଲା ୪ ବଡ଼ ରାଜଯୋଗ: କନ୍ୟା ସମେତ ଏହି ସବୁ ରାଶିଙ୍କର ସୁବର୍ଣ୍ଣ ସମୟ ଆରମ୍ଭ, ଧନବର୍ଷା ସହ ଚାକିରିରେ ପଦୋନ୍ନତି

ଭୁବନେଶ୍ୱର: ଆଜି ୧୪ ସେପ୍ଟେମ୍ବର ୨୦୨୬, ସୋମବାର। ଭାଦ୍ରବ ମାସ ଶୁକ୍ଳପକ୍ଷ ତୃତୀୟା ତିଥି ସହ ଚତୁର୍ଥୀ ତିଥି ମଧ୍ୟ ରହିଛି। ଏହି କାରଣରୁ ଆଜି ଗଣେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?