ଛେଣ୍ଡିପଦାରେ ଜନତା କର୍ଫ୍ୟୁର ପ୍ରଭାବ: ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ବ୍ୟତୀତ ସବୁ ବନ୍ଦ

ଛେଣ୍ଡିପଦା,୨୨।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ଜରପଡା, ଛେଣ୍ଡିପଦା ଓ ନିଶା ଶିଳ୍ପାଞ୍ଚଳ ଥାନା ପକ୍ଷରୁ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ଜନତା କର୍ଫ୍ୟୁର ପ୍ରଭାବ ରବିବାର ଦେଖିବାକୁ ମିଳିଛି। ଏ ନେଇ ଛେଣ୍ଡିପଦା ବ୍ଲକରେ ବହୁ ଦୋକାନ ବଜାର ବନ୍ଦ ରହିଛି। କେତୋଟି ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ବ୍ୟତୀତ ଅନ୍ୟ ସମସ୍ତ ଦୋକାନ ବନ୍ଦ ରହିଛି। ମାଜିଷ୍ଟ୍ରେଟ ଭାବେ ଛେଣ୍ଡିପଦା ତହସିଲଦାର ଡାନିଏଲ ଏକ୍କା ତଦାରଖ କରୁଥିବା ବିନା କୈାଣସି କାମରେ ବାହାରକୁ ନ ବାହାରିବା ପାଇଁ ଜନସାଧାରଣଙ୍କୁ ସଚେତନ କରିବା ସହିତ ପ୍ରତ୍ୟକ ବ୍ୟକ୍ତି ଗ୍ରାମାଞ୍ଚଳରେ ବସବାସ କରୁଥିବା ସମସ୍ତ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ଅନୁରୋଧ କରିଛନ୍ତି। ଛେଣ୍ଡିପଦା ଥାନା ଅଧିକାରୀ କନକ ମାଝୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୪ ଟି ସ୍କ୍ବାର୍ଡ ଗଠନ କରାଯାଇ ବିନାକାରଣରେ ରାସ୍ତାରେ ଯାତାୟତ କରୁଥିବା ଜନସାଧାରଣଙ୍କୁ ବାହାରକୁ ନ ବାହାରିବା ପାଇଁ ପରାମର୍ଶ ଦିଅଯାଉଛି। ସରକାର ଜାରି କରିଥିବା ନିର୍ଦ୍ଦେଶନାମାକୁ କୈାଣସି ବ୍ୟକ୍ତି ଅବଜ୍ଞାକଲେ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଏବଂ ପ୍ରତ୍ୟକ ଜନସାଧାରଣ କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାରୀ ଜାରୀ କରିଥିବା ରବିବାର ୨୨ତାରିଖ ସକାଳ ୭ଟା ଠାରୁ ୨୯ ତାରିଖ ରାତି ୯ ପର୍ଯ୍ୟନ୍ତ ବିନା ଜରୁରୀ କାମରେ ବାହାରକୁ ନ ବାହରିବା ପାଇଁ ଅନୁରୋଧ ବୋଲି ଛେଣ୍ଡିପଦା ଥାନା ଅଧିକାରୀ କନକ ମାଝୀ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri