ଛେଣ୍ଡିପଦାରେ ଫସିଥିବା ଶ୍ରମିକଙ୍କୁ ନିଜ ରାଜ୍ୟକୁ ପଠାଇଲା ପ୍ରଶାସନ

ଛେଣ୍ଡିପଦା,୫।୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଝାଡଖଣ୍ଡ ଅଞ୍ଚଳର ଫସିରହିଥିବା ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ଘରକୁ ପଠାଇ ଦିଆଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଝାଡଖଣ୍ଡ ରାଜ୍ୟ ସାହେବଗଞ୍ଜ ଜିଲାର ପ୍ରବାସୀ ଶ୍ରମିକମାନେ ଲକ୍‌ଡାଉନ ଘୋଷଣା ହେବାରୁ ଛେଣ୍ଡିପଦା ବ୍ଲକର ବିଭିନ୍ନ ପଞ୍ଚାୟତ ଅଞ୍ଚଳରେ ୧୧୫ଜଣ ପ୍ରବାସୀ ଶ୍ରମିକ ଫସିରହିଥିଲେ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ମଙ୍ଗଳବାର ପ୍ରଥମ ପର୍ଯ୍ୟାୟରେ ଛେଣ୍ଡିପଦା ବ୍ଲକ ଗୋଷ୍ଠି ଉନ୍ନୟନ ଅଧିକାରୀ ସୁନିଲ କୁମାର କେରକେଟା ଓ ଛେଣ୍ଡିପଦା ତହସିଲଦାର ତଥା ମାଜିଷ୍ଟ୍ରେଟ ଡାନିଏଲ ଏକ୍କାଙ୍କ ପ୍ରତ୍ୟେକ୍ଷ ତତ୍ୱାବାବଧାନରେ ୬୪ଜଣ ପ୍ରବାସୀ ଶ୍ରମିକଙ୍କୁ ବିଭିନ୍ନ ପଞ୍ଚାୟତ ଅଞ୍ଚଳରୁ ଛେଣ୍ଡିପଦା ଜଗନ୍ନାଥ ମନ୍ଦିର ସମ୍ମୁଖ ପଡିଆକୁ ଅଣାଯାଇଥିଲା। ସେଠାରେ ଡାକ୍ତର ଧିରେନ ପ୍ରଧାନ ସେମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରିବା ପରେ ଶ୍ରମିକଙ୍କୁ ବସ୍‌ ଯୋଗେ ଅନୁଗୋଳ ଜିଲା ପ୍ରଶାସନ ନିକଟକୁ ପଠାଇଦିଆଯାଇଛି। ସେଠାରୁ ଜିଲା ପ୍ରଶାସନ ସହାୟତାରେ ବସ୍‌ ଯୋଗେ ଶ୍ରମିକଙ୍କୁ ନିଜ ରାଜ୍ୟକୁ ପଠାଯିବ ବୋଲି ବ୍ଲକ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ସୂଚନା ମୁତାବକ ଏହି ଶ୍ରମିକମାନେ ଛେଣ୍ଡିପଦା ବ୍ଲକର ବିଭିନ୍ନ ଅଞ୍ଚଳରେ ସ୍ବଛଭାରତ ଯୋଜନାରେ ହେଉଥିବା ପାଇଖାନା ନିର୍ମାଣ ସହ ଘରୋଇ ଭାବେ ଗୃହ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri