ଛେଣ୍ଡିପଦାରେ ବିଚାର ବିଭାଗୀୟ ଅଦାଲତ ଉଦ୍‌ଘାଟିତ: ମହିକିଲଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ ଉପରେ ଗୁରୁତ୍ୱ

ଛେଣ୍ଡିପଦା,୨୧।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ସଦରମହକୁମାରେ ଅଞ୍ଚଳବାସୀଙ୍କ ବହୁ ପ୍ରତୀକ୍ଷିତ ଦେୱାନୀ ବିଚାରପତି (କନିଷ୍ଠ ବିଭାଗ) ତଥା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ରବିବାର ଉଦ୍‌ଘାଟିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ଉଚ୍ଚତମ ନ୍ୟାୟାଳୟର ବିଚାରପତି ଜଷ୍ଟିସ ବିଶ୍ବନାଥ ରଥ ଯୋଗ ଦେଇ ଛେଣ୍ଡିପଦାରେ ନିର୍ମିତ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତକୁ ଉଦ୍‌ଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଅନୁଗୋଳ ଜିଲା ଦୌରାଜଜ ଅଶାନ୍ତ କୁମାର ଦାସ, ଅତିରିକ୍ତ ଜିଲା ଦୌରାଜଜ ସୁରେଶ କୁମାର ପ୍ରାଧାନ, ସିଜିଏମ ସୋମ୍ୟକ କୁମାର ପାତ୍ର, କୋର୍ଟ ରେଜିଷ୍ଟ୍ରାର ବାସୁଦେବ ଆଚାର୍ଯ୍ୟ, କୋର୍ଟ ମ୍ୟାନେଜର ସୁମନ କୁମାର, ଜିଲା ପାଳ ମନୋଜ କୁମାର ମହାନ୍ତି, ତହସିଲଦାର ଡାନିଏଲ ଏକ୍କା, ବିଡିଓ ରୋମାଞ୍ଚଳ ଖମାରୀଙ୍କ ସମେତ ଲୋକପ୍ରତିନିଧି ମାନେ ଯୋଗଦେଇଥିଲେ।
ଏହି ଉଦଘାଟନୀ ଉତ୍ସବ ଅବସରରେ ମୁଖ୍ୟ ଅତିଥି ଅଞ୍ଚଳବାସୀ ତଥା ମହକିଲମାନଙ୍କ ସୁବିଧା ନିମନ୍ତେ ଛେଣ୍ଡିପଦାରେ ନୂତନ ଅଦାଲତ ଖୋଲାଯାଇଥିବା କହିଥିଲେ। ଏହା ସହ ମହକିଲମାନଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ ପାଇଁ ବାର ଆସୋସିଏଶନଙ୍କୁ ପରାମର୍ଶ ଦେଇଥିଲେ। ଛେଣ୍ଡିପଦାର ନୂତନ ଅଦାଲତର ପ୍ରଥମ ବିଚାରପତି ଭାବେ ଶାନ୍ତା ସାମଲ ନିଯୁକ୍ତି ପାଇବା ସହିତ ପ୍ରଥମ ଦିନରେ ଅବକାରୀ ମାମଲାର ଶୁଣାଣି କରିଥିଲେ । ଏହି କାର୍ଯ୍ୟକ୍ରମରେ ଛେଣ୍ଡିପଦା ବାର ଆସୋସିଏଶନ ସଭାପତି ପ୍ରଭାତ କୁମାର ବେହେରା , ସମ୍ପାଦକ ରାଜକିଶୋର ବେହେରା ,ଅନୁଗୋଳ ବାର ଆସୋସିଏଶନ ସଭାପତି ଜିତେନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

ଅନୁଗୋଳ ଜିଲାର ୪ ସ୍ଥାନରେ ପ୍ରାର୍ଥୀ ଦେଲା କଂଗ୍ରେସ

ଅନୁଗୋଳ,୧୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ପାଇଁ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଅନୁଗୋଳ, ତାଳଚେର,...

ବିଳମ୍ବ ହେଉଛି ଅନୁଗୋଳ ବିଜେଡିର ପ୍ରାର୍ଥୀ ଘୋଷଣା

ଅନୁଗୋଳ,୧୫।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରାର୍ଥୀ ଘୋଷଣା ବିଳମ୍ବିତ ହେଉଛି। ଫଳରେ ଏହାକୁ ନେଇ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ, ତାଙ୍କ...

ଶଙ୍ଖ ଚିହ୍ନ ପାଇଁ ଭୋଟ କର

ଅନୁଗୋଳ,୧୪।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଏଯାଏ ପ୍ରାର୍ଥୀ ଘୋଷଣା କରିନାହିଁ। ଇତିମଧ୍ୟରେ ଦଳ ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ...

ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଶିକ୍ଷାଦାନ ହେଉନି

ବଇଣ୍ଡା,୧୩।୪(ପରିକ୍ଷିତ ସାହୁ): କେତେକ ଉ.ପ୍ରା. ବିଦ୍ୟାଳୟରେ ଶିକ୍ଷାବିଭାଗ ପକ୍ଷରୁ ଅଷ୍ଟମ ଶ୍ରେଣୀ ଖୋଲାଯାଇଛି। ହେଲେ ଉକ୍ତ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ପାଇଁ ଆବଶ୍ୟକ ଶିକ୍ଷକ ନିଯୁକ୍ତ...

ଆଚରଣବିଧି ପରେ ନୂତନ ରାସ୍ତା ନିର୍ମାଣ, ଅସନ୍ତୋଷ

ବଇଣ୍ଡା,୧୨ା୪(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ସାନହୁଲାଠାରୁ ଭାୟା ମିଣ୍ଡୋଳ ଦେଇ ପାଇକସାହି ପର୍ଯ୍ୟନ୍ତ ଯାଇଥିବା ସାଢେ ୧୧ କି.ମି ପୂର୍ତ୍ତବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri