ଛେଣ୍ଡିପଦାରେ ବିଚାର ବିଭାଗୀୟ ଅଦାଲତ ଉଦ୍‌ଘାଟିତ: ମହିକିଲଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ ଉପରେ ଗୁରୁତ୍ୱ

ଛେଣ୍ଡିପଦା,୨୧।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ସଦରମହକୁମାରେ ଅଞ୍ଚଳବାସୀଙ୍କ ବହୁ ପ୍ରତୀକ୍ଷିତ ଦେୱାନୀ ବିଚାରପତି (କନିଷ୍ଠ ବିଭାଗ) ତଥା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ରବିବାର ଉଦ୍‌ଘାଟିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ଉଚ୍ଚତମ ନ୍ୟାୟାଳୟର ବିଚାରପତି ଜଷ୍ଟିସ ବିଶ୍ବନାଥ ରଥ ଯୋଗ ଦେଇ ଛେଣ୍ଡିପଦାରେ ନିର୍ମିତ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତକୁ ଉଦ୍‌ଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଅନୁଗୋଳ ଜିଲା ଦୌରାଜଜ ଅଶାନ୍ତ କୁମାର ଦାସ, ଅତିରିକ୍ତ ଜିଲା ଦୌରାଜଜ ସୁରେଶ କୁମାର ପ୍ରାଧାନ, ସିଜିଏମ ସୋମ୍ୟକ କୁମାର ପାତ୍ର, କୋର୍ଟ ରେଜିଷ୍ଟ୍ରାର ବାସୁଦେବ ଆଚାର୍ଯ୍ୟ, କୋର୍ଟ ମ୍ୟାନେଜର ସୁମନ କୁମାର, ଜିଲା ପାଳ ମନୋଜ କୁମାର ମହାନ୍ତି, ତହସିଲଦାର ଡାନିଏଲ ଏକ୍କା, ବିଡିଓ ରୋମାଞ୍ଚଳ ଖମାରୀଙ୍କ ସମେତ ଲୋକପ୍ରତିନିଧି ମାନେ ଯୋଗଦେଇଥିଲେ।
ଏହି ଉଦଘାଟନୀ ଉତ୍ସବ ଅବସରରେ ମୁଖ୍ୟ ଅତିଥି ଅଞ୍ଚଳବାସୀ ତଥା ମହକିଲମାନଙ୍କ ସୁବିଧା ନିମନ୍ତେ ଛେଣ୍ଡିପଦାରେ ନୂତନ ଅଦାଲତ ଖୋଲାଯାଇଥିବା କହିଥିଲେ। ଏହା ସହ ମହକିଲମାନଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ ପାଇଁ ବାର ଆସୋସିଏଶନଙ୍କୁ ପରାମର୍ଶ ଦେଇଥିଲେ। ଛେଣ୍ଡିପଦାର ନୂତନ ଅଦାଲତର ପ୍ରଥମ ବିଚାରପତି ଭାବେ ଶାନ୍ତା ସାମଲ ନିଯୁକ୍ତି ପାଇବା ସହିତ ପ୍ରଥମ ଦିନରେ ଅବକାରୀ ମାମଲାର ଶୁଣାଣି କରିଥିଲେ । ଏହି କାର୍ଯ୍ୟକ୍ରମରେ ଛେଣ୍ଡିପଦା ବାର ଆସୋସିଏଶନ ସଭାପତି ପ୍ରଭାତ କୁମାର ବେହେରା , ସମ୍ପାଦକ ରାଜକିଶୋର ବେହେରା ,ଅନୁଗୋଳ ବାର ଆସୋସିଏଶନ ସଭାପତି ଜିତେନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri