Posted inରାଜ୍ୟ

ଛେଣ୍ଡିପଦା ଓ ମାଧପୁରରେ ବିଦ୍ୟୁତ୍‌ କାଟ: ଜନ ଅସନ୍ତୋଷ ବୃଦ୍ଧି

ଛେଣ୍ଡିପଦା/ମାଧପୁର, ୨୮।୫(ସ୍ବ.ପ୍ର.)- ଛେଣ୍ଡିପଦା ବ୍ଲକ ଅଞ୍ଚଳରେ କିଛି ମାସ ହେବ ଅଘୋଷିତ ବିଦ୍ୟୁତ୍‌ କାଟ ହେଉଥିବା ଅଭିଯୋଗ ହେଉଛି। ପ୍ରଚଣ୍ଡ ରୌଦ୍ରତାପ ଓ ଅସହ୍ୟ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ୁଥିବାବେଳେ ଘଣ୍ଟାଘଣ୍ଟା ଧରି ବିଦ୍ୟୁତ କାଟ ଉପଭୋକ୍ତାଙ୍କୁ ହନ୍ତସନ୍ତ କରିଦେଉଛି। ତୁରନ୍ତ ଏହାର ସମାଧାନ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି।
ଘଟଣାରୁ ଜଣାପଡ଼ିଛି, ସେସୁ ବିଭାଗ ପକ୍ଷରୁ ମରାମତି, ଗ୍ରୀଡ୍‌ ଫେଲୁଅର ଆଦି ଘୋଷଣା କରାଯାଇ ବିଦ୍ୟୁତ୍‌ କାଟ କରାଯାଉଥିବା ବେଳେ ଅଘୋଷିତ ଭାବେ ଦିନକୁ ଘଣ୍ଟା ଘଣ୍ଟା ଧରି ସେବା ବିଚ୍ଛିନ୍ନ କରାଯାଉଛି। ସେବା ଯୋଗାଉଥିବା କମ୍ପାନୀ ଉପଭୋକ୍ତାଙ୍କୁ ନ ଜଣାଇ ବିଦ୍ୟୁତ୍‌ କାଟ କରୁଥିବାରୁ ଉପଭୋକ୍ତାମାନଙ୍କୁ ଜରିମାନା ଦେବାକୁ ଦାବି ହେଉଛି। ବିଭାଗୀୟ କର୍ତ୍ତୃପକ୍ଷ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରୁଥିବାରୁ ଜନ ଅସନ୍ତୋଷ ଦେଖାଦେଇଛି। ଏ ନେଇ ବିଭାଗୀୟ କର୍ତ୍ତୃପକ୍ଷଙ୍କ ମତାମତ ମିଳିପାରି ନାହିଁ।
ସେହିପରି ଆଠମଲ୍ଲିକ ବ୍ଲକ ମାଧପୁର ଅଞ୍ଚଳରେ ପ୍ରତିଦିନ ଅଘୋଷିତ ବିଦ୍ୟୁତ୍‌ କାଟ ହେଉଥିବା ଅଭିଯୋଗ ହୋଇଛି। ବର୍ତ୍ତମାନ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହୁଥିବାବେଳେ ଏପରି ବିଦ୍ୟୁତ୍‌ କାଟ ଜନସାଧାରଣଙ୍କ ସମସ୍ୟାକୁ ଦ୍ୱିଗୁଣିତ କରିଛି। ପ୍ରତି ଘଣ୍ଟାରେ ଥରେ ବିଦ୍ୟୁତ୍‌ କାଟ ଯୋଗୁ ଲୋକେ ଗରମରେ ଛଟପଟ ହେଉଛନ୍ତି। ଏ ନେଇ ପ୍ରଶାସନ ପକ୍ଷରୁ ଦୃଷ୍ଟି ଦିଆଯିବାକୁ ଦାବି ହୋଇଛି। ବିଭାଗୀୟ କନିଷ୍ଠ ଯନ୍ତ୍ରୀ ନରେନ୍ଦ୍ର ବାରିକ କହିଛନ୍ତି, ଛୁଟିରେ ଅଛି। ତେଣୁ ଏ ବିଷୟରେ କିଛି କହି ପାରିବି ନାହିଁ। ସେହିପରି ବିଭାଗର ଅନ୍ୟ ଅଧିକାରୀଙ୍କୁ ଯୋଗାଯୋଗ କରିବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ ମୋବାଇଲ ବନ୍ଦ ଥିବାରୁ ଯୋଗାଯୋଗ ସମ୍ଭବ ହେଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ବାଚସ୍ପତିଙ୍କୁ ଚିଠି ଲେଖିଲେ ରାମଚନ୍ଦ୍ର କାଡ଼ାମ, ୩ ବିଧାୟକଙ୍କ ସିଟ୍‌…

ଭୁବନେଶ୍ୱର,୧୭।୩: ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସେ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି, କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ…

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।…

ଇସ୍ତଫା ଦିଅନ୍ତୁ ସ୍ବାସ୍ଥ୍ୟମନ୍ତ୍ରୀ: ନବୀନଙ୍କ ଦାବି

ଭୁବନେଶ୍ୱର,୧୭।୩: SCB ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri