ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ ମୃତ୍ୟୁ ନେଇ ଉତ୍ତେଜନା: ଚିକିତ୍ସା ଅବହେଳାରୁ ମୃତ୍ୟୁ ଅଭିଯୋଗ

ଛେଣ୍ଡିପଦା,୧୨ା୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ନେଇ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଉତ୍ତେଜନା ଦେଖାଦେଇଛି।
ଘଟଣାରୁ ପ୍ରକାଶ ଯେ, ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଖଇରପାଲି ଗ୍ରାମର ଦିଲ୍ଲୀପ କୁମାର ସାହୁଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଥିଲା। ଗୁରୁବାର ରାତିରେ ଖଇରପାଲି ଗ୍ରାମର ଦିଲ୍ଲୀପ ସାହୁ ବେହୋସ ହୋଇ ତଳେ ପଡ଼ିଯାଇଥିଲେ। ଏହା ଦେଖି ଦିଲ୍ଲୀପଙ୍କ ସାନ ଭାଇ ଓ ସମ୍ପର୍କୀୟମାନେ ତୁରନ୍ତ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ବହିର୍ବିଭାଗରେ କୌଣସି ଡାକ୍ତର ନ ଥିବାରୁ ସେଠାରେ ଉପସ୍ଥିତ ଥିବା ନର୍ସ ଡାକ୍ତରଙ୍କୁ ତାଙ୍କ ସରକାରୀ ବାସଭବନରୁ ଡାକିବା ପାଇଁ କହିଥିଲେ। ଦିଲ୍ଲୀପଙ୍କ ସମ୍ପର୍କୀୟମାନେ ବାସଭବନକୁ ଡାକିବା ପାଇଁ ଯାଇଥିଲେ ମଧ୍ୟ କୌଣସି ଡାକ୍ତର ଆସି ନ ଥିଲେ କି କୌଣସି ଚିକିତ୍ସା କରାଯାଇ ପାରି ନ ଥିଲା। ଏହାକୁ ନେଇ ଡାକ୍ତରଖାନା ପରିସରରେ ସମ୍ପର୍କୀୟମାନେ ହୋ-ହଲ୍ଲା କରିଥିଲେ। ଏପରିକି ପରିବାର ପକ୍ଷରୁ ବିଳମ୍ବିତ ରାତିରେ ଡାକ୍ତରଙ୍କ ଅବହେଳା ଦର୍ଶାଇ ଛେଣ୍ଡିପଦା ଥାନାରେ ଦିଲ୍ଲୀପଙ୍କ ଭାଇ ପ୍ରଦୀପ ଲିଖିତ ଅଭିଯୋଗ କରିଥିଲେ। ଶୁକ୍ରବାର ସକାଳେ ଖବର ପାଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ପ୍ରତାପ ଚନ୍ଦ୍ର ବେହେରା, ଛେଣ୍ଡିପଦା ତହସିଲଦାର ଡାନିଏଲ ଏକ୍କା, ଛେଣ୍ଡିପଦା ଥାନାଧିକାରୀ କନକ ମାଝୀ ସଦଳବଳେ ପହଞ୍ଚି ଉତ୍ତ୍ୟକ୍ତ ଲୋକମାନଙ୍କ ସହିତ ଆଲୋଚନା କରିଥିଲେ। ଦୀର୍ଘ ୪ଘଣ୍ଟା ଅଲୋଚନା ପରେ ଡାକ୍ତରଙ୍କ ବିରୋଧରେ ତଦନ୍ତ କରିବା ସହିତ ନିରପେକ୍ଷ ଭାବେ ମୃତଦେହ ବ୍ୟବଚ୍ଛେଦ ଓ କ୍ଷତିପୂରଣ ଦେବା ପାଇଁ ପ୍ରତିଶ୍ରୁତି ଦେବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଅପରପକ୍ଷେ ଛେଣ୍ଡିପଦା ପୋଲିସ ଏ ନେଇ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri