ଛେଣ୍ଡିପଦା ଡାକ୍ତରଖାନାରେ ବିରଳ ଶିଶୁ ଜନ୍ମ, ଦେଶରେ ତୃତୀୟ ଘଟଣା

ଛେଣ୍ଡିପଦା, ୬।୯(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ଡାକ୍ତରଖାନାରେ ଶୁକ୍ରବାର ଏକ ବିରଳ ଶିଶୁ ଜନ୍ମ ହୋଇଛି।
ଡାକ୍ତରଖାନ ସୂତ୍ରରୁ ପ୍ରକାଶ ଯେ, ଦେବଗଡ଼ ଜିଲା ରିଆମାଳ ବ୍ଲକ ତାବଡା ଅଞ୍ଚଳର ଜୈନେକା ମହିଳା ଛେଣ୍ଡିପଦା ଡାକ୍ତରଖାନାକୁ ପ୍ରସୂତି ନିମନ୍ତେ ଆସିଥିଲେ। ମାତ୍ର ପ୍ରସବ ପରେ ଶିଶୁଟିକୁ ଦେଖି ପ୍ରସୂତି ଗୃହରେ ଥିବା କର୍ମଚାରୀ ଆଶ୍ଚର୍ଯ୍ୟ ହୋଇଯାଇଥିଲେ । ଶିଶୁଟିର ପାଟି, ଆଖି ଓ ମୁହଁ ଅସ୍ବାଭାବିକ ଭାବେ ରହିଥିବା ବେଳେ ଦେହର ଚର୍ମ ଫାଟି ଲାଲ ଦେଖାଯାଉଥିଲା। ଏହି ଶିଶୁକୁ ଦେଖି ପରିବାର ଓ ମେଡିକାଲ କର୍ମଚାରୀମାନେ ମଧ୍ୟ ଭୟଭିତ ହୋଇ ଯାଇଥିଲେ। ଏ ନେଇ ଖବର ପ୍ରସାର ହେବାପରେ ଶିଶୁକୁ ଦେଖିବା ଲାଗି ଡାକ୍ତରଖାନାରେ ଭିଡ଼ ଜମିଛି । ଏ ନେଇ ପରିବାର ଚିନ୍ତାରେ ଥିବାବେଳେ ଅଧିକ ଚିକିତ୍ସା ନିମନ୍ତେ ଶିଶୁକୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଦିଆଯାଇଛି ।
ଏ ନେଇ ଡାକ୍ତର ମୋନାଲିସା ଗଡନାୟକ କୁହନ୍ତି, ଏଭଳି ଶିଶୁ ଭାରତ ବର୍ଷରେ ଜନ୍ମ ହୋଇଥିବା ତୃତୀୟ ଘଟଣା । ଏହା ଏକ ବଂଶାନୁକ୍ରମିକ ରୋଗ ବୋଲି ଡାକ୍ତର ପ୍ରକାଶ କରିଛନ୍ତି । ଏବେ ଶିଶୁ ଓ ମା’ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri