ଛେଣ୍ଡିପଦା ବନାଞ୍ଚଳରେ ହାତୀପଲ: ସତର୍କ କଲା ବନବିଭାଗ

ଛେଣ୍ଡିପଦା,୧ା୮(ସ୍ବ.ପ୍ର) – ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ କଙ୍କୁରପାଳ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରେ ବୁଧବାର ୪ଟି ହାତୀ ଚଳପ୍ରଚଳ କରୁଥିବା ଦେଖିବାକୁ ମିଳିଛି। ଏ ନେଇ ବନ ବିଭାଗ ପକ୍ଷରୁ ଜଙ୍ଗଲକୁ ନ ଯିବା ପାଇଁ ଗ୍ରାମବାସୀଙ୍କୁ ସଚେତନ କରାଯାଇଛି। ଦୀର୍ଘଦିନ ହେବ ଏହି ହାତୀପଲ ଆଖପାଖ ଅଞ୍ଚଳରେ ଥିବା ବିଭିନ୍ନ ପନିପରିବା ଫସଲ, କଦଳୀ ଗଛ ନଷ୍ଟ କରୁଥିବା କ୍ଷତିଗ୍ରସ୍ତ ଚାଷୀମାନେ ଅଭିଯୋଗ କରିଛନ୍ତି। ଏହି ହାତୀପଲ ଚାଙ୍ଗୁଡିଆ, ବଡବେରେଣା, କଙ୍କୁରପାଳ, ଡାହିବର, ବାହାଳସାହି, କମ୍ପସଲା, ଛେଣ୍ଡିପଦା, କରଡାବାହାଳ ଆଦି ଅଞ୍ଚଳରେ ବିଚରଣ କରୁଛନ୍ତି। ଫଳରେ ସା ହେଲେ ଗ୍ରାମବାସୀ ଛେଣ୍ଡିପଦା ସଦରମହକୁମାରୁ ଘରକୁ ଫେରିବା ପାଇଁ ଭୟ କରୁଛନ୍ତି। ଦୀର୍ଘଦିନ ହେବ ବିଳମ୍ବିତ ରାତିରେ ହାତୀ ଉପଦ୍ରବ ଲାଗି ରହିଥିବା ଯୋଗୁ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏ ନେଇ ବନାଞ୍ଚଳ ଅଧିକାରୀ ଦୁର୍ଗାଚରଣ ସାହୁ କହିଛନ୍ତି, ହାତୀପଲ ଉପସ୍ଥିତିକୁ ନେଇ ବିଭାଗ ପକ୍ଷରୁ ପ୍ରତିଦିନ ସାରେ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମର ଜନସାଧାରଣଙ୍କୁ ଯାତାୟାତ ସମୟରେ ସତର୍କତା ଅବଲମ୍ବନ କରିବା ପାଇଁ ଡାକବାଜି ଯନ୍ତ୍ର ସାହାଯ୍ୟରେ ସୂଚନା ଦିଆଯାଉଛି। ଏହାସହ ହାତୀପଲଙ୍କ ଗତିବିଧି ଉପରେ ନଜର ରଖିବା ପାଇଁ ହାତୀସ୍କ୍ବାଡଙ୍କୁ ନିୟୋଜିତ କରାଯାଇଛି। ତୁରନ୍ତ କ୍ଷୟକ୍ଷତି ଆକଳନ କରାଯାଇ କ୍ଷତିପୂରଣ ଯୋଗାଇ ଦେବା ପାଇଁ ଚାଷୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri