ଛେଣ୍ଡିପଦା ସଂରକ୍ଷିତ ଜଙ୍ଗଲରୁ ଏକ ମାଖନା ହାତୀର ମୃତଦେହ ଠାବ

ଛେଣ୍ଡିପଦା,୨୦।୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ ଛେଣ୍ଡିପଦା ସଂରକ୍ଷିତ ଜଙ୍ଗଲର ଗୁଡିମରାଠାରେ ଶନିବାର ଏକ ମାଖନା ହାତୀର ଗଳିତ ମୃତଦେହ ଉଦ୍ଧାର ହୋଇଛି। ହାତୀଟି ପ୍ରାୟ ୪-୫ ଦିନ ତଳେ ମରିପଡ଼ିିଥିବା ଜଣାପଡ଼ିଛି। ମୃତ ହାତୀଟି ମଖନା ହାତୀ ବୋଲି କୁହାଯାଉଛି। ତେବେ ଉକ୍ତ ହାତୀଟିର କିପରି ମୃତ୍ୟୁ ହେଲା ସେନଇ ଏପର୍ଯ୍ୟନ୍ତ ବନବିଭାଗ ପକ୍ଷରୁ କିଛି ସ୍ପଷ୍ଟ କରାଯାଇନାହିଁ। ସୂଚନାଯୋଗ୍ୟ, ଜୁନ ୧୭ ବିଳମ୍ବିତ ରାତିରେ ମୃତ ହାତୀ ଛେଣ୍ଡିପଦା ସଂରକ୍ଷିତ ଜଙ୍ଗଲର ନିକଟବର୍ତ୍ତୀ ଭାଗଲାକଟା ଗ୍ରାମର ନୀଳକଣ୍ଠ ନାଏକଙ୍କ ଘରକୁ ଭାଙ୍ଗିଦେଇଥିଲା। ଏହାପରେ ହାତୀର କୌଣସି ସନ୍ଧାନ ପାଇ ନ ଥିଲା ବନବିଭାଗ। ହାତୀ ସ୍କ୍ବାଡମାନେ ହାତୀର ପାଦ ଚିହ୍ନ ଦେଖି ବହୁ ଖୋଜା ଖୋଜି କରିବା ପରେ ଶନିବାର ହାତୀର ମୃତଦେହ ଗୁଡିମରା ଜଙ୍ଗଲରେ ଠାବ କରାଯାଇଛି। ଏହାପରେ ସେମାନେ ବନବିଭାଗ କର୍ମଚାରୀଙ୍କୁ ଖବର ଦେଇଥିଲେ। ଖବରପାଇ ବନବିଭାଗର ଫରେଷ୍ଟର, ଡିଏଫ୍‌ଓ ଏବଂ ଏସିଏଫ୍‌ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri