Posted inଜାତୀୟ

ଛେଳିକୁ ବାନ୍ଧି ନେଲେ ପୋଲିସ ବାବୁ: ଭିଆଇପି ବଙ୍ଗଳାରେ ଗଛପତ୍ର ଖାଇବା ଅଭିଯୋଗ

ଭୋପାଳ,୯।୯: ପୋଲିସ ଥାନାକୁ ଅପରାଧି ବନ୍ଧା ହୋଇ ଆସିବା ସାଧାରଣ ଘଟଣା। ତେବେ ମଧ୍ୟପ୍ରଦେଶ ମୁରେନା ସହରର ଓ୍ବାଟର ଓ୍ବାକର୍ସ କଲୋନୀରେ ବାସ କରୁଥିବା ଦୀପକ ବାଲ୍ମିକୀଙ୍କ ଛେଳିକୁ ପୋଲିସ ବାବୁ ଥାନାକୁ ବାନ୍ଧି ନେଇଛନ୍ତି। ବିଚରା ଛେଳି ପଘାରୁ ଫିଟି ସ୍ଥାନୀୟ ପୋଲିସ ଥାନା ନିକଟରେ ଥିବା ଭିଆଇପି ବଙ୍ଗଳାରେ ପଶି ଗଛପତ୍ର ଖାଇଥିଲା। ବଙ୍ଗଳାରେ ବାସ କରୁଥିବା ଜିଲା କୋର୍ଟ ବିଚାରପତି ମହମ୍ମଦ୍‌ ଅନିଫ୍‌ ଖାଁ ଏନେଇ ଥାନାକୁ ଫୋନ୍‌ କରିଥିଲେ। ଖବର ପାଇ ପୋଲିସ ବାବୁ ଘଟଣାସ୍ଥଳରେ ପହଞ୍ଚି ଛେଳିକୁ ବାନ୍ଧି ନେଇ ଥାନାରେ ରଖିଥିଲେ। ଛେଳି ଗୋଟିଏ ରାତି ଥାନାରେ ବନ୍ଧା ହୋଇ ରହିବା ପରେ ସକାଳେ ମାଲିକ ଦୀପକ ଆସି ଛେଳିକୁ ଘରକୁ ଆଣିଥିଲେ। ଏନେଇ ଟିଆଇ ଶିବସିଂ ଯାଦବ ସୂଚନା ଦେଇଛନ୍ତି ଯେ, ଛେଳି ବୁଲୁଥିବା ଖବର ପାଇ ପୋଲିସ କର୍ମଚାରୀ ଏହାକୁ ଥାନାରେ ଆଣି ବାନ୍ଧିଥିଲେ। ପରେ ମାଲିକ ଆସିବାରୁ ତାଙ୍କୁ ଛେଳି ଫେରାଇ ଦିଆ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri