ଛେଳିଗଡ଼ ଜଳସେଚନ ପ୍ରକଳ୍ପ ଅଗ୍ରଗତି ନେଇ ବାଚସ୍ପତିଙ୍କ ସମୀକ୍ଷା ବୈଠକ

ଭୁବନେଶ୍ୱର,୧୩।୬(ବ୍ୟୁରୋ)- ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଛେଳିଗଡ଼ ଜଳସେଚନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କିତ ସମୀକ୍ଷା ବୈଠକ ବିଧାନସଭା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବାଚସ୍ପତି ପ୍ରକଳ୍ପ ଦ୍ୱାରା ପ୍ରଭାବିତ ଜନତାଙ୍କୁ କ୍ଷତିପୂରଣ ପ୍ରଦାନ, ପୁନର୍ବାସ ଓ ଥଇଥାନ ଏବଂ ପ୍ରକଳ୍ପର ଶୀଘ୍ର କାର୍ଯ୍ୟକାରିତା ଉପରେ ଗୁରୁତ୍ୱାରୋପ କରିଥିଲେ। ବିଶେଷଭାବେ ପ୍ରକଳ୍ପ ପାଇଁ ବିସ୍ଥାପିତ ଲୋକମାନଙ୍କ ସୁବିଧା ଲାଗି ପୁନର୍ବାସ ସ୍ଥାନରେ ବିଦ୍ୟୁତ୍‌ ସଂଯୋଗ, ପାନୀୟ ଜଳ ଯୋଗାଣ, ରାସ୍ତାଘାଟ ପରି ଭିତ୍ତିଭୂମିର ବିକାଶ ସହ କ୍ଷତିଗ୍ରସ୍ତ ପରିବାରଗୁଡ଼ିକ ନାମରେ ଘରଡିହ ପଟ୍ଟା ପ୍ରଦାନ ଓ ଜମି ହସ୍ତାନ୍ତରଣ କରିବାକୁ ସଂପୃକ୍ତ ତହସିଲଦାରଙ୍କୁ ବାଚସ୍ପତି ନିର୍ଦ୍ଦେଶ ଦେଇଥିଲେ। ଖୁବ୍‌ଶୀଘ୍ର ସ୍ଥାନୀୟ ଅଞ୍ଚଳର ପ୍ରକଳ୍ପ ନେଇ ଆର୍‌ପିଡିଏସି ବୈଠକ ଡାକିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।
ବୈଠକରେ ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ, ପୁନର୍ବାସ ଓ ଥଇଥାନ, ପାରିପାର୍ଶ୍ୱିକ ଉନ୍ନତିକରଣ, ପ୍ରଭାବିତ ଲୋକଙ୍କୁ କ୍ଷତିପୂରଣ ପ୍ରଦାନ, ପ୍ରକଳ୍ପ ଅଞ୍ଚଳରେ ଜମି ଲିଜ୍‌/ହସ୍ତାନ୍ତରଣ ସଂପର୍କରେ ବିସ୍ତୁତ ଭାବେ ଆଲୋଚନା କରାଯାଇଛି। ପ୍ରକଳ୍ପ କାରଣରୁ ୫ଟି ଗ୍ରାମ ସଂପୂର୍ଣ୍ଣ ଜଳମଗ୍ନହେଉଥିବାବେଳେ, ୧୦ଟି ଗ୍ରାମ ଆଂଶିକଭାବେ ଜଳମଗ୍ନ ହେବ। ସଂପୂର୍ଣ୍ଣ ଭାବେ ଜଳମଗ୍ନ ହେଉଥିବା ୫ଟିଗ୍ରାମର ଲୋକଙ୍କୁ ଖାଲି କରିବାର ଆବଶ୍ୟକତା ରହିଛି। ଏହି କାର୍ଯ୍ୟକୁ ଯଥାଶୀଘ୍ର କରିବା ନେଇ ଚେଷ୍ଟା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ଏନେଇ ଭାଜପା ପକ୍ଷରୁ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri