ଛେଳିଗଡ଼ ଜଳସେଚନ ପ୍ରକଳ୍ପ ଅଗ୍ରଗତି ନେଇ ବାଚସ୍ପତିଙ୍କ ସମୀକ୍ଷା ବୈଠକ

ଭୁବନେଶ୍ୱର,୧୩।୬(ବ୍ୟୁରୋ)- ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଛେଳିଗଡ଼ ଜଳସେଚନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କିତ ସମୀକ୍ଷା ବୈଠକ ବିଧାନସଭା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବାଚସ୍ପତି ପ୍ରକଳ୍ପ ଦ୍ୱାରା ପ୍ରଭାବିତ ଜନତାଙ୍କୁ କ୍ଷତିପୂରଣ ପ୍ରଦାନ, ପୁନର୍ବାସ ଓ ଥଇଥାନ ଏବଂ ପ୍ରକଳ୍ପର ଶୀଘ୍ର କାର୍ଯ୍ୟକାରିତା ଉପରେ ଗୁରୁତ୍ୱାରୋପ କରିଥିଲେ। ବିଶେଷଭାବେ ପ୍ରକଳ୍ପ ପାଇଁ ବିସ୍ଥାପିତ ଲୋକମାନଙ୍କ ସୁବିଧା ଲାଗି ପୁନର୍ବାସ ସ୍ଥାନରେ ବିଦ୍ୟୁତ୍‌ ସଂଯୋଗ, ପାନୀୟ ଜଳ ଯୋଗାଣ, ରାସ୍ତାଘାଟ ପରି ଭିତ୍ତିଭୂମିର ବିକାଶ ସହ କ୍ଷତିଗ୍ରସ୍ତ ପରିବାରଗୁଡ଼ିକ ନାମରେ ଘରଡିହ ପଟ୍ଟା ପ୍ରଦାନ ଓ ଜମି ହସ୍ତାନ୍ତରଣ କରିବାକୁ ସଂପୃକ୍ତ ତହସିଲଦାରଙ୍କୁ ବାଚସ୍ପତି ନିର୍ଦ୍ଦେଶ ଦେଇଥିଲେ। ଖୁବ୍‌ଶୀଘ୍ର ସ୍ଥାନୀୟ ଅଞ୍ଚଳର ପ୍ରକଳ୍ପ ନେଇ ଆର୍‌ପିଡିଏସି ବୈଠକ ଡାକିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।
ବୈଠକରେ ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ, ପୁନର୍ବାସ ଓ ଥଇଥାନ, ପାରିପାର୍ଶ୍ୱିକ ଉନ୍ନତିକରଣ, ପ୍ରଭାବିତ ଲୋକଙ୍କୁ କ୍ଷତିପୂରଣ ପ୍ରଦାନ, ପ୍ରକଳ୍ପ ଅଞ୍ଚଳରେ ଜମି ଲିଜ୍‌/ହସ୍ତାନ୍ତରଣ ସଂପର୍କରେ ବିସ୍ତୁତ ଭାବେ ଆଲୋଚନା କରାଯାଇଛି। ପ୍ରକଳ୍ପ କାରଣରୁ ୫ଟି ଗ୍ରାମ ସଂପୂର୍ଣ୍ଣ ଜଳମଗ୍ନହେଉଥିବାବେଳେ, ୧୦ଟି ଗ୍ରାମ ଆଂଶିକଭାବେ ଜଳମଗ୍ନ ହେବ। ସଂପୂର୍ଣ୍ଣ ଭାବେ ଜଳମଗ୍ନ ହେଉଥିବା ୫ଟିଗ୍ରାମର ଲୋକଙ୍କୁ ଖାଲି କରିବାର ଆବଶ୍ୟକତା ରହିଛି। ଏହି କାର୍ଯ୍ୟକୁ ଯଥାଶୀଘ୍ର କରିବା ନେଇ ଚେଷ୍ଟା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri