ଛେଳିଗଡ ଜଳସେଚନ ପ୍ରକଳ୍ପ ବିସ୍ଥାପନ କଲୋନୀ, ଚିହ୍ନଟ ଜମିରେ ଚାରା ରୋପଣ କଲେ ଜିଲାପାଳ, ଏସପି

ଦିଗପହଣ୍ଡି,୨୬।୮(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡା ପଞ୍ଚାୟତ ବବୁଲିବନ୍ଧ ମୌଜା ବାଲିପାଟ ଗାଁ ନିକଟରେ ଛେଳିଗଡ ଜଳ ସେଚନ ପ୍ରକଳ୍ପ ବିସ୍ଥାପିତଙ୍କ ପାଇଁ ଚିହ୍ନଟ ହୋଇଛି। ଏହି ଜମିରେ ସୋମବାର ଗଜପତି ଜିଲାପାଳ ଅନୁପମ ଶାହା ଏବଂ ଏସ୍‌ପି ସାରା ଶର୍ମା ସମେତ ମୋହନା ତହସିଲଦାର ସଂଘମିତ୍ରା ଦେବୀ, ବିଡିଓ ବଂଶୀଧର ଖୋସଲା ପହଞ୍ଚତ୍ ବିଭିନ୍ନ ଚାରାରୋପଣ କରଛନ୍ତି। ପ୍ରଥମେ ଜିଲାପାଳ ଓ ଏସ୍‌ପି ବିସ୍ଥାପିତ ହେବାକୁ ଥିବା କାକିଲି, ଶୁବୁବା, ଚଢ଼ିଆପଦା, ଧରପୁର, ତିଲିଗାଁ ଆଦିରୁ ଆସିଥିବା ଲୋକମାନଙ୍କ ସମସ୍ୟା ନେଇ ଆଲୋଚନା କରିଥିଲେ। ପରେ ଚିହ୍ନଟ ହୋଇଥିବା ପ୍ରାୟ ୬୮ ପରିବାରଙ୍କ ଲାଗି ନିର୍ମାଣ ହେବାକୁ ଥିବା ବିସ୍ଥାପନ ଓ ପୁନର୍ବାସ କଲୋନୀର ନିର୍ଦ୍ଧାରିତ ଜମିରେ ଚାରା ରୋପଣ କରାଯାଇଥିଲା। ଛେଳିଗଡ ବିସ୍ଥାପିତ କଲୋନୀ ଅଞ୍ଚଳ ପାଇଁ ପ୍ରଥମ ପର୍ଯ୍ୟାୟରେ ୩୫୦୦ ଚାରା ରୋପଣ କରାଯିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ସୋମବାର ୪୦୦ ଚାରା ରୋପଣ କରାଯାଇଛି। ଜିଲାପାଳ ଓ ଏସ୍‌ପିଙ୍କ ଏହି ଗସ୍ତରେ ପ୍ରକଳ୍ପ ନିର୍ବାହୀ ଯନ୍ତ୍ରୀ ଇଂ.ନଗେନ୍ଦ୍ର ନାଥ ମହାରଣା, ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ତ୍ରିନାଥ ମହାରଣା, ଦିଗପହଣ୍ଡି ବ୍ଲକ ସହକାରୀ ଯନ୍ତ୍ରୀ ଇଂ.ଗଙ୍ଗାଧର ଲେଙ୍କା, କନିଷ୍ଠ ଯନ୍ତ୍ରୀ ଇଂ.ପ୍ରେମ ମହାପାତ୍ରଙ୍କ ସମେତ ବହୁ ସଂଖ୍ୟକ ପଞ୍ଚାୟତ ପ୍ରତିନିଧି, ଜଳ ସମ୍ପଦ ବିଭାଗୀୟ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

ଜନବସତି ଆଡ଼କୁ ମାଡ଼ି ଆସୁଛି ସମୁଦ୍ର, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସୋମବାର ଆର୍ଯ୍ୟପଲ୍ଲୀ ପଞ୍ଚାୟତର ୪ ଖଣ୍ଡ ଗ୍ରାମବାସୀ ଗୋପାଳପୁର ବନ୍ଦର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଗଞ୍ଜାମ ଜିଲାପାଳ ଭି.…

ବୈତରଣୀରେ ଆସୁଛି ବନ୍ୟା, ଭୟଭୀତ ଅଞ୍ଚଳବାସୀ

ବଞ୍ଚୋ,୧୭।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳସ୍ତର ପୁଣି ବିପଦ ସଙ୍କେତ ଉପରକୁ ଉଠିଛି। ଆନନ୍ଦପୁର ଗେଜ୍‌ ସାଇଟର ତଥ୍ୟ…

ବ୍ୟବସାୟୀ ଅପହରଣ ମାମଲା: ମହିଳା ପୋଲିସ ସବ୍‌ଇନ୍ସପେକ୍ଟରଙ୍କ ସହ ଜଣେ ସାମ୍ବାଦିକ ଗିରଫ, ୪କୁ ବୃଦ୍ଧି ପାଇଲା ସଂଖ୍ୟା

ବଲାଙ୍ଗୀର,୧୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ମାମଲାରେ ବଲାଙ୍ଗୀର ପୋଲିସ ଭୁବନେଶ୍ବରରୁ ଜଣେ ମହିଳା ସବ୍‌ଇନ୍ସପେକ୍ଟର ଓ ଜଣେ ଖବରଦାତାଙ୍କୁ…

କେଏସ୍‌ୟୁବି କଲେଜରେ ଆତ୍ମରକ୍ଷା ତାଲିମ ଶିବିର, ଛାତ୍ରୀମାନଙ୍କ ମଧ୍ୟରେ ସୁରକ୍ଷା….

ଭଞ୍ଜନଗର,୧୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ କଲେଜରେ ଶକ୍ତିଶ୍ରୀ ଏମ୍ପାୱାରମେଣ୍ଟ ସେଲ୍‌ ପକ୍ଷରୁ ସୋମବାର ଆତ୍ମରକ୍ଷା ତାଲିମ ଶିବିର ‘ସେଲ୍ଫ ଡିଫେନ୍ସ’ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri