ଛେଳିପଲ ଉଜାଡ଼ିଲେ କାକୁଡ଼ି ଫସଲ:ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଆଠଗଡ଼,୨୮।୫(ସ୍ବ.ପ୍ର.): କଟକ ଜିଲା ବାଙ୍କୀ ଥାନା ଅଧୀନ ଉପର ବାଙ୍କୀ ମାଳବିହାରପୁର ଗ୍ରାମରେ ଜଣେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସୋମବାର ରାତି ପ୍ରାୟ ୯ଟା ୩୦ରେ ଏହି ଘଟଣା ଘଟିଛି। ଏ ନେଇ କୌଣସି ଲିଖିତ ଅଭିଯୋଗ ହୋଇନାହିଁ। ଗ୍ରାମବାସୀ ଓ ମେଡିକାଲ ସୂତ୍ରରୁ ଖବର ପାଇ ପୋଲିସ ହତ୍ୟାକାରୀ ଯୁବକଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି।
ସୂଚନା ଅନୁସାରେ, ମାଳ ବିହାରପୁର ସବର ସହିର ନଣ୍ଡା ଦେହୁରିଙ୍କ ଛେଳିପଲ ପଡ଼ୋଶୀ ସ୍ବର୍ଗତ ସମୀର ଖଟୁଆଙ୍କ ବାଡ଼ିରେ ପଶି କାକୁଡ଼ି ଫସଲ ନଷ୍ଟ କରୁଥିଲେ। ଏହା ଦେଖି ଛେଳିପଲଙ୍କୁ ଘଉଡ଼ାଇ ଆଣି ଆକଟ କରି ରଖିବା ପାଇଁ ସମୀରଙ୍କ ସ୍ତ୍ରୀ ମାମି ଖଟୁଆ (୪୦) ନଣ୍ଡାଙ୍କୁ କହିଥିଲେ। ଏଥିରେ ନଣ୍ଡା ଉତ୍‌କ୍ଷିପ୍ତ ହୋଇ ଏକ ଟାଙ୍ଗିଆରେ ମାମିଙ୍କ ମୁଣ୍ଡକୁ ଚୋଟ ମାରିଥିଲେ। ଫଳରେ ମାମି ଘଟଣାସ୍ଥଳରେ ରକ୍ତଜୁଡ଼ୁବୁଡ଼ୁ ହୋଇ ପଡ଼ି ରହିଥିଲେ। ଏହା ଦେଖି ଗ୍ରାମବାସୀ ନଣ୍ଡାଙ୍କୁ ଘଟଣାସ୍ଥଳରୁ ଗଁା କୋଠଘରେ କାବୁ କରିଥିଲେ। ମାମିଙ୍କୁ ଉଦ୍ଧାର କରି ଆଠଗଡ଼ ଉପଖଣ୍ଡ ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ସରଣ୍ଡା ଫାଣ୍ଡି ପୋଲିସ ମାଳିବିହାରପୁରରୁ ନଣ୍ଡାଙ୍କୁ ନେଇ ବାଙ୍କୀ ଥାନାରେ ଅଟକ ରଖିଛି। ଆକ୍ରମଣ ସମୟରେ ମାମିଙ୍କୁ ରକ୍ଷା କରିବାକୁ ଯାଇ ସେହି ଗ୍ରାମର କୃପାସିନ୍ଧୁ ଜେନା ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହିତାଙ୍କୁ କଲେ ଦ୍ଵିତୀୟ ବିବାହ: ସ୍ବାମୀଙ୍କ ଫୋନରୁ ଅନ୍ତରଙ୍ଗ ଭିଡିଓ ଭାଇରାଲ କଲେ ପ୍ରଥମ ସ୍ତ୍ରୀ , ଡରିକି ଏମିତି …

ଦିଗପହଣ୍ଡି,୬|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ରହୁଥିବା ଜଣେ ବିବାହିତା(୩୦)ଙ୍କୁ ପ୍ରେମ କରି ଦ୍ଵିତୀୟ ବିବାହ କରିବା ପରେ କୁକୁଡ଼ାଖଣ୍ଡି…

କଲ୍ୟାଣସିଂହପୁର ଭିଡ଼ ହିଂସା, ୨୪ ଅଭିଯୁକ୍ତଙ୍କ ହେଲା ଟିଆଇ ପରେଡ୍‌

ରାୟଗଡ଼ା/ବିଷମ କଟକ, ୬।୭ (କୈଳାସ ଚନ୍ଦ୍ର ପୃଷ୍ଟି/ ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁରରେ ଘଟିଥିବା ବହୁଚର୍ଚ୍ଚିତ ଭିଡ଼ ହିଂସା ମାମଲାରେ ସୋମବାର ବିଷମକଟକ ଉପକାରାଗାରରେ…

ଡେପୁଟେଶନରେ ଯାଇଥିବା ଶିକ୍ଷକଙ୍କୁ ଫେରାଇ ଆଣିବାକୁ ବିଇଓଙ୍କୁ ଦାବି

ଗଞ୍ଜାମ, ୬।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୀଳାଦ୍ରିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ସୁଦାମ ନାୟକଙ୍କୁ ଅନ୍ୟ ଏକ ବିଦ୍ୟାଳୟକୁ…

କ୍ୱାର୍ଟରରେ ଇଂଲଣ୍ଡ, ମେକ୍ସିକୋର ଅଭିଯାନ ଶେଷ

ମେକ୍ସିକୋ ସିଟି, ୬ା୭: ଘରୋଇ ଫିଲ୍ଡ ଓ ପରିବେଶରେ ଖେଳିବାର ଫାଇଦା ସହିତ ପ୍ରତିପକ୍ଷ ଦଳ ପ୍ରାୟତଃ ଦ୍ୱିତୀୟାର୍ଦ୍ଧ ୧୦ ଖେଳାଳିରେ ଖେଳିବା ସତ୍ତ୍ୱେ ମେକ୍ସିକୋର ଅଭିଯାନ…

କାଲି  ଖୋର୍ଦ୍ଧା ରୋଡ୍ ଡିଭିଜନ୍‌ରେ ୮ ମେମୁ ଟ୍ରେନ୍‌ ବାତିଲ: ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୬।୭: ଯାତ୍ରୀମାନଙ୍କ ପାଇଁ ଜରୁରୀ ସୂଚନା। ମାଳତୀପାଟପୁର ଓ ପୁରୀ ଷ୍ଟେସନ ମଧ୍ୟରେ ଚାଲିଥିବା ଆଧୁନିକୀକରଣ ଓ ରେଳ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟ ପାଇଁ ଆସନ୍ତାକାଲି…

ହଠାତ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିମାନ ଚାରିପଟେ ଘୁରିବୁଲିଲା ଇଣ୍ଡୋନେସିଆର ବାୟୁସେନାର ଲଢ଼ୁଆ ବିମାନ: ଆଉ ତା’ପରେ…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନିଟି ରାଷ୍ଟ୍ର ଗସ୍ତରେ ଅଛନ୍ତି। ଗସ୍ତର ପ୍ରଥମ ପର୍ଯ୍ୟାୟରେ ସେ ଇଣ୍ଡୋନେସିଆରେ ପହଞ୍ଚିଛନ୍ତି। ଏଠାରେ ତାଙ୍କୁ ରାଜଧାନୀ ଜାକର୍ତ୍ତାରେ ଜୋରଦାର ସ୍ବାଗତ…

ଭୁଶୁଡ଼ିଲା ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟ ପାଚେରୀ, ଅଳ୍ପକେ….

ପିପିଲି, ୬।୭: ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳ ବଡ଼ ଅଂଶ ହଠାତ୍ ଭୁଶୁଡ଼ି ପଡ଼ିଛି। ଘଟଣାରେ କୌଣସି ଜୀବନହାନି ଘଟି ନ ଥିବା ବେଳେ ଅଳ୍ପକେ କିଛି…

Puri Koraput Expressର ଶୁଭାରମ୍ଭ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ରେଳମନ୍ତ୍ରୀ କଲେ ଉଦ୍‌ଘାଟନ

ପୁରୀ,୬।୭: ନୂତନ ପୁରୀ-କୋରାପୁଟ ଏକ୍ସପ୍ରେସ ଏବଂ ବ୍ରହ୍ମପୁର-ଉଧନା(ସୁରଟ) ଅମୃତ ଭାରତ ଏକ୍ସପ୍ରେସର ନିୟମିତ ସେବାର ସୋମବାର ଶୁଭାରମ୍ଭ ହେଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri