ଛେଳି ଗିଳିବାକୁ ଆସି ଜାଲରେ ଫସିଲା ଅଜଗର

ଉଦଳା,୧୨ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଅଧୀନ ଚନ୍ଦ୍ରପୁର ଗ୍ରାମରୁ ଶୁକ୍ରବାର ଏକ ସାଢେ ୮ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର ହୋଇଛି। ଗ୍ରାମରେ ଥିବା ଚାଷଜମି ନିକଟରେ ଏକ ଛେଳିକୁ ଗିଳିବା ନିମନ୍ତେ ଅଜଗରଟି ପିଛା କରୁଥିବା ବେଳେ ଏକ ଜାଲରେ ଛନ୍ଦି ହୋଇ ପଡ଼ିଥିଲା। ସ୍ଥାନୀୟ ଲୋକେ ଏହା ଦେଖି ଉଦଳା ବନବିଭାଗକୁ ଖବର ଦେଇଥିଲେ। ଉଦଳା ବନବିଭାଗର ଫରେଷ୍ଟର ଆଶିଷ ବେହେରାଙ୍କ ସହିତ ବନ କର୍ମଚାରୀ, ସ୍ନେକ ଲାଇଫ ଲାଇନର ସଦସ୍ୟ ଅଭିଜିତ୍‌ ବେହେରା ଓ ସତ୍ୟବ୍ରତ ବିନ୍ଧାଣି ଘଟଣାସ୍ଥଳରେ ପହଞ୍ଚି ଜାଲ ଭିତରୁ ସାପଟିକୁ ଅକ୍ଷତ ଅବସ୍ଥାରେ ଉଦ୍ଧାର କରିଥିଲେ। ଉଦ୍ଧାର ସାପଟିକୁ ଶିମିଳିପାଳ ଜଙ୍ଗଲରେ ଛାଡି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଶିଙ୍ଗାରେ ଛାତିଥରା ହତ୍ୟାକାଣ୍ଡ, ଶୋଇଥିବା ବେଳେ ମହିଳାଙ୍କ ତଣ୍ଟି ଚିପି ହତ୍ୟା

ବୈଶିଙ୍ଗା,୨୧।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଗଣେଶ୍ବରପୁର ଗ୍ରାମରେ ଏକ ଛାତିଥରା ହତ୍ୟାକାଣ୍ଡ ହୋଇଛି । ବୁଧବାର ରାତିରେ ଜନୈକା ୫୦ ବର୍ଷିୟା ମହିଳାଙ୍କୁ…

ବିଲକୁ ଯାଇଥିବା ବେଳେ ବଜ୍ରପାତରେ ଯୁବକ ମୃତ, ଜଳି ଯାଇଥିଲା ପିଠି

ବୈଶିଙ୍ଗା,୨୦।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ତଥା ବଡ଼ସାହି ବ୍ଲକ ଅନ୍ତର୍ଗତ ମାନଗୋବିନ୍ଦପୁର ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ବଜ୍ରପାତ ଯୋଗୁଁ ଜଣେ ଚାଷୀଙ୍କ ବିଲରେ ମୃତ୍ୟୁ…

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

ସମ୍ପର୍କୀୟ ଭାଇ ଦେଲା ବିଶ୍ବାସରେ ବିଷ:୧୩ ବର୍ଷୀୟା ନାବାଳିକା ହେଲେ ୬ ମାସର ଗର୍ଭବତୀ, ଡାକ୍ତରୀ ପରୀକ୍ଷା ପରେ…

ବୈଶିଙ୍ଗା,୧୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ବଳାତ୍କାର ଶିକାର ଜନୈକା ୧୩ ବର୍ଷିୟା ନାବାଳିକା ୬ମାସର ଗର୍ଭବତୀ ହେବା ଘଟଣାରେ ସମ୍ପର୍କୀୟ ଭାଇକୁ ଗିରଫ କରିଛି…

ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ, ଯୁବକଙ୍କୁ ଗଛରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଗ୍ରାମବାସୀ

ଉଦଳା,୧୨ା୫(ସନ୍ତୋଷ କୁମାର ବାଚ୍ଛିନୀ): ରାତିରେ ଗ୍ରାମରେ ପଶି ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ କରିବା ପଡିଲା ମହଙ୍ଗା। ଯୁବକଙ୍କୁ ଗଛରେ ବାନ୍ଧି ଗ୍ରାମବାସୀ ଦେଲେ ଉତ୍ତମ ମଧ୍ୟମ। ଉଦଳା…

ଗୋତସ୍କରଙ୍କ ଗୁଳିମାଡ଼ ଘଟଣା, ପୋଖରୀ ଭିତରୁ ଡାକ୍ତରଙ୍କୁ ବାନ୍ଧିଲା ପୋଲିସ

ବୈଶିଙ୍ଗା,୮।୫(ରତନ ଦାଶ ): ମୟୂରଭଞ୍ଜ-ବାଲେଶ୍ୱର ସୀମାବର୍ତ୍ତୀ ବୈଶିଙ୍ଗା ଥାନା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଥିବା ଗୋମାଫିଆଙ୍କ ଗୁଳିମାଡ଼ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଥିବା ସୂଚନା ମିଳିଛି…

ଗାଁରେ ପଶି ମହିଳାଙ୍କ ଉପରେ ଆକ୍ରମଣ କଲା ଭାଲୁ, ଆଖି ତାଡି….

ଉଦଳା,୭।୫(ସନ୍ତୋଷ କୁମାର ବାଚ୍ଛିନୀ): ଭାଲୁ ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଛନ୍ତି । ଉଦଳା ବନାଞ୍ଚଳ କୁଶଳଦା ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି । ଭାଲୁଟି…

ସିସିଟିଭିରେ ରଙ୍ଗ ମାରି ଏଟିଏମ ଲୁଟିନେଲେ ଦୁର୍ବୃତ୍ତ, ସାଇରନ ବାଜିବା ଡରରେ ଭାଙ୍ଗିଦେଲେ…

ଉଦଳା,୭।୫(ସନ୍ତୋଷ କୁମାର ବାଚ୍ଛିନୀ): ଏଟିଏମ ଲୁଟିନେଲେ ଦୁର୍ବୃତ୍ତ । ଏକ ନୂଆ ଫଣ୍ଡାରେ ଲୁଟ୍ କରିଛନ୍ତି । ନିଜ ଚେହେରାକୁ ସିସିଟିଭିରୁ ବଞ୍ଚାଇବା ପାଇଁ ସିସିଟିଭିରେ ଲାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri