ଛେଳି ବେପାରୀଙ୍କୁ ହତ୍ୟା କରି ଲୁଟିନେଲେ ୯ ଲକ୍ଷ ଟଙ୍କା

ସୁନ୍ଦରଗଡ,୧୩।୪(ଡି.ଏନ.ଏ.): ଛେଳି ବେପାରୀଙ୍କୁ ଗୁଳିକରି ହତ୍ୟା କରିବା ପରେ ଲୁଟିନେଲେ ୯ ଲକ୍ଷ ଟଙ୍କା। ଏମସିଏଲ ରାସ୍ତାର ଲେଫ୍ରିପଡା ଥାନା ଅନ୍ତର୍ଗତ ଛଟେନପାଲି ତାରିଣୀ ମନ୍ଦିର ନିକଟରେ ଗୁରୁବାର ସକାଳେ ଏହି ଘଟଣା ଘଟିଥିବା ଜଣାପଡିଛି।

ସୂଚନାଯୋଗ୍ୟ, ସୁନ୍ଦରଗଡ ଭଷ୍ମା ଥାନା ଶରଧାପାଲି ଗ୍ରାମରୁ ୩ଜଣ ବ୍ୟବସାୟୀ ବାଇକ ଯୋଗେ ଲେଫ୍ରିପଡା ଥାନା ହାଣ୍ଡି ପାନିକୁ ଛେଳି କିଣିବାକୁ ଯାଉଥିଲେ। ଏହି ସମୟରେ ଛଟେନପାଲି ନିକଟରେ ପଛପାଖରୁ ହେଲମେଟ ପିନ୍ଧିଥିବା ୩ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ତାଙ୍କ ବାଇକ୍‌କୁ ଧକ୍କା ଦେଇଥିଲେ। ଫଳରେ ସେମାନେ ତଳେ ପଡି ଯାଇଥିଲେ। ଏହାପରେ ଦୁର୍ବୃତ୍ତମାନେ ବ୍ୟବସାୟୀମାନେ ଧରିଥିବା ଟଙ୍କା ମୁଣିଟି ଛଡାଇବାକୁ ଚେଷ୍ଟା କରିଥିଲେ। ଏହା ଦେଖି ଟଙ୍କା ଧରିଥିବା ବ୍ୟବସାୟ ଜଣଙ୍କ ଦୌଡ଼ି ଯିବାକୁ ଚେଷ୍ଟା କରୁଥିଲା ବେଳେ ଦୁର୍ବୃତ୍ତମାନେ ଗୁଳି ଚଳାଇଥିଲେ। ଫଳରେ ବ୍ୟବସାୟୀ ଜଣଙ୍କ ସେଠାରେ ଟଳି ପଡିଥିଲେ ଏବଂ ସେ ଧରିଥିବା ୯ଲକ୍ଷ ଟଙ୍କା ମୁଣିଟିକୁ ଧରି ଦୁର୍ବୃତ୍ତମାନେ ଫେରାର୍‌ ହୋଇଯାଇଥିଲେ। ତେବେ ଘଟଣାସ୍ଥଳରେ ହିଁ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିଲା। ଖବରପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ସାଇଣ୍ଟିଫିକ ଟିମ ସହାୟତାରେ ତଦନ୍ତ ଆରମ୍ଭ କରିବାସହ ମୃତ ବ୍ୟବସାୟୀଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ସୁନ୍ଦରଗଡ ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଇଛି। ଫେରାର୍‌ ଦୁର୍ବୃତ୍ତମାନେ ହେମଗିର ପଟକୁ ଫେରାର୍‌ ହୋଇଯାଇଥିବା ବେଳେ ପୋଲିସ ସେମାନଙ୍କୁ ଧରିବା ପାଇଁ ତନାଘନା ଉଦ୍ୟମ ଚଳାଇଛି। ମୃତ ବ୍ୟବସାୟୀ ଜଣଙ୍କ ହେଲେ ପ୍ରଭାତ ନାଏକ। ତାଙ୍କ ଘର ଝାରସୁଗୁଡା ଜିଲା ତାଲମୁଣ୍ଡା ରେ ବୋଲି ଜଣାଯାଇଛି। ସେ କିଛି ବର୍ଷ ହେବ ସୁନ୍ଦରଗଡ ଜିଲା ଶରଧାପାଲିରେ ରହି ଛେଳି ବ୍ୟବସାୟ କରିଆସୁଥିଲେ। ଅନ୍ୟ ୨ବ୍ୟବସାୟୀ ସାମାନ୍ୟ ଆହତ ହୋଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri