ଛେଳି ବେପାରୀଙ୍କୁ ହତ୍ୟା କରି ଲୁଟିନେଲେ ୯ ଲକ୍ଷ ଟଙ୍କା

ସୁନ୍ଦରଗଡ,୧୩।୪(ଡି.ଏନ.ଏ.): ଛେଳି ବେପାରୀଙ୍କୁ ଗୁଳିକରି ହତ୍ୟା କରିବା ପରେ ଲୁଟିନେଲେ ୯ ଲକ୍ଷ ଟଙ୍କା। ଏମସିଏଲ ରାସ୍ତାର ଲେଫ୍ରିପଡା ଥାନା ଅନ୍ତର୍ଗତ ଛଟେନପାଲି ତାରିଣୀ ମନ୍ଦିର ନିକଟରେ ଗୁରୁବାର ସକାଳେ ଏହି ଘଟଣା ଘଟିଥିବା ଜଣାପଡିଛି।

ସୂଚନାଯୋଗ୍ୟ, ସୁନ୍ଦରଗଡ ଭଷ୍ମା ଥାନା ଶରଧାପାଲି ଗ୍ରାମରୁ ୩ଜଣ ବ୍ୟବସାୟୀ ବାଇକ ଯୋଗେ ଲେଫ୍ରିପଡା ଥାନା ହାଣ୍ଡି ପାନିକୁ ଛେଳି କିଣିବାକୁ ଯାଉଥିଲେ। ଏହି ସମୟରେ ଛଟେନପାଲି ନିକଟରେ ପଛପାଖରୁ ହେଲମେଟ ପିନ୍ଧିଥିବା ୩ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ତାଙ୍କ ବାଇକ୍‌କୁ ଧକ୍କା ଦେଇଥିଲେ। ଫଳରେ ସେମାନେ ତଳେ ପଡି ଯାଇଥିଲେ। ଏହାପରେ ଦୁର୍ବୃତ୍ତମାନେ ବ୍ୟବସାୟୀମାନେ ଧରିଥିବା ଟଙ୍କା ମୁଣିଟି ଛଡାଇବାକୁ ଚେଷ୍ଟା କରିଥିଲେ। ଏହା ଦେଖି ଟଙ୍କା ଧରିଥିବା ବ୍ୟବସାୟ ଜଣଙ୍କ ଦୌଡ଼ି ଯିବାକୁ ଚେଷ୍ଟା କରୁଥିଲା ବେଳେ ଦୁର୍ବୃତ୍ତମାନେ ଗୁଳି ଚଳାଇଥିଲେ। ଫଳରେ ବ୍ୟବସାୟୀ ଜଣଙ୍କ ସେଠାରେ ଟଳି ପଡିଥିଲେ ଏବଂ ସେ ଧରିଥିବା ୯ଲକ୍ଷ ଟଙ୍କା ମୁଣିଟିକୁ ଧରି ଦୁର୍ବୃତ୍ତମାନେ ଫେରାର୍‌ ହୋଇଯାଇଥିଲେ। ତେବେ ଘଟଣାସ୍ଥଳରେ ହିଁ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିଲା। ଖବରପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ସାଇଣ୍ଟିଫିକ ଟିମ ସହାୟତାରେ ତଦନ୍ତ ଆରମ୍ଭ କରିବାସହ ମୃତ ବ୍ୟବସାୟୀଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ସୁନ୍ଦରଗଡ ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଇଛି। ଫେରାର୍‌ ଦୁର୍ବୃତ୍ତମାନେ ହେମଗିର ପଟକୁ ଫେରାର୍‌ ହୋଇଯାଇଥିବା ବେଳେ ପୋଲିସ ସେମାନଙ୍କୁ ଧରିବା ପାଇଁ ତନାଘନା ଉଦ୍ୟମ ଚଳାଇଛି। ମୃତ ବ୍ୟବସାୟୀ ଜଣଙ୍କ ହେଲେ ପ୍ରଭାତ ନାଏକ। ତାଙ୍କ ଘର ଝାରସୁଗୁଡା ଜିଲା ତାଲମୁଣ୍ଡା ରେ ବୋଲି ଜଣାଯାଇଛି। ସେ କିଛି ବର୍ଷ ହେବ ସୁନ୍ଦରଗଡ ଜିଲା ଶରଧାପାଲିରେ ରହି ଛେଳି ବ୍ୟବସାୟ କରିଆସୁଥିଲେ। ଅନ୍ୟ ୨ବ୍ୟବସାୟୀ ସାମାନ୍ୟ ଆହତ ହୋଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri