ଛୋଟ ପିଲାଙ୍କ ସ୍ମରଣଶକ୍ତି ବଢ଼ାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ଭିଟାମିନ୍‌ ବି-୧୨ ଶରୀର ପାଇଁ ବେଶ୍‌ ଉପଯୋଗୀ। ଏହାର ସ୍ତର ହ୍ରାସପାଇଲେ ସ୍ମରଣଶକ୍ତି ଦୁର୍ବଳ ହୋଇଯାଇଥାଏ। ଅଳ୍ପ କିଛି କାମକଲେ ହାଲିଆ ଲାଗେ। ଏହାର ଅଭାବରେ ଡିପ୍ରେସନ ହେବାର ଆଶଙ୍କା ବଢ଼ିଥାଏ। ଛୋଟ ପିଲାଙ୍କ କ୍ଷେତ୍ରରେ ଭିଟାମିନ୍‌ ବି-୧୨ ମସ୍ତିଷ୍କକୁ କ୍ରିୟାଶୀଳ କରେ ବୋଲି ଆମେରିକା ମିସିଗାନ ବିଶ୍ୱବିଦ୍ୟାଳୟର ମେଡିକାଲ ସାଇନ୍ସ କଲେଜର ଗବେଷକ ସେମାନଙ୍କ ଗବେଷଣା ରିପୋର୍ଟରେ ସୂଚିତ କରିଛନ୍ତି। ତେଣୁ ଛୋଟ ପିଲାଙ୍କ ସ୍ମରଣଶକ୍ତି ବଢ଼ାଇବା ପାଇଁ ସେମାନଙ୍କୁ ସବୁବେଳେ ସନ୍ତୁଳିତ ଆହାର ଖାଇବାକୁ ଦେବା ଆବଶ୍ୟକ। ଭିଟାମିନ୍‌ ବି-୧୨ ଶରୀରରେ ମେଟାବଲିଜିମ୍‌ ବୃଦ୍ଧି କରାଇଥାଏ। ଫଳରେ ଶରୀରରେ ଡିଏନ୍‌ଏ ଓ ଲୋହିତ ରକ୍ତ କଣିକା ତିଆରି କାର୍ଯ୍ୟ ତ୍ୱରାନ୍ବିତ ହୋଇଥାଏ। ଏହାଦ୍ୱାରା ଛୋଟ ପିଲାଙ୍କ ମାନସିକ ତଥା ଶାରୀରିକ ବିକାଶ ହୋଇପାରିଥାଏ। ମାଛ,ମାଂସ ଓ ଅଣ୍ଡାରେ ପ୍ରଚୁର ପରିମାଣରେ ଭିଟାମିନ୍‌ ବି-୧୨ ରହିଥାଏ । ସେହିପରି ଶାକାହାରୀ ଖାଦ୍ୟ ମଧ୍ୟରେ କ୍ଷୀର,ପନିର, ସୋୟା ମିଲକ୍‌, ଆଳୁ, ଗାଜର,ମୂଳା ଓ ବିଟ୍‌ରେ ଭିଟାମିନ୍‌ ବି-୧୨ ପ୍ରଚୁର ପରିମାଣରେ ଥାଏ। ପ୍ରତିଦିନ ଭିଟାମିନ୍‌ ବି-୧୨ଯୁକ୍ତ ଖାଦ୍ୟକୁ ଛୋଟ ପିଲାଙ୍କ ଡାଏଟ୍‌ରେ ସାମିଲ୍‌ କଲେ ଅନେକ ସୁଫଳ ମିଳିଥାଏ ବୋଲି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଯୁଦ୍ଧବିରତି ପରେ ଇରାନର ସୁପ୍ରିମ ଲିଡର୍‌ ମୋଜତାବା ଖାମେନେଇଙ୍କ ଭୟଙ୍କର ବୟାନ, ଆମେରିକା-ଇସ୍ରାଏଲ ଶୁଣିଲେ…

ତେହରାନ୍‌,୧୦।୪: ଆମେରିକା ସହିତ ଯୁଦ୍ଧବିରତି ପରେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ତାଙ୍କର ପ୍ରଥମ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri