ଜଗଜ୍ଜନନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମଙ୍ଗଳା

କାକଟପୁର, ୭।୧୦(ଡି.ଏନ୍‌.ଏ.): ସୋମବାର ପୀଠେ ଦଶହରା ପାଳନ ଅବସରରେ ପୁରୀ ଜିଲା କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ମଙ୍ଗଳା ଜଗଜ୍ଜନନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ବ୍ରାହ୍ମ ମୁହୂର୍ତ୍ତରେ ମନ୍ଦିର ଫିଟାଯାଇ ମଙ୍ଗଳ ଆଳତି, ମାଜଣା ପରେ ମା’ଙ୍କ ମୁଖରାବିନ୍ଦକୁ ଚନ୍ଦନ ବେଶ କରାଯାଇ ମା’ଙ୍କୁ ଜଗଜ୍ଜନନୀ ବେଶରେ ସଜ୍ଜା ଯାଇଥିଲା। ଅନ୍ୟାନ୍ୟ ପୂଜା ନୀତି ପରେ ମନ୍ଦିର ପହୁଡ଼ ଫିଟା ଯାଇଥିଲା। ମାତୃ ଭକ୍ତମାନେ ଧାଡ଼ିରେ ଯାଇ ମା’ଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା କରିଥିଲେ। ଉଅଣ୍ଡ ଧୂପ ପରେ ମା’ଙ୍କ ବିଜେ ପ୍ରତିମା ଓ କନକ ଦୁର୍ଗାଙ୍କୁ ଏକତ୍ର ଏକ ଖଟୁଲିରେ ଜଗମୋହନଠାରେ ଉତ୍ତରମୁଖା କରି ଉପବେଶନ କରାଯାଇଥିଲା। ସନ୍ଧ୍ୟା ଆଳତି ପରେ ଦୁଇ ପ୍ରତିମାଙ୍କୁ ଏକତ୍ର ଏକ ମଣିବିମାନରେ ବସାଯାଇ ଶୋଭାଯାତ୍ରାରେ ମୂଳାଗଡ଼ସ୍ଥିତ ସମେଶ୍ୱର ଶମ୍ଭୁ ମନ୍ଦିରକୁ ନିଆଯାଇଥିଲା। ସେଠାରେ ହରଦୁର୍ଗା ଭେଟ ନୀତି ଅନୁଷ୍ଠିତ ହୋଇଥିଲା। ପରେ ଠାକୁରାଣୀ ଦ୍ୱୟଙ୍କୁ ବିମାନରେ ମନ୍ଦିର ଦ୍ୱାର ଫିଟାଯାଇ ଅଣାଯାଇ ବାହୁଡ଼ା ବିଜେ କରାଯାଇଥିଲା। ଜଗମୋହନଠାରେ ଜଗତି ପୂଜା ପରେ ଦୁଇ ଠାକୁରାଣୀ ସିଂହାସନ ବିଜେ କରିଥିଲେ। ଆଶ୍ୱିନ ମୂଳାଷ୍ଟମୀ ତିଥିଠାରୁ ଆରମ୍ଭ ହୋଇଥିବା ମା’ଙ୍କ ଶାରଦୀୟ ପାର୍ବଣ ପୂଜାର ପରିସମାପ୍ତି ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ସିଂହ ରାଶିକୁ ଯିବେ ବୃହସ୍ପତି: ଆଉ ୪ ଦିନ ପରେ ଏହି ରାଶିଙ୍କ ଭାଗ୍ୟ ନେବ ନୂଆ ମୋଡ଼, ଲାଗିବ ଲଟେରୀ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬, ଶନିବାର ଦ୍ୱିପ୍ରହର ୧୨ଟା ୫୦ ମିନିଟରେ କର୍କଟ ରାଶିରୁ ସିଂହ ରାଶିକୁ ପ୍ରବେଶ କରିବେ। ଗୁରୁଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?