ନୂଆଦିଲ୍ଲୀ,୨୬-୬: ୨୦୧୯-୨୦ ଆର୍ଥତ୍କ ବର୍ଷରେ ଓଡ଼ିଶାର ଜଗତସିଂହପୁରରେ ଏକ ପ୍ଲାଷ୍ଟିକ ପାର୍କ ସ୍ଥାପନ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏ ନେଇ ପ୍ରସ୍ତାବିତ ପ୍ରକଳ୍ପର କାର୍ଯ୍ୟାନ୍ବୟନ,ପରିବେଶ ମଞ୍ଜୁରୀ ସମେତ ଅନ୍ୟ ଆବଶ୍ୟକୀୟ ପ୍ରସଙ୍ଗ ଉପରେ ରାଜ୍ୟ ସରକାରଗୁଡିକ ସମସ୍ତ ବୈଧାନିକ ଅନୁମୋଦନ ଦାୟିତ୍ୱରେ ରହିବେ। ମଙ୍ଗଳବାର ଲୋକସଭାରେ ଏକ ଲିଖିତ ଉତ୍ତର ଯୋଗେ କେନ୍ଦ୍ର ସାର ଏବଂ ରସାୟନ ମନ୍ତ୍ରୀ ଡି.ଭି. ସଦାନନ୍ଦ ଗୌଡା ଏହି ସୂଚନା ଦେଇଛନ୍ତି। ଜଗତ୍ସିଂହପୁର ବାଦ ପ୍ରାଥମିକ ପର୍ଯ୍ୟାୟରେ ଦେଶର ଅନ୍ୟ ୩ ସ୍ଥାନରେ ଏଭଳି ପାର୍କ ସ୍ଥାପନ ନେଇ ଯୋଜନା ଧାର୍ଯ୍ୟ ହୋଇଥିବା ଗୌଡା କହିଛନ୍ତି। ଏହି ସ୍ଥାନଗୁଡିକ ମଧ୍ୟରେ ଆସାମର ତିନସୁକିଆ ଜିଲା, ମଧ୍ୟପ୍ରଦେଶର ରାଇସେନ ଏବଂ ତାମିଲନାଡୁର ଥିରୁଭଲୁର ରହିଛି।
ଦେଶ ମଧ୍ୟରେ ଥିବା ଡାଉନଷ୍ଟ୍ରିମ ପ୍ଲାଷ୍ଟିକ ପ୍ରକ୍ରିୟାକରଣ ଶିଳ୍ପର ଭାଲ୍ୟୁ ସଂଯୋଗୀକରଣ, ପଲିମର ବ୍ୟବହାର କ୍ଷମତା ବୃଦ୍ଧି ଏବଂ ଏହି କ୍ଷେତ୍ରରେ କାର୍ଯ୍ୟ କରୁଥିବା ଶିଳ୍ପ ସଂସ୍ଥାଗୁଡିକ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ଲାଗି ଏଭଳି ନିଷ୍ପତ୍ତି ନିଆଯାଇଥିବା ଗୌଡା କହିଛନ୍ତି। ସେହିଭଳି ଉକ୍ତ କ୍ଷେତ୍ରରେ ଅତ୍ୟାଧୁନିକ ଗବେଷଣା ଏବଂ ଉନ୍ନତୀକରଣ ପଦକ୍ଷେପ, ଉତ୍ପାଦନ କ୍ଷମତା , ନିବେଶ ବୃଦ୍ଧି ନେଇ ପଦକ୍ଷେପ, ଭିତ୍ତିଭୂମିରେ ଉନ୍ନତୀକରଣ ଏବଂ ରପ୍ତାନୀ ତ୍ୱରାନ୍ବିତ ଲାଗି ଭାଲ୍ୟୁ ସଂଯୋଗକରଣ ସହ ଅନ୍ୟାନ୍ୟ ସୁବିଧା ଉପରେ କାର୍ଯ୍ୟପନ୍ଥା ଗ୍ରହଣ କରାଯିବାକୁ ନିଷ୍ପତ୍ତି ହୋଇଥିବା ଗୌଡା ସ୍ପଷ୍ଟ କରିଛନ୍ତି। ଏହାବାଦ ବର୍ଯ୍ୟବସ୍ତୁ ପରିଚାଳନା ଏବଂ କ୍ଲଷ୍ଟର ଉନ୍ନତୀକରଣ ଲାଗି ପଦକ୍ଷେପ ସହ ପରିବେଶ ଉପଯୋଗୀ ଅଭିବୃଦ୍ଧି ଦିଗରେ ବିଭିନ୍ନ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।
ଯୋଜନାର ଦ୍ୱିତୀୟ ପର୍ଯ୍ୟାୟରେ ଝାଡଖଣ୍ଡ, ମଧ୍ୟପ୍ରଦେଶ, ଉତ୍ତର ପ୍ରଦେଶ, ହରିୟାଣା, ଗୁଜରାଟ, ଛତିଶଗଡ, ପଞ୍ଜାବ, ପଶ୍ଚିମବଙ୍ଗ, ଉତ୍ତରାଖଣ୍ଡ, ମଣିପୁର, ଜମ୍ମୁ-କଶ୍ମୀର ଏବଂ ରାଜସ୍ଥାନଠାରେ ଏହି ପାର୍କ ସ୍ଥାପନ ପାଇଁ ପ୍ରସ୍ତାବ ମିଳିଥିଲା। ଆବଶ୍ୟକୀୟ ଯୋଗ୍ୟତା ଏବଂ ଡିପିଆର୍ଏସ୍ ସମାପ୍ତି ଆଧାରରେ ଝାଡଖଣ୍ଡର ଦେଓଘର ଏବଂ ମଧ୍ୟପ୍ରଦେଶର ବିଲାଉଆଠାରେ ୨୦୧୮-୧୯ରେ ଦୁଇଟି ପ୍ଲାଷ୍ଟିକ ପାର୍କ ସ୍ଥାପନ ନେଇ ଚୂଡାନ୍ତ ମଞ୍ଜୁରୀ ଦିଆଯାଇଥିଲା।
ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍
ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...
ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି
ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...
ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା
ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...
ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା
ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...
ପୁଣି ଟ୍ରେନ୍ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…
ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...
ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ
ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...
ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ
ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...
Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ
ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...
Archives


