ଜଗତସିଂହପୁରରେ ହେବ ପ୍ଲାଷ୍ଟିକ ପାର୍କ

ନୂଆଦିଲ୍ଲୀ,୨୬-୬: ୨୦୧୯-୨୦ ଆର୍ଥତ୍କ ବର୍ଷରେ ଓଡ଼ିଶାର ଜଗତସିଂହପୁରରେ ଏକ ପ୍ଲାଷ୍ଟିକ ପାର୍କ ସ୍ଥାପନ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏ ନେଇ ପ୍ରସ୍ତାବିତ ପ୍ରକଳ୍ପର କାର୍ଯ୍ୟାନ୍ବୟନ,ପରିବେଶ ମଞ୍ଜୁରୀ ସମେତ ଅନ୍ୟ ଆବଶ୍ୟକୀୟ ପ୍ରସଙ୍ଗ ଉପରେ ରାଜ୍ୟ ସରକାରଗୁଡିକ ସମସ୍ତ ବୈଧାନିକ ଅନୁମୋଦନ ଦାୟିତ୍ୱରେ ରହିବେ। ମଙ୍ଗଳବାର ଲୋକସଭାରେ ଏକ ଲିଖିତ ଉତ୍ତର ଯୋଗେ କେନ୍ଦ୍ର ସାର ଏବଂ ରସାୟନ ମନ୍ତ୍ରୀ ଡି.ଭି. ସଦାନନ୍ଦ ଗୌଡା ଏହି ସୂଚନା ଦେଇଛନ୍ତି। ଜଗତ୍‌ସିଂହପୁର ବାଦ ପ୍ରାଥମିକ ପର୍ଯ୍ୟାୟରେ ଦେଶର ଅନ୍ୟ ୩ ସ୍ଥାନରେ ଏଭଳି ପାର୍କ ସ୍ଥାପନ ନେଇ ଯୋଜନା ଧାର୍ଯ୍ୟ ହୋଇଥିବା ଗୌଡା କହିଛନ୍ତି। ଏହି ସ୍ଥାନଗୁଡିକ ମଧ୍ୟରେ ଆସାମର ତିନସୁକିଆ ଜିଲା, ମଧ୍ୟପ୍ରଦେଶର ରାଇସେନ ଏବଂ ତାମିଲନାଡୁର ଥିରୁଭଲୁର ରହିଛି।
ଦେଶ ମଧ୍ୟରେ ଥିବା ଡାଉନଷ୍ଟ୍ରିମ ପ୍ଲାଷ୍ଟିକ ପ୍ରକ୍ରିୟାକରଣ ଶିଳ୍ପର ଭାଲ୍ୟୁ ସଂଯୋଗୀକରଣ, ପଲିମର ବ୍ୟବହାର କ୍ଷମତା ବୃଦ୍ଧି ଏବଂ ଏହି କ୍ଷେତ୍ରରେ କାର୍ଯ୍ୟ କରୁଥିବା ଶିଳ୍ପ ସଂସ୍ଥାଗୁଡିକ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ଲାଗି ଏଭଳି ନିଷ୍ପତ୍ତି ନିଆଯାଇଥିବା ଗୌଡା କହିଛନ୍ତି। ସେହିଭଳି ଉକ୍ତ କ୍ଷେତ୍ରରେ ଅତ୍ୟାଧୁନିକ ଗବେଷଣା ଏବଂ ଉନ୍ନତୀକରଣ ପଦକ୍ଷେପ, ଉତ୍ପାଦନ କ୍ଷମତା , ନିବେଶ ବୃଦ୍ଧି ନେଇ ପଦକ୍ଷେପ, ଭିତ୍ତିଭୂମିରେ ଉନ୍ନତୀକରଣ ଏବଂ ରପ୍ତାନୀ ତ୍ୱରାନ୍ବିତ ଲାଗି ଭାଲ୍ୟୁ ସଂଯୋଗକରଣ ସହ ଅନ୍ୟାନ୍ୟ ସୁବିଧା ଉପରେ କାର୍ଯ୍ୟପନ୍ଥା ଗ୍ରହଣ କରାଯିବାକୁ ନିଷ୍ପତ୍ତି ହୋଇଥିବା ଗୌଡା ସ୍ପଷ୍ଟ କରିଛନ୍ତି। ଏହାବାଦ ବର୍ଯ୍ୟବସ୍ତୁ ପରିଚାଳନା ଏବଂ କ୍ଲଷ୍ଟର ଉନ୍ନତୀକରଣ ଲାଗି ପଦକ୍ଷେପ ସହ ପରିବେଶ ଉପଯୋଗୀ ଅଭିବୃଦ୍ଧି ଦିଗରେ ବିଭିନ୍ନ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।
ଯୋଜନାର ଦ୍ୱିତୀୟ ପର୍ଯ୍ୟାୟରେ ଝାଡଖଣ୍ଡ, ମଧ୍ୟପ୍ରଦେଶ, ଉତ୍ତର ପ୍ରଦେଶ, ହରିୟାଣା, ଗୁଜରାଟ, ଛତିଶଗଡ, ପଞ୍ଜାବ, ପଶ୍ଚିମବଙ୍ଗ, ଉତ୍ତରାଖଣ୍ଡ, ମଣିପୁର, ଜମ୍ମୁ-କଶ୍ମୀର ଏବଂ ରାଜସ୍ଥାନଠାରେ ଏହି ପାର୍କ ସ୍ଥାପନ ପାଇଁ ପ୍ରସ୍ତାବ ମିଳିଥିଲା। ଆବଶ୍ୟକୀୟ ଯୋଗ୍ୟତା ଏବଂ ଡିପିଆର୍‌ଏସ୍‌ ସମାପ୍ତି ଆଧାରରେ ଝାଡଖଣ୍ଡର ଦେଓଘର ଏବଂ ମଧ୍ୟପ୍ରଦେଶର ବିଲାଉଆଠାରେ ୨୦୧୮-୧୯ରେ ଦୁଇଟି ପ୍ଲାଷ୍ଟିକ ପାର୍କ ସ୍ଥାପନ ନେଇ ଚୂଡାନ୍ତ ମଞ୍ଜୁରୀ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

ଅଗଷ୍ଟ ୧୬ରୁ ୧୦୦୦ଟଙ୍କାର ସିଲିଣ୍ଡର ହୋଇଯିବ ୨୯୦୦! ତୁରନ୍ତ କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ, ୯।୮: ଯଦି ଆପଣଙ୍କର ଏଲପିଜି (LPG) ଗ୍ୟାସ ସଂଯୋଗ ଅଛି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୧୬ ଅଗଷ୍ଟ ସୁଦ୍ଧା ଇ-କେୱାଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri