ଜଗତସିଂହପୁର ଦଳିତ ଯୁବତୀ ଆତ୍ମହତ୍ୟା ପ୍ରସଙ୍ଗ: ଆପତ୍ତିଜନକ ଫଟୋ ଓ ପ୍ରମାଣ ପତ୍ର ଜବତ କଲା ପୋଲିସ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ):ଜଗତସିଂହପୁର ଜିଲାରେ ଦଳିତ ଯୁବତୀ ଆତ୍ମହତ୍ୟାକୁ ନେଇ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବିବୃତି ରଖିଛନ୍ତି। ଶୂନ୍ୟକାଳ ଆରମ୍ଭ ହେବାମାତ୍ରେ ମନ୍ତ୍ରୀ ଗୃହକୁ ସୂଚନା ଦେଇ କହିଛନ୍ତି ଯେ, ଜଗତସିଂହପୁର ଜିଲାର ନୂଆଗାଁ ଥାନା ଅଧୀନ ତେନ୍ତୁଇ ଗ୍ରାମରେ ଜଣେ ଯୁବତୀ ରଶି ଲଗାଇ ଆତ୍ମହତ୍ୟା କରିଥିଲେ। ମୃତକଙ୍କ ମା’ ଏନେଇ ଥାନାରେ ଅଭିଯୋଗ କରିଥିଲେ। ସେ କହିଥିଲେ ଯେ, ଝିଅର ଆତ୍ମହତ୍ୟା ଏକପାଖିଆ ପ୍ରେମ ସମ୍ପର୍କ ପାଇଁ ହୋଇଛି। ଜଣେ ପଡୋଶୀ ଦୀପକ ବେଉରା ତାଙ୍କ ଝିଅ ଆପତ୍ତିଜନକ ଫଟୋ ଉଠାଇ ସେଗୁଡିକ ତାଙ୍କ ଘର କାନ୍ଥରେ ଲଗାଇଥିଲେ। ଏଥିଯୋଗୁ ତାଙ୍କ ଝିଅ ଆତ୍ମହତ୍ୟା କରିଛନ୍ତି। ଏହି ରିପୋର୍ଟ ଆଧାରରେ ଆଇପିସି ୨୯୨(୨)(ଏ)/୩୦୬ରେ ନୂଆଗାଁ ଥାନାରେ ୧୬୫/୧୯ କେସ୍‌ ନମ୍ବର ରୁଜୁ କରାଯାଇ ଅଭିଯୁକ୍ତ ଦୀପକ ବେଉରାଙ୍କ ନାଁରେ ମାମଲା ରୁଜୁ କରାଯାଇଛି। ତଦନ୍ତକାରୀ ଅଧିକାରୀ ତୁରନ୍ତ ଘଟଣାସ୍ଥଳକୁ ଯାଇ ପରିବାର ସଦସ୍ୟଙ୍କୁ ପଚରାଉଚରା କରିବା ସହିତ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଥିଲେ। ମୃତକଙ୍କ ଆପତ୍ତିଜନକ ଫଟୋ ଏବଂ ଅନ୍ୟ ପ୍ରମାଣପତ୍ରକୁ ପୋଲିସ ଜବତ କରିଛି। ପ୍ରତ୍ୟକ୍ଷଦର୍ଶୀଙ୍କ ମତକୁ ଯାଞ୍ଚ କରାଯାଉଛି। ପ୍ରାଥମିକ ତଦନ୍ତରେ ଦୀପକ ବେଉରାଙ୍କ ବିରୋଧରେ ପ୍ରମାଣ କହିଛି। ଏଥିପାଇଁ ନଭେମ୍ବର ୯ ତାରିଖରୁ ତାଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ବର୍ତ୍ତମାନ ବିଚାର ବିଭାଗୀୟ ହେପାଜନରେ ରହିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟରୁ ଜଣାଯାଇଛି ଯେ, ସମ୍ପୃକ୍ତ ଯୁବତୀଙ୍କର ଶ୍ୱାସରୁଦ୍ଧ ଯୋଗୁ ମୃତ୍ୟୁ ହୋଇଛି। ମୃତକ ଜଣକ ଅନୁସୂଚିତ ଜାତି ସମ୍ପ୍ରଦାୟର। ମୃତକଙ୍କ ପରିବାରକୁ ରାଜ୍ୟ ସରକାର ୧ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ମାଲାମାଲ ହେବେ ୩ ରାଶି: ମିଳିବ ଫଇଦା ହିଁ ଫାଇଦା, ଧନ ସହ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ସହ ମଙ୍ଗଳଙ୍କ ନକ୍ଷତ୍ର ଗୋଚର ମଧ୍ୟ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଏହି…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?