ଜଗତ୍‌ସିଂହପୁର ଜିଲାରେ ୧୪୪ ଧାରା ଜାରି

ଜଗତ୍‌ସିଂହପୁର ଅଫିସ,୧୮ା୩: ଓଡ଼ିଶାରେ ଜଣେ କରୋନା ଭୂତାଣୁ ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ରାଜ୍ୟ ସରକାର ସଚେତନତା ଓ ସତର୍କତା ଉପରେ ଗୁରୁତ୍ୱ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଜଗତ୍‌ସିଂହପୁର ଜିଲାବାସୀଙ୍କୁ ସମ୍ଭାବ୍ୟ ପରିସ୍ଥିତିରୁ ରକ୍ଷା କରିବା ପାଇଁ ପ୍ରଶାସନ ତରଫରୁ ସୋମବାର ରାତିରୁ ସାରା ଜିଲାରେ ୧୪୪ ଧାରା ଜାରି କରାଯାଇଛି। କୌଣସି ସ୍ଥାନରେ ୫ ଜଣରୁ ଅଧିକ ଏକାଠି ହେବା ଉପରେ ରୋକ ଲଗାଯାଇଛି। ଏପରି କି ମଠ, ମନ୍ଦିର ଓ ମସଜିଦ୍‌ ଆଦିରେ ମଧ୍ୟ ଗହଳି ହୋଇପାରିବ ନାହିଁ। କୌଣସି ସାଂସ୍କୃତିକ କାର୍ଯ୍ୟକ୍ରମ, ସାଧାରଣ ସଭା, ସେମିନାର, କର୍ମଶାଳା ଓ ସମାବେଶ ପାଇଁ ଅନୁମତି ମିଳିବ ନାହିଁ। ଗେଷ୍ଟ ହାଉସ୍‌, ମଣ୍ଡପ, ଯାତ୍ରୀନିବାସ, ହୋଟେଲ, ଧର୍ମଶାଳା, ମଲ୍‌, ଜିମ୍‌, ସାମାଜିକ ଓ ଧାର୍ମିକ ଉତ୍ସବ ଉପରେ କଟକଣା ଲଗାଯାଇଛି। ଶାରଳା ମନ୍ଦିର, ଗୋରେଖନାଥ ପୀଠ, ଧ୍ୟାନକୁଦ, ଶିଆଳି ବେଳାଭୂମି, ପାରାଦୀପର ବାଲିଯାତ୍ରା ପଡିଆ, ନେହେରୁ ବଙ୍ଗଳା ଓ ସମୁଦ୍ର ବେଳାଭୂମି ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଛି। ଏ ପରିସ୍ଥିତିରେ ଲୋକେ ସାମାଜିକ ଦୂରତା ଅର୍ଥାତ୍‌ ଲୋକଙ୍କ ଠାରୁ ଦୂରତ୍ୱ ଅବଲମ୍ବନ କରିବା ଉପରେ ସଚେତନ ରହିବାକୁ ପରାମର୍ଶ ଦିଆଯାଇଛି। ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାହାରେ ରହୁଥିବା ଜିଲାର ୨୭ ଜଣ ସେମାନଙ୍କ ଘରକୁ ଫେରିଛନ୍ତି ବୋଲି ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ୪ଜଣ ୨୮ଦିନ କାଟି ସାରିଥିବାରୁ ବିପଦମୁକ୍ତ ହୋଇ ସାରିଲେଣି। ସୋମବାର ଆସିଥିବା ୯ ଜଣଙ୍କ ସମେତ ମୋଟ ୧୧ ଜଣଙ୍କୁ ଅବଜରଭେଶନ୍‌ରେ ରଖାଯାଇଛି। କିନ୍ତୁ ୩ ଜଣଙ୍କ ସନ୍ଧାନ ମିଳୁନି। ସେମାନେ ଦେଇଥିବା ଠିକଣା ଭୁଲ୍‌ ଥିବାରୁ ଅସୁବିଧା ହେଉଛି। ତଥାପି ସେମାନଙ୍କ ସନ୍ଧାନ ପାଇଁ ଉଦ୍ୟମ ଚାଲିଛି। ଅନ୍ୟପଟେ ଏବେ ପୁରୀ ଓ କୋଣାର୍କ ନ ଯିବା ପାଇଁ ଜିଲାପାଳ ଜିଲାବାସୀଙ୍କୁ ପରାମର୍ଶ ଦେଇଛନ୍ତି। ଯେହେତୁ ଏହିସବୁ ସ୍ଥାନକୁ ବିଦେଶୀ ଓ ଅନ୍ୟ ରାଜ୍ୟର ପର୍ଯ୍ୟଟକମାନେ ଆସିଛନ୍ତି ତେଣୁ ସମ୍ଭାବ୍ୟ ପରିସ୍ଥିତିକୁ ଏଡାଇବା ପାଇଁ ଲୋକେ ସେ ସ୍ଥାନକୁ ନ ଯିବା ଉଚିତ ବୋଲି କୁହାଯାଇଛି। ଗୁଜବ ପ୍ରଚାର କଲେ ବନ୍ଧାହେବେ ବୋଲି ସୂଚନା ଦିଆଯାଇଛି। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ସଚିଦାନନ୍ଦ ସାହୁ, ଏସ୍‌ପି ପ୍ରକାଶ ଆର୍‌, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ. ବିଜୟା ପଣ୍ଡା ଏବଂ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri